ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ ପରୀକ୍ଷାଫଳରେ ମଧ୍ୟ ବରଗଡ଼ ସହର ଉପକଣ୍ଠ ବରାହଗୋଡାସ୍ଥିତ କ୍ରୀଷ୍ଣା ବିକାଶ ଗ୍ରୁପ୍ ଅଧିନ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ର ବାଜିମାତ୍ କରିଥିବାବେଳେ ନୂଆଁ ରେକର୍ଡ ସୃଷ୍ଟି କରିଛନ୍ତି । ଗତବର୍ଷ ଛାତ୍ରଛାତ୍ରୀମାନଙ୍କ ଅପେକ୍ଷା ଚଳିତ ବର୍ଷ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଦ୍ୟାଳୟକୁ ଗୌରବାନ୍ଵିତ କରିଛନ୍ତି । ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବାଣିଜ୍ୟ ବିଭାଗର ଛାତ୍ର ସତ୍ୟ ସୁନ୍ଦର୍ ପଣ୍ଡା ୫୯୨ ମାର୍କ ହାସଲ କରି ଓଡ଼ିଶା ଟପ୍ପର ହୋଇଥିବା ବେଳେ ବିଜ୍ଞାନ ବିଭାଗର ଛାତ୍ରୀ ସମର୍ପିତା ଦେହେରୀ ୫୯୧ ମାର୍କ ରଖି ବରଗଡ଼ ଜିଲା ଟପ୍ପର ସହିତ ସମଗ୍ର ପଶ୍ଚିମ ଓଡ଼ିଶାରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଚଳିତବର୍ଷ ଏହି ପରୀକ୍ଷାରେ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୨୩ ଜଣ ଛାତ୍ରୀଛାତ୍ର ୯୫ ପ୍ରତିଶତରୁ ଊର୍ଦ୍ଧ୍ବ ମାର୍କ ରଖି ନୂତନ ରେକର୍ଡ ସୃଷ୍ଟି କରିଛନ୍ତି ଏବଂ ଏହା ସମୁଦାୟ ପଶ୍ଚିମ ଓଡ଼ିଶାରେ ସର୍ବାଧିକ ହାର ୯.୮୦ ପ୍ରତିଶତ ଅଟେ । ଏହି ଅବସରରେ ଶୁକ୍ରବାର ବରାହଗୋଡାସ୍ଥିତ କ୍ରୀଷ୍ଣା ବିକାଶ ଅନୁଷ୍ଠାନରେ କୃତୀ ଛାତ୍ରୀଛାତ୍ରଙ୍କ ପାଇଁ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଥିଲା। ଏଥିରେ ଅନୁଷ୍ଠାନ ପରିସର ଉତ୍ସବମୁଖର ହୋଇ ପଡ଼ିଥିଲା । କ୍ରୀଷ୍ଣା ବିକାଶ ଅନୁଷ୍ଠାନର ଚେୟାରମେନ ଦାଶରି ମୁରଲୀ କ୍ରୀଷ୍ଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ଯୁକ୍ତଦୁଇ ପରୀକ୍ଷାରେ ୮୦ ପ୍ରତିଶତରୁ ଊର୍ଦ୍ଧ୍ବ ମାର୍କ ରଖିଥିବା ଛାତ୍ରୀଛାତ୍ର ଏବଂ ସେମାନଙ୍କ ମା, ବାପାଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା ।ଚେୟାରମେନ କ୍ରୀଷ୍ଣା ଚଳିତ ବର୍ଷର ପରୀକ୍ଷାଫଳ ଘୋଷଣା କରିବା ସହିତ ସମସ୍ତ କୃତୀ ଛାତ୍ରୀଛାତ୍ର ଓ ଅଭିଭାବକମାନଙ୍କୁ ଶୁଭେଚ୍ଛା ଜଣାଇ ତାଙ୍କର ଉଜ୍ବଳ ଭବିଷ୍ୟତ କାମନା କରିଥିଲେ । ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ନାରାୟଣ ରଥ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ଅନୁଷ୍ଠାନର ନିର୍ଦ୍ଦେଶକ ଡଃ ସମରେନ୍ଦ୍ର ନାଥ ପଣ୍ଡା ବିଦ୍ୟାଳୟର ଶୈକ୍ଷିକ ବାତାବରଣ ତଥା ଛାତ୍ରୀଛାତ୍ରମାନଙ୍କ କଠିନ ପରିଶ୍ରମ ଦ୍ୱାରା ହିଁ ଏମିତି ଫଳ ହୋଇ ପାରିଛି ବୋଲି ମତବ୍ୟକ୍ତ କରିଥିଲେ। ବିକାଶ ଆବାସିକ ବିଦ୍ୟାଳୟର ଏକ୍ଜିକ୍ୟୁଟିଭ୍ ପ୍ରିନ୍ସିପାଲ ଶିଶିର ପ୍ରସାଦ ରାଉଳ ନିଜ ଅଭିଭାଷଣରେ ଛାତ୍ରୀଛାତ୍ରମାନଙ୍କ ସାମଗ୍ରିକ ବିକାଶ ସମ୍ପର୍କରେ ଆଲୋଚନା କରିବା ସହିତ ଅଭିଭାବକମାନଙ୍କ ସାହାଯ୍ୟ ପାଇଁ ଏ ସବୁ ସମ୍ଭବ ବୋଲି କହିଥିଲେ। ଅନୁଷ୍ଠାନର ମେନେଜିଙ୍ଗ ଡାଇରେକ୍ଟର ଦାଶରି ବିବେକ, ଟ୍ରଷ୍ଟି ରାମ ତୁଲସୀ, ଡାଇରେକ୍ଟର ଟୁ ଚେୟାରମେନ ଲୋକେଶ ଦଶାରି ସମସ୍ତ ଛାତ୍ରୀଛାତ୍ର ଏବଂ ଅଭିଭାବକମାନଙ୍କୁ ଶୁଭେଚ୍ଛା ଜଣାଇବା ସହିତ ତାଙ୍କର ଉଜ୍ବଳ ଭବିଷ୍ୟତର କାମନା କରିଥିଲେ ।ପରିଶେଷରେ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଏସ. କାନ୍ତା ରାଓ ଧନ୍ୟବାଦ ଅର୍ପଣ କରିଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?