ଜିଲା ପରିଷଦ ସଭାପତି ନିର୍ବାଚନ ପାଇଁ ନୂଆ ନିୟମ

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୨୦୨୨ ଜାନୁୟାରୀ ୭ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ସଂଖ୍ୟା ୫୯୩ ଅନୁସାରେ ରାଜ୍ୟ ସରକାର ଓଡ଼ିଶା ଜିଲା ପରିଷଦ ନିର୍ବାଚନ ଆଇନ-୧୯୯୪କୁ ପରିବର୍ତ୍ତନ କରି ସେଥିରେ ଅଧିନିୟମ ୫୧ (କ) ଯୋଗ କରିଛନ୍ତି ା ସଂଶୋଧିତ ଆଇନ ବଳରେ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ଜଣେ ପ୍ରାଧିକୃତ ପ୍ରତିନିଧିଙ୍କୁ ନିଯୁକ୍ତ କରିବେ ା ଜିଲା ପରିଷଦ ସଭାପତି/ଉପସଭାପତି ନିର୍ବାଚନ ଦିନ ପ୍ରାଧିକୃତ ପ୍ରତିନିଧିମାନେ ଉପସ୍ଥିତ ରହିବେ। ସମ୍ପୃକ୍ତ ଦଳର ସଭ୍ୟସଭ୍ୟାମାନେ ଭୋଟ ଦେଇସାରି ସେହି ଦଳର ପ୍ରାଧିକୃତ ପ୍ରତିନିଧିଙ୍କୁ ବାଲଟ ପେପର ଦେଖାଇବା ପରେ ଭୋଟ ବାକ୍ସରେ ପକାଇବେ ା ସଂଶୋଧିତ ଆଇନ ଅନୁସାରେ ରାଜ୍ୟ ନିର୍ବାଚନ କମିଶନ ରାଜନୈତିକ ଦଳଗୁଡିକ ଦ୍ୱାରା ପ୍ରାଧିକୃତ ପ୍ରତିନିଧି ନିଯୁକ୍ତି ନିମନ୍ତେ ଏକ ଫର୍ମ ନିର୍ଦ୍ଧାରଣ କରିଛନ୍ତି ା ଜିଲା ପରିଷଦ ସଭାପତି/ଉପସଭାପତି ନିର୍ବାଚନର ପୂର୍ବଦିନ ଅପରାହ୍ନ ୫.୩୦ ସୁଦ୍ଧା ରାଜନୈତିକ ଦଳଗୁଡ଼ିକ ପ୍ରାଧିକୃତ ପ୍ରତିନିଧି ନିଯୁକ୍ତିପତ୍ର ସମ୍ପୃକ୍ତ ନିର୍ବାଚନ ଅଧିକାରୀଙ୍କ ନିକଟରେ ଦାଖଲ କରିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶନାମା ଜାରି କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

‘ମୋଦି ମୋତେ କହିଲେ ମୋ ପରେ ତୁମେ…’, ରାହୁଲଙ୍କ ବୟାନକୁ ନେଇ ଜୋରଦାର ଚର୍ଚ୍ଚା

ନୂଆଦିଲ୍‌ଲୀ,୩୦।୯: କଂଗ୍ରେସ କାର୍ଯ୍ୟକାରୀ କମିଟି (CWC) ବୈଠକ ପରେ ରାହୁଲ ଗାନ୍ଧୀଙ୍କ ଏକ କଥିତ ବୟାନକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ରାହୁଲ ଗାନ୍ଧୀ ବୈଠକରେ ର୍ନିବାଚନ…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?