ୟୁବିଓଆଇ ବ୍ରହ୍ମପୁର କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ

ଭୁବନେଶ୍ୱର,୨୩।୧୦: ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ୟୁବିଓଆଇ)ର ବ୍ରହ୍ମପୁର କ୍ଷେତ୍ରର ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ ସତ୍ୟବ୍ରତ ସାମଲ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ କୋଲକାତାସ୍ଥିତ କ୍ଷେତ୍ରୀୟ କାର୍ଯ୍ୟାଳୟ ଅଧୀନ ଏକ ଶାଖାରେ ଶାଖା ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ସାମଲ ୨୦୦୭ରେ ୟୁବିଓଆଇରେ ଯୋଗଦେବା ସହ ଉତ୍ତରାଖଣ୍ଡ, ଉତ୍ତର ପ୍ରଦେଶ, ଛତିଶଗଡ଼, ଆସାମ ଓ ଓଡ଼ିଶା ଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପଦପଦବୀରେ ରହି କାର୍ଯ୍ୟ କରିଛନ୍ତି। ତାଙ୍କର ବ୍ୟାଙ୍କିଙ୍ଗ୍‌ ସେବାରେ ଦୀର୍ଘ ୧୫ ବର୍ଷର ଅଭିଜ୍ଞତା ରହିଛି। ଏପରିକି ବ୍ରହ୍ମପୁର କ୍ଷେତ୍ର ଅଧୀନରେ ଥିବା ଗଞ୍ଜାମ, ବୈଦ୍ଧ, ନୟାଗଡ଼, ଫୁଲବାଣୀ ଓ କନ୍ଧମାଳ ଜିଲାରେ ବ୍ୟାଙ୍କର ୬୨ ଶାଖା ରହିଥିବା ବେଳେ ଏହି କ୍ଷେତ୍ରରେ ବ୍ୟାଙ୍କର ମୋଟ୍‌ ବ୍ୟବସାୟ ୪,୮୦୦ କୋଟିରେ ପହଞ୍ଚତ୍ଛି। ଉକ୍ତ କ୍ଷେତ୍ରରେ ସାମଲ ନୂତନ କ୍ଷେତ୍ରୀୟ ମୁଖ୍ୟ ଭାବେ ଯୋଗଦେବା ସହ ଡିଜିଟାଇଜେଶନ ଓ କ୍ରେଡିଟ୍‌ ଉପରେ ଅଧିକ ଧ୍ୟାନ ଦେବେ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଡିସେମ୍ବର ୩୧ ପୂର୍ବରୁ ଶେଷ କରନ୍ତୁ ଏହି ୩ଟି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଅଟକି ରହିବ ଆପଣଙ୍କ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ବର୍ଷର ଶେଷ ମାସ ଦୁଇ ଦିନ ମଧ୍ୟରେ ଶେଷ ହେବ, ଯାହା ନୂତନ ବର୍ଷର ଆରମ୍ଭ ହେବ। ତଥାପି, ଯଦି ଆପଣ ନୂତନ ବର୍ଷର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

୨୦୨୫ରେ ବଦଳିଲା ଚାକିରିର ରୂପରେଖ: ଜାଣନ୍ତୁ କେଉଁ କ୍ୟାରିୟରକୁ ଅଧିକ ବାଛିଲେ ଜେନ ଜି?

ନୂଆଦିଲ୍ଲୀ,୨୮ା୧୨: ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ପ୍ରଭାବ ଏବଂ ଅର୍ଥନୈତିକ ଅସ୍ଥିରତା ଯୋଗୁଁ ୨୦୨୫ ମସିହାରେ ନୂତନ ଗ୍ରାଜୁଏଟମାନେ ନିଜର କର୍ମକ୍ଷେତ୍ର ବାଛିବା ଶୈଳୀରେ ବ୍ୟାପକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri