ୟୁବିଆଇ ରାୟଗଡ଼ା କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ

ଭୁବନେଶ୍ୱର,୬।୪: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ) ରାୟଗଡ଼ା କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ କୁନ୍ଦନ କୁମାର ସିହ୍ନା ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ବିଶାଖାପାଟଣାର ଜୋନାଲ ଅଡିଟ୍‌ କାର୍ଯ୍ୟାଳୟଠାରେ ଜୋନାଲ ଅଡିଟ୍‌ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ସେହିଭଳି ସିହ୍ନା ଏମ୍‌ଏସ୍‌ଏମ୍‌ଇ ଲୋନ୍‌ ପ୍ରସେସିଂ ସେଣ୍ଟର ଓ ମିଡ୍‌ କର୍ପୋରେଟ୍‌ ଶାଖାର ମୁଖ୍ୟ ଭାବେ କାର୍ଯ୍ୟ କରିଥିବାବେଳେ ଓଡ଼ିଶାର ସମ୍ବଲପୁର ଓ ରାଉରକେଲାଠାରେ ମଧ୍ୟ ପୂର୍ବରୁ କାର୍ଯ୍ୟ କରିଛନ୍ତି। ସୂଚନାଯୋଗ୍ୟ, ୟୁବିଆଇ ରାୟଗଡ଼ା କ୍ଷେତ୍ର ଅଧୀନରେ ବ୍ୟାଙ୍କର ମୋଟ୍‌ ବ୍ୟବସାୟ ୩୯୯୫.୦୫କୋଟି ଟଙ୍କା ରହିଛି। ଉଲ୍ଲେଖଯୋଗ୍ୟ, ୨୦୦୩ରେ ସିହ୍ନା ପ୍ରୋବେସନାରି ଅଫିସର (ପିଓ) ଭାବେ ଯୋଗଦାନ କରିବା ସହ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ କ୍ୟାରିୟର ଆରମ୍ଭ ସହ ଓଡ଼ିଶା,ଦିଲ୍ଲୀ, ମୁମ୍ବାଇ, ସୁରଟ ଏବଂ ବିଶାଖାପାଟଣା ଭଳି ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପଦରେ କାର୍ଯ୍ୟ କରିବାର ଦୀର୍ଘ ୨୦ବର୍ଷରୁ ଊର୍ଦ୍ଧ୍ୱ ସମୟର ଅଭିଜ୍ଞତା ହାସଲ କରିଛନ୍ତି। ସେ ମଧ୍ୟ ଶାଖା, କ୍ଷେତ୍ରୀୟ କାର୍ଯ୍ୟାଳୟ ଓ ଅଡିଟ୍‌ କାର୍ଯ୍ୟାଳୟ ଆଦିରେ କାର୍ଯ୍ୟ କରି ନିଜର ଦକ୍ଷତା ପ୍ରତିପାଦିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri