ସାତଭାୟାରେ ସୃଷ୍ଟି ହୋଇଛି ନୂଆ ବେଳାଭୂମି

କେନ୍ଦ୍ରାପଡ଼ା, ୨ା୧୧ (ଜଗନ୍ନାଥ ଧଳ) ବିଶ୍ୱ ପ୍ରସିଦ୍ଧ ଗହୀରମଥାର ସାମୁଦ୍ରିକ ଅଞ୍ଚଳରେ ଥିବା ପ୍ରଚୁର ଖାଦ୍ୟ ବିରଳ ଅଲିଭ୍‌ରିଡ୍‌ଲେ କଇଁଛଙ୍କୁ ଆକର୍ଷିତ କରୁଛି। ପ୍ରତିବର୍ଷ ୪ରୁ ୫ଲକ୍ଷ କଇଁଛ ଏଠାକୁ ଆସି ଅଣ୍ଡାଦାନ କରୁଛନ୍ତି। ତେବେ ଇଣ୍ଟରନ୍ୟାଶନାଲ ୟୁନିୟନ ଫର କଞ୍ଜରଭେଶନ ଅଫ ନେଚର (ଆଇୟୁସିଏନ୍‌)ର ରେଡ୍‌ ଡାଟା ଲିଷ୍ଟରେ ଥିବା ଏହି ଜୀବଙ୍କ ସୁରକ୍ଷା ଏବେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ପ୍ଲାଷ୍ଟିକ୍‌ ପ୍ରଦୂଷଣ ଯୋଗୁ ଅହେତୁକ ମାତ୍ରାରେ ଜେଲି ଫିସ ସଂଖ୍ୟା ବୃଦ୍ଧି ଘଟୁଛି। ଶୈବାଳ ଉଦ୍ୟାନ ନଷ୍ଟ ହେଉଥିବା ବେଳେ ମାଛ ବଂଶ ବିଭିନ୍ନ କାରଣରୁ କମିଯାଉଛି। ତଟକ୍ଷୟ, ବନ ବିଭାଗର ସ୍ପିଡ ବୋଟ୍‌ ଅଚଳ, ସାମୁଦ୍ରିକ ଥାନାରେ କର୍ମଚାରୀଙ୍କ ଅଭାବ, ସମୁଦ୍ର ତଟରକ୍ଷା ବାହିନୀ ସହିତ ଭାବ ବିନିମୟରେ ଅଭାବରୁ ମତ୍ସ୍ୟଜୀବୀଙ୍କ ବେଆଇନ ପ୍ରବେଶ, ଗାଞ୍ଜ ଜାଲରେ ଅଲିଭ୍‌ରିଡ୍‌ଲେ କଇଁଛ ଧରାପଡିବା ଆଦି ସମସ୍ୟା ବନ ବିଭାଗର ସୁରକ୍ଷା ଦେବା କ୍ଷେତ୍ରରେ ଏକ ଚ୍ୟାଲେଞ୍ଜ ପାଲଟିଛି। ଚଳିତବର୍ଷ ସାତଭାୟାରେ ସୃଷ୍ଟି ହୋଇଥିବା ନୂଆ ବେଳାଭୂମିରେ ଅଲିଭ୍‌ରିଡ୍‌ଲେ ଆସିପାରନ୍ତି ବୋଲି ବୁଦ୍ଧିଜୀବୀ ଓ ପରିବେଶବିତ୍‌ ଖୁସି ପ୍ରକଟ କରିଛନ୍ତି।
ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ, ଜଗନ୍ନାଥ ଦାସ, ଦୋଳଗୋବିନ୍ଦ ଜେନା, ପରିବେଶବିତ୍‌ ହେମନ୍ତ କୁମାର ରାଉତ, ଅଶୋକ କୁମାର ସ୍ବାଇଁ ପ୍ରମୁଖ କହିଛନ୍ତି, କଇଁଛ ସୁରକ୍ଷା ପାଇଁ ବୁଧବାରଠାରୁ ମେ ୩୧ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କ ପାଇଁ ସାମୁଦ୍ରିକ କଟକଣା ଆରମ୍ଭ ହେଉଛି। ପ୍ରତିବର୍ଷ ୪ରୁ ୫ ଲକ୍ଷ ପର୍ଯ୍ୟନ୍ତ ଅଲିଭ୍‌ରିଡ୍‌ଲେ ଏହି ଅଞ୍ଚଳକୁ ପ୍ରଜନନ ସ୍ଥଳ ଭାବେ ବାଛିବା ବିଶ୍ୱ ପ୍ରକୃତିପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଛି। ୧୪୩୫ ବର୍ଗ କିଲୋମିଟରର ଏହି କଇଁଛଙ୍କ ଅନ୍ତୁଡ଼ିଶାଳ ବିଭିନ୍ନ କାରଣରୁ ଦୁର୍ବଳ ହେଉଥିବା ବେଳେ ଏହି ବିରଳ ଜୀବ ଆଇୟୁସିଏନ୍‌ର ରେଡ ଡାଟାବୁକ୍‌ରେ ଅଛି। ୧ହଜାର ଶାବକଙ୍କ ମଧ୍ୟରୁ ମାତ୍ର ଗୋଟିଏ ପୂର୍ଣ୍ଣବୟସ୍କ ହେଉଥିବା ଆଇୟୁସିଏନ ଦର୍ଶାଇଥିବା ବେଳେ କଇଁଛ ମୃତ୍ୟୁକୁ ନେଇ ଉଦ୍‌ବେଗର କାରଣ ସାଜିଛି। ରାଜ୍ୟ ସରକାରଙ୍କ ବନ ଓ ପରିବେଶ ବିଭାଗ ୧୯୯୭ ସେପ୍ଟେମ୍ବର ୨୭ରେ ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ ଜାତୀୟ ଉଦ୍ୟାନ ଭିତରକନିକା ମଧ୍ୟରୁ ଅଲଗା କରି ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରିଛନ୍ତି। ଗହୀରମଥା ସାମୁଦ୍ରିକ ଅଞ୍ଚଳ ୧୪୩୫ ବର୍ଗ କିମି ମଧ୍ୟରୁ ମାତ୍ର ୨୭ ବର୍ଗ କିମି ସ୍ଥଳଭାଗ। ତେବେ ଏହି ସ୍ଥଳଭାଗ ସାମୁଦ୍ରିକ ତଟକ୍ଷୟର ଶିକାର ହେଉଛି। ଗତବର୍ଷ ଅଗରନାସୀ ଦ୍ୱୀପ ସମ୍ପୂର୍ଣ୍ଣ ସମୁଦ୍ରରେ ଲୀନ ହେବା ସହ ବିଗତ ବର୍ଷଗୁଡ଼ିକରେ ନାଶୀ, ବାବୁବାଲି, ଏକକୁଳା ଆଦି ସ୍ଥାନଗୁଡ଼ିକର ଆକାର କମିଛି। ସାତଭାୟାର ବିସ୍ତୀର୍ଣ୍ଣ ବେଳାଭୂମିକୁ ଏହି କଇଁଛ ଅନ୍ତୁଡ଼ିଶାଳ କରିବା ସମ୍ଭାବନା ଅଛି। ପ୍ରଜନନ ସ୍ଥାନ ଅଭାବ ପାଇଁ କଇଁଛଙ୍କ ଅକାଳ ମୃତ୍ୟୁ ଏବେ ସମସ୍ୟା ହୋଇଛି। ଏହି ନିଷିଦ୍ଧାଞ୍ଚଳରେ ବହୁ ସମୟରେ ବେଆଇନ ମାଛଧରା ସେମାନଙ୍କ ଜୀବନ ପ୍ରତି ବିପଦ ସାଜିଛି। ବନ ବିଭାଗ ନିକଟରେ ବେଆଇନ ଭାବେ ପ୍ରବେଶ କରୁଥିବା ଟ୍ରଲରକୁ ଧରିବା ପାଇଁ ଉପଯୁକ୍ତ ଇଞ୍ଜିନ ବିଶିଷ୍ଟ ବୋଟ୍‌ ନାହିଁ। ଜିଲାରେ ଥିବା ୩ ସାମୁଦ୍ରିକ ଥାନାରେ କର୍ମଚାରୀଙ୍କ ଅଭାବ ରହିଛି। ସେହିପରି ତଟ ସୁରକ୍ଷା ବାହିନୀ ସହ ସମ୍ପର୍କ ରଖିବାରେ ବହୁ ସମୟରେ ବନ ବିଭାଗ ବିଫଳ ହେଉଛି। ଏହାବ୍ୟତୀତ ପ୍ଲାଷ୍ଟିକ ପ୍ରଦୂଷଣ ବଢ଼ି ଚାଲିଛି, ଯାହା ସାମୁଦ୍ରିକ ଶୈବାଳ ଉଦ୍ୟାନକୁ ନଷ୍ଟ କରୁଛି। ଶିଳ୍ପାଞ୍ଚଳ ଓ ଚିଙ୍ଗୁଡି ଘେରିର ବର୍ଜ୍ୟବସ୍ତୁ ଓ ଜଳ ଶୈବାଳ ଉପରେ ପ୍ରଭାବ ପକାଇଛି। ଫଳରେ ଜେଲି ଫିଶ୍‌ ସଂଖ୍ୟା ବଢ଼ୁଛି। ଏହାସହ ବିଭିନ୍ନ କାରଣରୁ ପ୍ରତିବର୍ଷ ନିଷିଦ୍ଧାଞ୍ଚଳରେ ହଜାରରୁ ଅଧିକ କଇଁଛଙ୍କ ମୃତ୍ୟୁ ହେଉଛି। ସୁରକ୍ଷା ବ୍ୟବସ୍ଥା ଗହୀରମଥାରେ କାର୍ଯ୍ୟକାରୀ ହେଉ ନ ଥିବା ସେମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ରେଞ୍ଜର ପ୍ରଦୋଷ ମହାରଣା କହିଛନ୍ତି, ବିରଳ ଅଲିଭ୍‌ ରିଡ୍‌ଲେଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ହୋଇଛି। କଟକଣା ସମୟରେ ମତ୍ସ୍ୟଜୀବୀଙ୍କ ଅନୁପ୍ରବେଶ ରୋକିବା ପାଇଁ କ୍ୟାମ୍ପ ସହିତ ନିରୀକ୍ଷଣକୁ ଅଧିକ ଗୁରୁତ୍ୱ ଦିଅଯାଉଛି। ଗତ କଟକଣା ସମୟରେ ବେଆଇନ ଭାବେ ପ୍ରବେଶ କରିଥିବା ବୋଟ ଓ ଟ୍ରଲରକୁ ଜବତ କରାଯାଇଥିବା ବେଳେ ୪୫୦ରୁ ଅଧିକ ଲୋକଙ୍କ ନାମରେ ମାମଲା ରୁଜୁ ହୋଇଥିଲା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?