ବେକାରିଙ୍କ ପାଇଁ ଆସିଲା ନୂଆ ଯୋଜନା ‘ସ୍ବୟମ’

ଭୁବନେଶ୍ୱର,୧୨ା୨(ଅନିଲ ଦାସ): ରାଜ୍ୟର ବେକାର ଯୁବତୀଯୁବକମାନଙ୍କୁ ଆତ୍ମନିର୍ଭରଶୀଳ ହେବା ପାଇଁ ରାଜ୍ୟ ସରକାର ନୂତନ ଯୋଜନା ‘ସ୍ବତନ୍ତ୍ର ଯୁବ ଉଦ୍ୟମୀ-ସ୍ବୟମ’ ଆରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ରାଜ୍ୟର ସମସ୍ତ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ବାସ କରୁଥିବା ବେକାର ଯୁବତୀଯୁବକମାନଙ୍କୁ (ସାଧାରଣ ବର୍ଗଙ୍କ କ୍ଷେତ୍ରରେ ୧୮-୩୫ ବର୍ଷ ଏବଂ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଭିନ୍ନକ୍ଷମ ଓ କିନ୍ନରମାନଙ୍କ କ୍ଷେତ୍ରରେ ୧୮-୪୦ ବର୍ଷ) ରୋଜଗାରକ୍ଷମ କରିବା ନିମନ୍ତେ ୧ ଲକ୍ଷ ଟଙ୍କାର ଋଣ ବିନା ସୁଧରେ ଯୋଗାଇ ଦିଆଯିବ। ଏହାଦ୍ୱାରା ସେମାନେ ନିଜର ଦକ୍ଷତା ଅନୁଯାୟୀ କ୍ଷୁଦ୍ର, ଲଘୁ ଉଦ୍ୟୋଗ କିମ୍ବା ବ୍ୟବସାୟ ଆରମ୍ଭ କରିପାରିବେ । କ୍ରେଡିଟ୍‌ ଗ୍ୟାରେଣ୍ଟି ଫଣ୍ଡ ଟ୍ରଷ୍ଟ ଫର ମାଇକ୍ରୋ ଆଣ୍ଡ ସ୍ମଲ ଇଣ୍ଟରପ୍ରାଇଜେସ୍‌(ସିଜିଟିଏମ୍‌ଏସ୍‌ଇ) ଏହି ଋଣର ପରିମାଣର ୮୫% ଗ୍ୟାରେଣ୍ଟି ଏବଂ ରାଜ୍ୟ ସରକାର ୧୫% ଗ୍ୟାରେଣ୍ଟି ବହନ କରିବେ। ଏଥିସହିତ ସିଜିଟିଏମ୍‌ଏସ୍‌ଇର ବାର୍ଷିକ ଗ୍ୟାରେଣ୍ଟି ଦେୟ ଭାର ମଧ୍ୟ ରାଜ୍ୟ ସରକାର ବହନ କରିବ ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସ୍‌କଓ୍ବୋଇ) ପରିସରଭୁକ୍ତ କିମ୍ବା ବାର୍ଷିକ ୩ ଲକ୍ଷରୁ କମ୍‌ ଆୟ ଥିବା ପରିବାର ଏହି ବିନା ସୁଧ ଋଣ ପାଇବାକୁ ଆବେଦନ କରିପାରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ଏକ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକରେ ରାଜ୍ୟର ଯୁବତୀ ଯୁବକମାନଙ୍କ ପାଇଁ ଏଭଳି ଏକ ଯୁଗାନ୍ତକାରୀ ନିଷ୍ପତ୍ତି ନିଆଯାଇଛି। ଏହାଦ୍ୱାରା ରାଜ୍ୟର ବ୍ୟବସାୟିକ ବାତାବରଣ ଆହୁରି ଉଜ୍ଜ୍ୱଳ ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଏହି ଯୋଜନାରେ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳର ୧ ଲକ୍ଷ ଯୋଗ୍ୟ ଯୁବତୀଯୁବକଙ୍କୁ ସାମିଲ କରିବାକୁ ଲକ୍ଷ୍ୟ ରଖିଛନ୍ତି । ବିନା ସୁଧରେ ମିଳିବ ୧ ଲକ୍ଷ ଟଙ୍କା ଋଣ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

ମେ’ ୬ରେ ଓଡ଼ିଶା ଆସିବେ ମୋଦି: ଏହି ୨ ଜିଲାକୁ କରିବେ ଗସ୍ତ

ଭୁବନେଶ୍ୱର,୧।୫: ଆସନ୍ତା ନିର୍ବାଚନକୁ ନେଇ ପ୍ରଚାର ଜୋରସୋରରେ ଚାଲିଛି। କେନ୍ଦ୍ରର ଅନେକ ହେଭିଓ୍ବେଟ୍‌ ନେତା ଓଡ଼ିଶା ଗସ୍ତରେ ଆସି ପ୍ରଚାର କରୁଛନ୍ତି। ଏହି କ୍ରମରେ ପୁଣି...

ବଲାଙ୍ଗୀର ଲୋକସଭା ଭାଜପା ପ୍ରାର୍ଥୀ ସଙ୍ଗୀତାଙ୍କ ସମ୍ପତ୍ତି ୫୦.୯୨ କୋଟି

ବଲାଙ୍ଗୀର, ୧ା୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂଦେଓ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟରେ ୨୦୨୪ ନିର୍ବାଚନ ସକାଶେ...

ରାଜ୍ୟର ଜଣେ ସାନ ବାବୁ ସରକାରଙ୍କୁ ହାଇଜାକ୍‌ କରିଛନ୍ତି: ସାଂଘାତିକ ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର,୧।୫: ରାଜ୍ୟ ସରକାର ଏବଂ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଛନ୍ତି ଭାଜପା ଏମ୍‌ପି ତଥା ଭୁବନେଶ୍ୱର ଲୋକ ସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ସେ ନାଁ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

୭ ବେଳକୁ ସାରା ରାଜ୍ୟରେ କମିବ ତାତି!

ଭୁବନେଶ୍ୱର,୧।୫: ରାଜ୍ୟରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ। ତା’ ମଧ୍ୟରୁ ଦୁଇ ଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ।...

୩ରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ ଭାଜପା ପ୍ରାର୍ଥୀ ରୁଦ୍ର ପାଣି

ଢେଙ୍କାନାଳ,୧ା୫(ରତନ ନାୟାର): ଭାରତୀୟ ଜନତା ପାର୍ଟିର ଢେଙ୍କାନାଳ ଲୋକ ସଭା ପ୍ରାର୍ଥୀ ରୁଦ୍ର ନାରାୟଣ ପାଣି ଆସନ୍ତା ୩ ତାରିଖରେ ପ୍ରାର୍ଥତ୍ପତ୍ର ଦାଖଲ କରିବେ। ଏଥିପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri