Posted inଜାତୀୟ

କୋଟା କୋଚିଂ ସେଣ୍ଟରରେ ଆତ୍ମହତ୍ୟା ରୋକିବା ପାଇଁ ନୂଆ ନିୟମ: ନବମ ଶ୍ରେଣୀ ପରେ ମିଳିବ ନାମଲେଖା ସୁଯୋଗ…

ଜୟପୁର,୩୦।୯ : ରାଜସ୍ଥାନର କୋଟାର ଏଜୁକେଶନ ହବରେ ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟାରେ ରୋକ ଲଗାଇବା ପାଇଁ ରାଜ୍ୟ ସରକାର ନୂଆ ନିୟମ ପ୍ରଣୟନ କରିଛନ୍ତି। ନୂଆ ନିୟମ ଅନୁଯାୟୀ ଏବେ କୋଚିଂ ସେଣ୍ଟରରେ ନାମ ଲେଖା ନବମ ଶ୍ରେଣୀ ପରେ ହିଁ ହେବ।

କୋଚିଂରେ ସେଣ୍ଟରରେ ପ୍ରବେଶ ପୂର୍ବରୁ ସମ୍ପୃକ୍ତ ଛାତ୍ରୀଛାତ୍ରଙ୍କର ସ୍କ୍ରିନିଂ ପରୀକ୍ଷା କରାଯିବ। ପରୀକ୍ଷାର ଫଳାଫଳ କେବଳ ଛାତ୍ରୀଛାତ୍ରଙ୍କୁ ଜଣାଇ ଦିଆଯିବ। ନୂଆ ବ୍ୟାଚର ସିଟିଂ ବ୍ୟବସ୍ଥା ପରୀକ୍ଷାର ନମ୍ବର ବଦଳରେ ନାମର ଅକ୍ଷର ଅନୁସାରେ କରାଯିବ।

ଛାତ୍ରୀଛାତ୍ରଙ୍କ ଆତ୍ମହତ୍ୟାରେ ରୋକ ଲଗାଇବା ପାଇଁ ଶିକ୍ଷା ବିଭାଗର ମୁଖ୍ୟ ସଚିବ ଭବାନୀ ସିଂ ଦେଠାଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରାଯିବ। ଏହା ଅନ୍ତର୍ଗତ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ପାଇଁ ବାୟୋମେଟ୍ରିକ ପଦ୍ଧତି ସହିତ ଏଆଇର ବ୍ୟବସ୍ଥା କରାଯିବ।

କୋଚିଂ ସେଣ୍ଟରର ସମସ୍ତ ଛାତ୍ରୀଛାତ୍ରଙ୍କ ତଥ୍ୟ ସରକାରଙ୍କ ପାଖରେ ରହିବ। କୋଚିଂ ସେଣ୍ଟର ପ୍ରବେଶ ଗେଟ ପାଖରେ ଲାଇଭ ମନିଟରିଂ ସିଷ୍ଟମ ଲଗାଯିବ। ହଷ୍ଟେଲରେ କ୍ଷମତାଟାରୁ ଅଧିକ ସଂଖ୍ୟକ ଛାତ୍ରୀଛାତ୍ରଙ୍କୁ ଗ୍ରହଣ କରାଯିବ ନାହିଁ। ଗର୍ଲ ହଷ୍ଟେଲରେ ମହୀଳା ଓ୍ବାର୍ଡେନ ରହିବା ଅନିବାର୍ଯ୍ୟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri