ରିଜର୍ଭ ବ୍ୟାଙ୍କର ନୂତନ କ୍ଷେତ୍ରୀୟ ନିର୍ଦ୍ଦେଶକ

ଭୁବନେଶ୍ୱର,୨।୭: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଓଡ଼ିଶା କ୍ଷେତ୍ରୀୟ କାର୍ଯ୍ୟାଳୟର ନୂତନ କ୍ଷେତ୍ରୀୟ ନିର୍ଦ୍ଦେଶକ ଭାବେ ଡ. ସାରଦା ପ୍ରସନ୍ନ ମହାନ୍ତି ଶନିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ଡ. ମହାନ୍ତି ଆର୍‌ବିଆଇର ମୁମ୍ବାଇ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିଲେ। ଏପରିକି ସେ ଆର୍‌ବିଆଇ ନୂଆଦିଲ୍ଲୀ, କୋଲକାତା ଏବଂ ଭୁବନେଶ୍ୱର ଭଳି କାର୍ଯ୍ୟାଳୟରେ ମଧ୍ୟ ଦକ୍ଷତାର ସହ କାର୍ଯ୍ୟ କରିଛନ୍ତି। ବିଶେଷକରି ବ୍ୟାଙ୍କିଙ୍ଗ୍‌ ନିୟମ ପ୍ରଣୟନ, ନିରୀକ୍ଷଣ, ବୈଷୟିକ ଜ୍ଞାନକୌଶଳ, ମୁଦ୍ରା ପରିଚାଳନା, ଆର୍ଥିକ ଅନ୍ତର୍ଭୁକ୍ତୀକରଣ ଏବଂ ମାନବ ସମ୍ଭଳ ପରିଚାଳନା ଆଦି କ୍ଷେତ୍ରରେ ମହାନ୍ତିଙ୍କର ଦୀର୍ଘ ଅଭିଜ୍ଞତା ଓ ଜ୍ଞାନ ରହିଛି। ଅପରପକ୍ଷରେ ସେ ଆମେରିକା, ସୁଇଜରଲାଣ୍ଡ, ଅଷ୍ଟ୍ରେଲିଆ, ୟୁକ୍ରେନ୍‌, ନ୍ୟୁଜିଲାଣ୍ଡ ଏବଂ ସିଙ୍ଗାପୁର ଭଳି ସହରରେ ଅନୁଷ୍ଠିତ ହୋଇଥିବା ବିଭିନ୍ନ ବୈଠକ ଯଥା ଫେଡେରାଲ୍‌ ରିଜର୍ଭ, ବାସେଲ କମିଟି, କ୍ରେଡିଟ୍‌ ରିପୋର୍ଟିଂ ଭଳି ବହୁ ଅନ୍ତର୍ଜାତିକ କମିଟିର ବୈଠକରେ ମଧ୍ୟ ମହାନ୍ତି ଆର୍‌ବିଆଇ ପକ୍ଷରୁ ପ୍ରତିନିଧିତ୍ୱ କରିଛନ୍ତି। ଉଲ୍ଲେଖଯୋଗ୍ୟ, ମହାନ୍ତି ଆଇଆଇଏମ୍‌ (ବାଙ୍ଗାଲୋର) ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ର ଆଲୁମ୍‌ନି ଭାବେ ଜଣାଶୁଣା। ସେହିଭଳି ସେ ଯୁକ୍ତରାଷ୍ଟ୍ର ଆମେରିକାର ଟେକ୍ସାସ ଅଷ୍ଟିନ ବିଶ୍ୱବିଦ୍ୟାଳୟରୁ ଡାଟା ଆନାଲିଟିକ୍ସରେ ମଧ୍ୟ ଆଡାଭାନ୍ସଡ୍‌ ଡିଗ୍ରୀ ମଧ୍ୟ ଲାଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ବାଇକ ଦୁର୍ଘଟଣା, ଦୁଇ ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେବେ ଏଥରେ ଦୁଇ ବାଇକ ଆରୋହୀଙ୍କ…

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ…

ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

‘ଶ୍ରମିକଙ୍କୁ ମିଳିବ ରୋଜଗାରର ନୂଆ ଗ୍ୟାରେଣ୍ଟି’

କର୍ଲାମୁଣ୍ଡା,୧୧।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ପଞ୍ଚାୟତ ସମିତି ରାଜୀବ ଗାନ୍ଧୀ ସେବା ଭବନଠାରେ ବିକଶିତ ଭାରତ-ଜୀ ରାମ ଜୀ ଆକ୍ଟ ସମ୍ପର୍କୀୟ ବ୍ଲକସ୍ତରୀୟ ପ୍ରସ୍ତୁତି…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଦ୍ୱିତୀୟ ମହଲାରେ ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ଗୁଣପୁର,୧୧ା୨(ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ସହରର ବଳରାମ ନଗର ଅଞ୍ଚଳର ଶ୍ରୀରାମନଗରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ସ୍ଥାନୀୟ ନିବାସୀ ପ୍ରଫୁଲ୍ଲ ସେନାପତିଙ୍କ ଦ୍ୱିତୀୟ ମହଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri