ବେକାରିଙ୍କ ପାଇଁ ଆସିଲା ନୂଆ ଯୋଜନା ‘ସ୍ବୟମ’

ଭୁବନେଶ୍ୱର,୧୨ା୨(ଅନିଲ ଦାସ): ରାଜ୍ୟର ବେକାର ଯୁବତୀଯୁବକମାନଙ୍କୁ ଆତ୍ମନିର୍ଭରଶୀଳ ହେବା ପାଇଁ ରାଜ୍ୟ ସରକାର ନୂତନ ଯୋଜନା ‘ସ୍ବତନ୍ତ୍ର ଯୁବ ଉଦ୍ୟମୀ-ସ୍ବୟମ’ ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ରାଜ୍ୟର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ବାସ କରୁଥିବା ବେକାର ଯୁବତୀଯୁବକମାନଙ୍କୁ (ସାଧାରଣ ବର୍ଗଙ୍କ କ୍ଷେତ୍ରରେ ୧୮-୩୫ ବର୍ଷ ଏବଂ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଭିନ୍ନକ୍ଷମ ଓ କିନ୍ନରମାନଙ୍କ କ୍ଷେତ୍ରରେ ୧୮-୪୦ ବର୍ଷ) ରୋଜଗାରକ୍ଷମ କରିବା ନିମନ୍ତେ ୧ ଲକ୍ଷ ଟଙ୍କାର ଋଣ ବିନା ସୁଧରେ ଯୋଗାଇ ଦିଆଯିବ। ଏହାଦ୍ୱାରା ସେମାନେ ନିଜର ଦକ୍ଷତା ଅନୁଯାୟୀ କ୍ଷୁଦ୍ର, ଲଘୁ ଉଦ୍ୟୋଗ କିମ୍ବା ବ୍ୟବସାୟ ଆରମ୍ଭ କରିପାରିବେ । କ୍ରେଡିଟ୍‌ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ ଫର ମାଇକ୍ରୋ ଆଣ୍ଡ ସ୍ମଲ ଇଣ୍ଟରପ୍ରାଇଜେସ୍‌(ସିଜିଟିଏମ୍‌ଏସ୍‌ଇ) ଏହି ଋଣର ପରିମାଣର ୮୫% ଗ୍ୟାରେଣ୍ଟି ଏବଂ ରାଜ୍ୟ ସରକାର ୧୫% ଗ୍ୟାରେଣ୍ଟି ବହନ କରିବେ। ଏଥିସହିତ ସିଜିଟିଏମ୍‌ଏସ୍‌ଇର ବାର୍ଷିକ ଗ୍ୟାରେଣ୍ଟି ଦେୟ ଭାର ମଧ୍ୟ ରାଜ୍ୟ ସରକାର ବହନ କରିବ ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ପରିସରଭୁକ୍ତ କିମ୍ବା ବାର୍ଷିକ ୩ ଲକ୍ଷରୁ କମ୍‌ ଆୟ ଥିବା ପରିବାର ଏହି ବିନା ସୁଧ ଋଣ ପାଇବାକୁ ଆବେଦନ କରିପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବତୀ ଯୁବକମାନଙ୍କ ପାଇଁ ଏଭଳି ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ଏହାଦ୍ୱାରା ରାଜ୍ୟର ବ୍ୟବସାୟିକ ବାତାବରଣ ଆହୁରି ଉଜ୍ଜ୍ୱଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଏହି ଯୋଜନାରେ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୧ ଲକ୍ଷ ଯୋଗ୍ୟ ଯୁବତୀଯୁବକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି । ବିନା ସୁଧରେ ମିଳିବ ୧ ଲକ୍ଷ ଟଙ୍କା ଋଣ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri