ହବିଷ୍ୟାଳୀଙ୍କ ପାଇଁ କଟକଣା ଜାରି: ପୁରୀ ନ ଆସିବାକୁ ଅନୁରୋଧ

ପୁରୀ ଅଫିସ,୨୯ା୧୦: ମହାମାରୀ କରୋନା ବିପଦ ସମ୍ପୂର୍ଣ୍ଣ ଭାବେ ଟଳି ନାହିଁ। ପୂର୍ବାପେକ୍ଷା ଅଧିକ ସତର୍କ ହେବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ପରାମର୍ଶ ଦେଉଛନ୍ତି। ଏହାକୁ ଆମ ସମସ୍ତଙ୍କୁ ମାନିବାକୁ ପଡ଼ିବ। ନଚେତ କରୋନା ସ୍ଥିତି ପୁଣି ସାଂଘାତିକ ହୋଇପାରେ। ତେଣୁ କାର୍ତ୍ତିକ ବ୍ରତ ପାଳନ ପାଇଁ ହବିଷିଆଳିମାନେ ଏହିବର୍ଷ ଶ୍ରୀକ୍ଷେତ୍ର ଆସନ୍ତୁ ନାହିଁ। ନିଜ ଘରେ ରହି ବ୍ରତ ପାଳନ କରନ୍ତୁ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ହବିଷିଆଳିମାନଙ୍କୁ ଏହି ଅନୁରୋଧ କରାଯାଇଛି। ପ୍ରଶାସନ ପକ୍ଷରୁ ଉପଜିଲାପାଳ ଭବତାରଣ ସାହୁ ହବିଷିଆଳିଙ୍କୁ ପୁରୀ ନ ଆସିବା ଲାଗି ନିବେଦନ କରିଛନ୍ତି। ବିଗତ କିଛିବର୍ଷ ଧରି ପୁରୀରେ ହବିଷିଆଳିଙ୍କ ଲାଗି ଯେଉଁ ଶିବିର ଆୟୋଜନ କରାଯାଇଥାଏ ଚଳିତବର୍ଷ ତାହା କରାଯାଉ ନାହିଁ। ତେଣୁ ଘରେ ରହି ମହାପ୍ରଭୁଙ୍କୁ ପ୍ରାର୍ଥନା କରିବା ଲାଗି ଉପଜିଲାପାଳ ସାହୁ ସେମାନଙ୍କୁ ଅନୁରୋଧ କରିଛନ୍ତି।
ପ୍ରତିବର୍ଷ କାର୍ତ୍ତିକ ମାସ ଆରମ୍ଭରୁ ଓଡ଼ିଶାର ବିଭିନ୍ନ ଜିଲାରୁ ପୁରୀକୁ ହଜାର ହଜାର ସଂଖ୍ୟାରେ ହବିଷିଆଳି ଆସିଥାନ୍ତି। ଏଠାକାର ମଠ, ମନ୍ଦିର, ଧର୍ମାନୁଷ୍ଠାନରେ ରହି କାର୍ତ୍ତିକ ବ୍ରତ ପାଳିଥାନ୍ତି। ପ୍ରାତଃରୁ ମାର୍କଣ୍ଡ, ଶ୍ୱେତଗଙ୍ଗା, ନରେନ୍ଦ୍ର ଏବଂ ଇନ୍ଦ୍ରଦ୍ୟୁମ୍ନ ଆଦି ପବିତ୍ର ପୁଷ୍କରିଣୀରେ ସ୍ନାନ କରି ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିଥାନ୍ତି। ଦର୍ଶନ ପରେ ସେମାନେ ରହୁଥିବା ମଠ, ଧର୍ମଶାଳା ଏବଂ ଆଶ୍ରୟସ୍ଥଳୀର ତୁଳସୀ ଚଉରା ମୂଳେ ପୂଜା କରିଥାନ୍ତି। ସେମାନେ ଦିନରେ ଗୋଟିଏ ଥର ମହାପ୍ରସାଦ ସେବନ ଅର୍ଥାତ୍‌ ହବିଷାନ୍ନ କରି ବ୍ରତ ପାଳିଥାନ୍ତି। ୨୦୧୬ରୁ ରାଜ୍ୟ ସରକାର ହବିଷିଆଳି ଯୋଜନାରେ ପ୍ରାୟ ୩ହଜାରରୁ ଊର୍ଦ୍ଧ୍ୱ ହବିଷିଆଳିଙ୍କ ପାଇଁ ସବୁ ପ୍ରକାର ବ୍ୟବସ୍ଥା କରିଆସୁଛନ୍ତି। ୩/୪ଟି (ରେଲୱେ ଟୁରିଷ୍ଟ କମ୍ପ୍ଲେକ୍ସ, ରେଲୱେ ଯାତ୍ରୀ ନିବାସ, ମୋଚିସାହି ନିକଟ ପୌରସଂସ୍ଥା କଲ୍ୟାଣ ମଣ୍ଡପ ଓ ଜଗନ୍ନାଥ ବଲ୍ଲଭ ମଠ ପରିସର) ସ୍ଥାନରେ ହବିଷିଆଳି ଶିବିର କରି ବ୍ରତଧାରୀଙ୍କ ମାଗଣାରେ ରହିବା, ମହାପ୍ରସାଦ ସେବନ ଏବଂ ମନ୍ଦିର ଦର୍ଶନ ବ୍ୟବସ୍ଥା କରିଥାନ୍ତି। ମାତ୍ର ଏବର୍ଷ କରୋନାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ହବିଷିଆଳି ଶିବିର କରାଯାଇ ନାହିଁ। ସେହିପରି କୋଭିଡ୍‌ କଟକଣା ପାଇଁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ରହିଛି। ହବିଷିଆଳିମାନେ ମନ୍ଦିର ଭିତରକୁ ଯାଇପାରିବେ ନାହିଁ। ତେଣୁ ପରିଣତ ବୟସରେ ଶ୍ରୀକ୍ଷେତ୍ରକୁ ବ୍ରତ ପାଳନ ପାଇଁ ଆସୁଥିବା ହବିଷିଆଳି ଏସବୁକୁ ନଜରରେ ରଖି ଅନ୍ତତଃପକ୍ଷେ ଚଳିତବର୍ଷ ନ ଆସିବା ଲାଗି ପ୍ରଶାସନ ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri