ବିଜେଡି କର୍ମକର୍ତ୍ତାଙ୍କୁ ନୂତନ ନିଯୁକ୍ତି

ଭୁବନେଶ୍ୱର,୮।୧୦(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଜନତା ଦଳର ରାୟଗଡ଼ା, ବୌଦ୍ଧ ଏବଂ ଦେବଗଡ଼ ଜିଲା କମିଟିର ବିିଭିନ୍ନ କର୍ମକର୍ତ୍ତାଙ୍କୁ ନୂତନ ନିଯୁକ୍ତି ଦିଆଯାଇଛି। ଶନିବାର ବିଜେଡି ପକ୍ଷରୁ ଏ ନେଇ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଅମିୟ କୁମାର ସ୍ବାଇଁଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ, ବିଷ୍ଣୁ ପ୍ରସାଦ ପଣ୍ଡାଙ୍କୁ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ଉପସଭାପତି ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଶର୍ମିଷ୍ଠା ପାଢ଼ୀଙ୍କୁ ରାୟଗଡ଼ା ଜିଲା ମହିଳା ବିଜୁ ଜନତା ଦଳ ସଭାପତି, ଅବିନାଶ ବିଶୋଇଙ୍କୁ ଜିଲା ବିଜୁ ଯୁବ ଜନତା ଦଳର ସଭାପତି, ନେତ୍ରାନନ୍ଦ ଶବରଙ୍କୁ ବିଜୁ ଛାତ୍ର ଜନତା ଦଳର ଜିଲା ସଭାପତି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ରାୟଗଡ଼ା ବିଧାନସଭା ନିର୍ବାଚନମଣ୍ଡଳୀର ପର୍ଯ୍ୟବେକ୍ଷକ ଭାବେ ରଣଜିତ ରାୟଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ବିଷମକଟକ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପ୍ରଶାନ୍ତ ନାୟକ, ଗୁଣୁପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଜ୍ଞାନେନ୍ଦ୍ର ଗିରି ଗୋସ୍ବାମୀଙ୍କୁ ପର୍ଯ୍ୟବେକ୍ଷକ ଓ ଇମ୍ରାନ ଖାଁଙ୍କୁ ନିର୍ବାଚନମଣ୍ଡଳୀ ସଂଯୋଜକ ଏବଂ ବରଜୀ ଜଗନମୋହନ ରାଓଙ୍କୁ ରାୟଗଡ଼ା ମ୍ୟୁନିସିପାଲିଟିର ସହର ସଭାପତି (ଟାଉନ ପ୍ରେସିଡେଣ୍ଟ) ଭାବେ ନିଯୁକ୍ତ କରାଯାଇଛି।
ଏଥିସହିତ ବୌଦ୍ଧ ଜିଲାର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ପର୍ଯ୍ୟବେକ୍ଷକ ଏବଂ ସଂଯୋଜକ ନିଯୁକ୍ତ କରାଯାଇଛି। ଚିତ୍ତରଞ୍ଜନ କର୍ନାଙ୍କୁ ବୌଦ୍ଧ ପର୍ଯ୍ୟବେକ୍ଷକ, ସୁବୋଧ ପ୍ରଧାନଙ୍କୁ କଣ୍ଟାମାଳ ପର୍ଯ୍ୟବେକ୍ଷକ, ମୃତ୍ୟୁଞ୍ଜୟ ମିଶ୍ରଙ୍କୁ ବୌଦ୍ଧ ସଂଯୋଜକ ଏବଂ ସୁଧୀର ମହାକୁଡଙ୍କୁ କଣ୍ଟାମାଳ ସଂଯୋଜକ ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି ଦେବଗଡ଼ ଜିଲା କମିଟି କର୍ମକର୍ତ୍ତା ରୋମାଞ୍ଚରଞ୍ଜନ ବିଶ୍ୱାଳଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତି ଦିଆଯାଇଥିବା ବେଳେ ଚିତ୍ତରଞ୍ଜନ ପ୍ରଧାନଙ୍କୁ ଦେବଗଡ଼ ଜିଲା ସଭାପତି ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?