ଭବାନୀପାଟଣାରେ ଅରୁନ୍ଧତୀ ଜୁଏଲର୍ସର ନୂତନ ଶୋ’ରୁମ୍‌

ଭୁବନେଶ୍ୱର,୧୩।୫: ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଅରୁନ୍ଧତୀ ଜୁଏଲର୍ସର ସର୍ବବୃହତ୍‌ ଶୋ’ରୁମ୍‌ ଶୁକ୍ରବାର କଳାହାଣ୍ଡି ଜିଲାର ଭବାନୀପାଟଣା ନିକଟସ୍ଥ ମା’ମାଣିକେଶ୍ୱରୀ ମନ୍ଦିର ନିକଟରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ୫,୦୦୦ ବର୍ଗଫୁଟ ପରିମିତ ସ୍ଥାନରେ ଗଢ଼ି ଉଠିଥିବା ଏହି ଶୋ’ରୁମ୍‌ରେ ସର୍ବୋତ୍ତମ ଡିଜାଇନ ଓ ସମ୍ପୂୂର୍ଣ୍ଣ ହଲ୍‌ମାର୍କ ଏଚ୍‌ୟୁଆଇଡି ଶୁଦ୍ଧତା ଯୁକ୍ତ ୫୦୦୦ରୁ ଊଦ୍ଧ୍ୱର୍ର୍ ସୁନା ଓ ହୀରା ଗହଣାର ଡିଜାଇନ ଏବଂ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ରୁପା ଗହଣା ସହ କଳାକୃତିର ବ୍ୟାପକ ସମ୍ଭାର ଉପଲବ୍ଧ। ସେହିଭଳି ଅରୁନ୍ଧତୀର ୫-ଷ୍ଟାର ପ୍ରମିଜ୍‌ ସେବା ସହ ଆକର୍ଷଣୀୟ ଅଫର ଏଚ୍‌ୟୁଆଇଡି ହଲ୍‌ମାର୍କ ସୁନାଗହଣାର ଗଢ଼ା ମଜୁରି ଉପରେ ୩୫୦୦ ଟଙ୍କା ପର୍ଯ୍ୟନ୍ତ ରିହାତି ମଧ୍ୟ ଦିଆଯାଉଛି। ସେହିପରି ପୁରୁଣା ଗହଣା ଉପରେ ୫୦୦ ଟଙ୍କାର ଏକ୍ସଟ୍ରା ଏକ୍ସଚେଞ୍ଜ ବୋନସ ଏବଂ ହୀରା ଗହଣାର ମୂଲ୍ୟ ଉପରେ ଫ୍ଲାଟ୍‌ ୨୧% ରିହାତି ପ୍ରଦାନ କରାଯାଉଛି। ଏପରିକି ପ୍ରତି କ୍ରୟରେ ଆକର୍ଷଣୀୟ ଉପହାର ସହ ୫୦୦୦ ଟଙ୍କାର କ୍ରୟ ଉପରେ ମାଗଣା କୁପନ ମଧ୍ୟ ଗ୍ରାହକଙ୍କୁ ଦିଆଯାଉଛି। ଉକ୍ତ ଲକି କୁପନ ଜରିଆରେ ଗ୍ରାହକ ମାରୁତି ଡିଜାୟାର ଭିଏକ୍ସଆଇ, ହିରୋ ଗ୍ଲାମର ମୋଟର ସାଇକେଲ, ହିରୋ ଜୁମ୍‌ ସ୍କୁଟି ଓ ଲକ୍ଷପତି ହେବାର ବ୍ୟାପକ ସୁଯୋଗ ମଧ୍ୟ ପାଇପାରିବେ।
ଏ ସମ୍ପର୍କରେ ଅରୁନ୍ଧତୀ ଜୁଏଲର୍ସର ପରିଚାଳନା ନିର୍ଦ୍ଦେଶକ ବ୍ରହ୍ମାନନ୍ଦ ମେହେର କହିଛନ୍ତି, ଦୀର୍ଘ ୨୩ ବର୍ଷ ଧରି ନିରନ୍ତର ଓ ନିଷ୍ଠାପର ଭାବେ ଅରୁନ୍ଧତୀର ଗ୍ରାହକମାନଙ୍କୁ ସେବା ଯୋଗାଇ ଆସୁଛୁ। ଏପରିକି ୧୦୦% ହଲ୍‌ମାର୍କ ଶୁଦ୍ଧତା ଯୁକ୍ତ ଓ ସ୍ବତନ୍ତ୍ର କାରୁକାର୍ଯ୍ୟ ଭରା ସୁନାଗହଣା, ସ୍ବଚ୍ଛତା ଓ ପାରଦର୍ଶିତା ଭରା ପ୍ରତ୍ୟେକ ବ୍ୟବସାୟିକ ପଦକ୍ଷେପ ଗ୍ରହଣ କରି କାରବାର କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡିଆ ରାସ୍ତାରେ ଜୀବନ: ପଡିଯାଇ ବାହାରିପଡିଲା ଛାତ୍ରଙ୍କ ଅନ୍ତନଳୀ

ମୋହନା,୨୧ା୮(ମନ୍ମଥ ମିଶ୍ର): ଗଞ୍ଜାମ ଓ ଗଜପତି ଜିଲା ସୀମାନ୍ତରେ ରହିଛି ଧରାକୋଟ ବ୍ଲକର ତାନାର୍ଜିପଲ୍ଲୀ ଗାଁ। ବିଦ୍ୟାଳୟକୁ ବାଲିପଦର ଗ୍ରାମକୁ ୫ କି.ମି. ଛାତ୍ରୀଛାତ୍ରଙ୍କୁ ପାହାଡିଆ, ପଥୁରିଆ…

ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଶୁଭସ୍ଥମ୍ଭ ସ୍ଥାପନ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ଗ୍ରାମର ପୁରାତନ ତଥା ୨୫ ବର୍ଷର ତୁମ୍ଭେଶ୍ୱର ଗଣେଶ ପୂଜା କମିଟି ପକ୍ଷରୁ ଆସନ୍ତା…

ଆନ୍ଧ୍ରପ୍ରଦେଶରୁ ୫ ବନ୍ଧକ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ

ପାରଳାଖେମୁଣ୍ଡି/ମୋହନା,୨୧ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇ ଜଣେ ମାଲିକଙ୍କ ନିକଟରେ ବନ୍ଧକ ଥିବା ୫ ଜଣ ଶ୍ରମିକଙ୍କୁ ଗଜପତି ଜିଲା ପୋଲିସ ଉଦ୍ଧାର କରି…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri