ଡିସେମ୍ବର ଶେଷ ସୁଦ୍ଧା ନୂତନ ରାଜସ୍ବ ଗ୍ରାମ: ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୮ା୧୧(ସୁନିତ୍‌ ମିଶ୍ର): ରାଜସ୍ବ ଆଇନକୁ ସହଜ, ସରଳ ଓ ଲୋକାଭିମୁଖୀ କରାଯିବ। ଏହାଦ୍ୱାରା ଲୋକମାନଙ୍କ ବିଭିନ୍ନ ସମସ୍ୟାର ଶୀଘ୍ର ସମାଧାନ ହୋଇପାରିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଅନ୍ତର୍ଭୁକ୍ତ ହୋଇଥିବା ଘରଡିହ ଶୂନ୍ୟ ବ୍ୟକ୍ତିଙ୍କୁ ଘରଡିହ ଯୋଗାଇଦେବା, ଭୂମିହୀନ ଲୋକମାନଙ୍କୁ ଚିହ୍ନଟ ଓ ସେମାନଙ୍କର ଅବସ୍ଥା ସର୍ବେକ୍ଷଣ କରାଯିବ। ଯଥାଶୀଘ୍ର ସେମାନଙ୍କୁ ବସୁନ୍ଧରା ଯୋଜନାରେ ଜମି ପ୍ରଦାନ କରାଯିବ, ସମସ୍ତ ବିଦ୍ୟାଳୟକୁ ଜମିପଟ୍ଟା ଯୋଗାଇଦେବା କାର୍ଯ୍ୟକୁ ତ୍ୱରାନ୍ବିତ ସହ ନୂତନ ରାଜସ୍ବ ଗ୍ରାମ ଘୋଷଣା ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା କରାଯିବ ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।
ଲୋକସେବା ଭବନସ୍ଥିତ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମ୍ମିଳନୀ କକ୍ଷରେ ମନ୍ତ୍ରୀ ପୂଜାରୀ ବିଭାଗୀୟ ସମୀକ୍ଷା ବୈଠକରେ ଅଧ୍ୟକ୍ଷତାକରି କହିଛନ୍ତି, ରାଜ୍ୟରେ ତହସିଲଗୁଡିକରେ ପଡ଼ି ରହିଥିବା ମ୍ୟୁଟେଶନ ମାମଲାକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବା ଏବଂ ପଟ୍ଟାରେ ଥିବା ପ୍ରଜାଙ୍କ ନାମ ଉତ୍ତରାଧିକାରୀଙ୍କ ନାମରେ ସଂଶୋଧନ କରିବା ଦରକାର। ସମସ୍ତ ତହସିଲ ଓ ରେଜିଷ୍ଟ୍ରେଶନ କାର୍ଯ୍ୟାଳୟରେ ଆଗନ୍ତୁକମାନଙ୍କ ପାଇଁ ପ୍ରତିକ୍ରିୟା ଏବଂ ମତାମତ ରେଜିଷ୍ଟ୍ରାରରେ ଦରଜ କରିବା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଅନୁଷ୍ଠାନକୁ ଯେଉଁ ସରକାରୀ ଜମି ଲିଜ୍‌ ଆକାରରେ ଦିଆଯାଇଛି, ତାକୁ ଯଦି ସେମାନେ ଠିକ୍‌ ଭାବେ ବ୍ୟବହାର କରୁନାହାନ୍ତି, ତେବେ ସେହି ଜମିକୁ ସରକାର ଫେରାଇନେବେ। ରାଜସ୍ବ ବିଭାଗରେ ଖାଲି ପଡ଼ିଥିବା ପଦବୀଗୁଡ଼ିକୁ ପୂରଣ କରିବା, ବାସସ୍ଥାନ, ଜାତିଗତ ଓ ଅନ୍ୟାନ୍ୟ ପ୍ରମାଣପତ୍ର ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ପ୍ରଦାନ କରିବାକୁ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢିଛନ୍ତି ଶାହରୁଖ ଖାନଙ୍କ ଝିଅ: ବାପାଙ୍କ ସହ କରିବେ ଧମାଲ୍‌

ଯେତେବେଳେ ଷ୍ଟାର କିଡ୍ସଙ୍କ ପ୍ରସଙ୍ଗ ଉଠାଯାଏ, ପ୍ରଥମେ ଶାହରୁଖ ଖାନଙ୍କ ଝିଅ ସୁହାନାଙ୍କ ନାଁ ଆଗରେ ଆସେ। ସୁହାନା ତାଙ୍କର ଚମତ୍କାର ଲୁକ ପାଇଁ ପ୍ରାୟତଃ ସୋସିଆଲ…

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ…

ନବ ନିର୍ମିିତ ବର୍ହିଚିକିତ୍ସା, ଅର୍ନ୍ତଚିକିତ୍ସା ବିଭାଗ ଗୃହର ଶୁଭ ଉଦ୍‌ଘାଟନ କଲେ ସାଂସଦ-ବିଧାୟକ

ଗଞ୍ଜାମ,୨୨।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ନବନିର୍ମିିତ ବର୍ହିଚିକିତ୍ସା ଓ ଅର୍ନ୍ତଚିକିତ୍ସା ବିଭାଗ ଗୃହକୁ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ…

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri