ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ କୋଭିଶିଲ୍ଡ୍‌ ଭାକ୍ସିନ୍‌ର ୨ ଡୋଜ୍‌ ମଧ୍ୟରେ ବୃଦ୍ଧି କରାଯାଇଥିବା ସମୟ ସୀମାକୁ ନେଇ ଆମେରିକା ଭାରତକୁ ଚେତାବନୀ ଦେଇଛି। ୨ ଡୋଜ୍‌ ମଧ୍ୟରେ ସମୟ ସୀମା ବଢ଼ିଲେ ଭାରତରେ ସଂକ୍ରମଣ ଆଶଙ୍କା ବୃଦ୍ଧି ପାଇବ ବୋଲି ଆମେରିକାର ମହାମାରୀ ବିଶେଷଜ୍ଞ ଡ. ଆନ୍ଥୋନୀ ଫୌସି ସତର୍କ କରାଇଛନ୍ତି। ପୂର୍ବରୁ ଭାରତରେ କୋଭିଶିଲ୍ହ ଭାକ୍ସିନ୍‌ର ୨ ଡୋଜ୍‌ ମଧ୍ୟରେ ୨୮ ଦିନର ଅନ୍ତର ରଖାଯାଇଥିଲା। ଏହାପରେ ଅନ୍ତରକୁ ୬ରୁ ୮ ସପ୍ତାହ ରଖାଯାଇଥିଲା। ତେବେ ପରବର୍ତ୍ତୀ ସମୟରେ ସମୟ ସୀମାକୁ ୧୨ରୁ ୧୬ ସପ୍ତାହ ରଖାଯାଇଛି। ଏହା ଦ୍ୱାରା ଭାରତରେ କରୋନା ସଂକ୍ରମଣ ବଢ଼ିବାର ଆଶଙ୍କା ରହିଥିବା ଫୌସି ସୂଚନା ଦେଇଛନ୍ତି। ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ, ଭାକ୍ସିନ୍‌ ର୨ ଡୋଜ୍‌ ମଧ୍ୟରେ ଅନ୍ତର ବଢ଼ିଲେ ଏହା ପ୍ରଭାବଶାଳୀ ହେବ। ମାତ୍ର ଫୌସି ଏହାକୁ ବାରଣ କରିଛନ୍ତି। ଭାକ୍ସିନ୍‌ ଅଭାବ ଯୋଗୁ ନିର୍ଦ୍ଧାରିତ ସମୟ ଅନ୍ତରଠାରୁ ଦୂରେଇ କଲେ ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍‌କୁ ନିୟନ୍ତ୍ରଣ କରିବା କଷ୍ଟକର ହେବ ବୋଲି ସେ କହିଛନ୍ତି। ଭାରତ ସରକାରଙ୍କ ଅନୁସାରେ କୋଭିଶିଲ୍ଡ୍‌ର ୨ ଡୋଜ୍‌ ମଧ୍ୟରେ ଅନ୍ତର ୪ରୁ ୬ ସପ୍ତାହ ରହିଲେ ଏହା ୫୦ରୁ ୬୦ ପ୍ରତିଶତ ପର୍ଯ୍ୟନ୍ତ ପ୍ରଭାବଶାଳୀ ହୋଇଥାଏ। ମାତ୍ର ସମୟ ଅନ୍ତର ୧୨ରୁ ୧୬ ସପ୍ତାହ ରହିଲେ ଏହା ୮୧ ପ୍ରତିଶତ ପ୍ରଭାବଶାଳୀ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri