Posted inଜାତୀୟ

ଛୋଟ ପିଲାଙ୍କୁ ୨ ଚକିଆରେ ନେବାକୁ ଏବେ ନୂଆ ନିୟମ, ଉଲ୍ଲଂଘନ କଲେ ୧୦୦୦ ଜରିମାନା…

ନୂଆଦିଲ୍ଲୀ, ୧୬।୨ : ଏବେ ଛୋଟ ପିଲାଙ୍କୁ ୨ ଚକିଆ ଯାନରେ ନେବା ପାଇଁ ନୂଆ ଟ୍ରାଫିକ ନିୟମ ଜାରି ହୋଇଛି। ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ୨ ଚକିଆ ଚାଳକଙ୍କ ପାଇଁ ଏହି ନୂଆ ନିୟମ ଆଣାଯାଇଛି। ଏଥିରେ ଚାରି ବର୍ଷରୁ କମ ପିଲାମାନଙ୍କୁ ଦୁଇ ଚକିଆ ଯାନରେ ନେବା ଲାଗି ନୂତନ ସୁରକ୍ଷା ନିୟମ ଜାରି ହୋଇଛି।

ନୂଆ ନିୟମ ଅନ୍ତର୍ଗତ ଦୁଇ ଚକିଆ ଚାଳକ ପିଲାମାନଙ୍କ ପାଇଁ ହେଲମେଟ ଏବଂ ହାର୍ନେସ୍‌ ବେଲ୍ଟ ବ୍ୟବହାର କରିବା ବାଧ୍ୟତାମୂଳକ କରାଯାଇଛି।ଏହା ସହିତ ଗାଡିର ବେଗକୁ ଘଣ୍ଟାପ୍ରତି ୪୦ କିଲୋମିଟର ମଧ୍ୟରେସୀମିତ ରଖିବାକୁ କୁହାଯାଇଛି। ଏହି ନୂତନ ଟ୍ରାଫିକ ନିୟମର ଉଲ୍ଲଂଘନ କଲେ ୧୦୦୦ ଟଙ୍କା ଜରିମାନା ଏବଂ ତିନିମାସ ପାଇଁ ଡ୍ରାଇଭିଂ ଲାଇସେନ୍ସ ଛଡ଼ାଇ ନିଆଯିବ ବୋଲି ଏଥିରେ ଉଲ୍ଲେଖ କରାଯାଇଛି।

ଦୁଇ ଚକିଆ ଯାନରେ ବସିଥିବା ପିଲାମାନଙ୍କ ପାଇଁ ଅଧିକ ନିରାପତ୍ତା ନିଶ୍ଚିତ କରିବାକୁ ଏକ ନୂତନ ନିୟମକୁ ଅନ୍ତର୍ଭୁକ୍ତ କରିବା ପାଇଁ କେନ୍ଦ୍ରୀୟ ମୋଟର ଯାନ ଅଧିନିୟମରେ ସଂଶୋଧନ କରାଯାଇଛି। ଏହି ନିୟମ ଚାରି ବର୍ଷ ବୟସ ପର୍ଯ୍ୟନ୍ତ ପିଲାମାନଙ୍କ ପାଇଁ ଲାଗୁହେବ। ନୂତନ ନିୟମ ଅନୁଯାୟୀ, ବ୍ୟବହୃତ ନିରାପତ୍ତା ହାର୍ନେସ୍‌ ହାଲୁକା, ୱାଟରପ୍ରୁଫ, କୁସନଯୁକ୍ତ ହେବା ସହିତ ଏହା ୩୦ କିଲୋଗ୍ରାମ ଭାର ଧାରଣ କରିବା ଉପଯୋଗୀ ହୋଇଥିବା ଆବଶ୍ୟକ।

ନୂତନ ନିୟମ ଅନୁସାରେ ଛୋଟ ପିଲା ଯାତ୍ରା ସମୟରେ କ୍ରସ ହେଲମେଟ କିମ୍ବା ସାଇକିଲ୍‌ ହେଲମେଟ ପିନ୍ଧିବା ଆବଶ୍ୟକ। ସରକାରଙ୍କ ଦ୍ୱାରା ଅନୁମୋଦିତ ହୋଇଥିବା ନିର୍ଦ୍ଦିଷ୍ଟ ମାନକଯୁକ୍ତ ହେଲମେଟ ବ୍ୟବହାର ଉପରେ ଗୁରୁତ୍ୱାରୋପ କରାଯାଇଛି। ପିଲାମାନଙ୍କ ପାଇଁ କିଭଳି ହେଲମେଟ ତିଆରି କରାଯିବ ସେ ନେଇ କେନ୍ଦ୍ର ପକ୍ଷରୁ ହେଲମେଟ୍‌ ନିର୍ମାତା କମ୍ପାନୀଗୁଡ଼ିକୁ ସୂଚିତ ମଧ୍ୟ କରା ଯାଇସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୦।୨: ICC ପୁରୁଷ T20 ବିଶ୍ୱକପ 2026 ର ସବୁଠାରୁ ବଡ଼ ମ୍ୟାଚ, ଭାରତ ବନାମ ପାକିସ୍ତାନ, ନେଇ ସୃଷ୍ଟି ହୋଇଥିବା ବିବାଦର ଏବେ ଅନ୍ତ ଘଟିଛି।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ…

ଭାରତ ପରେ ଏହି ଦେଶ ପାଇଁ ଟାରିଫ କମ୍‌ କଲେ ଟ୍ରମ୍ପ, କିଛି ଉତ୍ପାଦନ ହେଲା ଡ୍ୟୁଟି ଫ୍ରି

ଓ୍ବାଶିଂଟନ,୧୦।୨: ଭାରତ ପରେ, ଆମେରିକା ଏବଂ ବାଂଲାଦେଶ ମଧ୍ୟରେ ଏକ ନୂତନ ବାଣିଜ୍ୟ ଚୁକ୍ତିନାମା ହୋଇଛି, ଯାହା ଅଧୀନରେ ଆମେରିକା ମଧ୍ୟ ବାଂଲାଦେଶୀ ଉତ୍ପାଦ ଉପରେ ଶୁଳ୍କ…

୫୦ ଲକ୍ଷ ଟଙ୍କାର ଚାକିରି ଛାଡିଲେ, ଏବେ ମୋମୋ ବିକ୍ରି କରି ରୋଜଗାର କରୁଛନ୍ତି ୫ କୋଟି, ଏହି ବ୍ୟକ୍ତିଙ୍କ କାହାଣୀ…

ନୂଆଦିଲ୍ଲୀ,୧୦।୨: ଗୁରଗାଓଁର ଜଣେ ଯୁବ ଉଦ୍ୟୋଗୀ ସାକେତ ସୌରଭଙ୍କ କାହାଣୀ ଆଜିକାଲି ସୋସିଆଲ ମିଡିଆରେ ର୍ଚ୍ଚାରେ ଅଛି। ସାକେତ ୨୦୨୩ରେ ତାଙ୍କର ବାର୍ଷିକ ୫୨ ଲକ୍ଷ ଲାଭଜନକ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri