୧୫ ଡିସେମ୍ବରରୁ ଆସିପାରେ ନୂଆ ନିୟମ, ଟିକା ନ ନେଲେ ଟ୍ରେନ୍‌-ବସ୍‌ରେ ଯାତ୍ରା କରିବା ମନା !…

ନୂଆଦିଲ୍ଲୀ,୨।୧୨: କରୋନାର ଓମିକ୍ରନ ଭାରିଆଣ୍ଟ  ୨୫ ଟି ଦେଶରେ ବ୍ୟାପିଛି। ଏହାର ସମ୍ଭାବ୍ୟ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀରେ କଡା ପ୍ରତିବନ୍ଧକ ପାଇଁ ପ୍ରସ୍ତୁତି ଚାଲିଛି। ଦିଲ୍ଲୀ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଡିଡିଏମ୍‌ଏ) କୁ ମୁଖ୍ୟନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାର ଏକ ପ୍ରସ୍ତାବ ଦେଇଛନ୍ତି। ଏହା ଅନ୍ତର୍ଗତରେ ଦିଲ୍ଲୀ ମେଟ୍ରୋ ସେବା, ବସ, ସିନେମା ହଲ, ମଲ, ଧାର୍ମିକ ସ୍ଥାନ, ରେଷ୍ଟୁରାଣ୍ଟ, ସ୍ମାରକୀ, ସର୍ବସାଧାରଣ ପାର୍କ, ସରକାରୀ କାର୍ଯ୍ୟାଳୟ ଏବଂ ସର୍ବସାଧାରଣ ସ୍ଥାନରେ ଟିକା ନ ନେଇଥିବା ଲୋକଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଯିିବା ଆବଶ୍ୟକ।

ଯଦି ଡିଡିଏମ୍‌ଏ କେଜ୍ରିୱାଲ ସରକାରଙ୍କ ସୁପାରିଶକୁ ଗ୍ରହଣ କରେ, ତେବେ ଟିକା ନ ନେଇଥିବା ଲୋକେ ୧୫ ଡିସେମ୍ବରରୁ ବସ ଏବଂ ମେଟ୍ରୋ ଟ୍ରେନ୍‌ରେ ଯାତ୍ରା କରିପାରିବେ ନାହିଁ। ସରକାରଙ୍କ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି ଯେ ସର୍ବସାଧାରଣ ସ୍ଥାନରେ ପ୍ରବେଶ କେବଳ ଏପରି ଲୋକଙ୍କୁ ଦିଆଯିବା ଉଚିତ, ଯେଉଁମାନେ କରୋନା ଟିକା ନେଇ ସାରିଛନ୍ତି। କେବଳ ଏତିକି ନୁହେଁ, ଟିକା ନେଇଥିବା ଲୋକଙ୍କୁ ନଗଦ ପୁରସ୍କାର କିମ୍ବା ରିହାତି ଭଳି ପ୍ରୋତ୍ସାହନ ଦେବା ପାଇଁ ଦିଲ୍ଲୀ ସରକାରଙ୍କ ପକ୍ଷରୁ ମଧ୍ୟ ଯୋଜନା ପ୍ରସ୍ତୁତ କରାଯିବା ନେଇ ଚର୍ଚ୍ଚା ହେଉଛି।

ଏହାପୂର୍ବରୁ ଅକ୍ଟୋବର ମାସରେ କେରଳରେ ଟିକା ନେଇ ନ ଥିବା ଲୋକଙ୍କୁ ଶିକ୍ଷାନୁଷ୍ଠାନ ଏବଂ ହଷ୍ଟେଲରେ ପ୍ରବେଶ କରିବାକୁ ବାରଣ କରିଥିଲା। କେରଳ ହାଇକୋର୍ଟରେ ଏହି ସରକାରୀ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରାଯାଇଥିଲା। ପାର୍ଶ୍ୱ ପ୍ରତିକ୍ରିୟା ଭୟରେ ସେମାନେ ଟିକା ନେଇ ନାହାନ୍ତି। ଏହା ସେମାନଙ୍କର ଟିକାକରଣ ନ କରିବାର ଅଧିକାର, ଜୀବନର ଅଧିକାର ତଥା ନିଜର ସ୍ବତନ୍ତ୍ରତା ଅଧିକାର ଅନ୍ତର୍ଗତ ବୋଲି ଚ୍ୟାଲେଞ୍ଜ୍‌ ଆବେଦନରେ ଉଲ୍ଲେଖ କରାଯାଇଥିଲା। ତେବେ କେରଳ ସରକାରଙ୍କ ଆଦେଶକୁ ସମର୍ଥନ କରି ହାଇ କୋର୍ଟ କହିଥିଲେ ଯେ କରୋନା ଭାଇରସ ମହାମାରୀ ଭଳି ପରିସ୍ଥିତିରେ ଜନସାଧାରଣଙ୍କ ସ୍ବାର୍ଥକୁ ପ୍ରାଧାନ୍ୟ ଦିଆଯିବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri