ଯାଜପୁରରେ କଲ୍ୟାଣ ଜୁଏଲର୍ସର ନୂଆ ଶୋ’ରୁମ୍‌

ଯାଜପୁର ରୋଡ୍‌,୧୭ା୧୦(ପବିତ୍ର ରଞ୍ଜନ ମହାନ୍ତି): କଲ୍ୟାଣ ଜୁଏଲର୍ସର ନୂଆ ଶୋ’ରୁମ୍‌ ଯାଜପୁର ରୋଡ୍‌ର ଅର୍ଜୁନ କମ୍ପ୍ଳେକ୍ସ ଠାରେ ସୋମବାର ଉଦ୍‌ଘାଟିତ ହୋଇଯାଇଛି। ଏହିପରିପ୍ରେକ୍ଷୀରେ ବଲିଉଡ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ସମ୍ମାନିତ ଅତିଥିଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କଲ୍ୟାଣ ଜୁଏଲର୍ସର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟମାନେ ଯୋଗଦେଇଥିଲେ।
ଏ ସମ୍ପର୍କରେ କଲ୍ୟାଣ ଜୁଏଲର୍ସର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ରମେଶ କଲ୍ୟାଣ ରମଣ କହିଛନ୍ତି, କମ୍ପାନୀ ଭାବେ ଏକ ବଡ଼ ମାଇଲଖୁଣ୍ଟ ହାସଲ କରିଛୁ ଏବଂ ଗ୍ରାହକଙ୍କ ଶପିଂ ଅନୁଭୂତିରେ ଉନ୍ନତି ଆଣିବା ଲାଗି ଏକ ସାମଗ୍ରିକ ବ୍ୟବସ୍ଥା ସୃଷ୍ଟି କରିଛୁ। ଅଭିବୃଦ୍ଧି ଯାତ୍ରାର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ କରିଥିବାବେଳେ ଯାଜପୁର ରୋଡ୍‌ରେ ନୂଆ ଶୋରୁମ୍‌ ଖୋଲାଯାଇଥିବା ବିଷୟରେ ଘୋଷଣା କରି ବେଶ ଆନନ୍ଦିତ। ଏହି ଉନ୍ମୋଚନ ସହିତ ଓଡ଼ିଶାରେ ଆମେ ଆମର ଭୌଗୋଳିକ ଉପସ୍ଥିତି ବଢ଼ାଇଛୁ ଏବଂ ଗ୍ରାହକମାନଙ୍କୁ ଶ୍ରେଷ୍ଠ ମାନର ଶପିଂ ଅନୁଭୂତି ପ୍ରଦାନ କରିବା ସହ ବିଶ୍ୱାସ ଓ ସ୍ବଚ୍ଛତାକୁ ନେଇ କମ୍ପାନୀର ରହିଥିବା ମୂଲ୍ୟବୋଧ ବଜାୟ ରଖିବା ପ୍ରତି ପ୍ରତିବଦ୍ଧ ରହିଛୁ। ଏହି ନୂତନ ଶୋ’ରୁମ୍‌ର ଶୁଭାରମ୍ଭ ଉତ୍ସବକୁ ପାଳନ କରିବା ଲାଗି ସର୍ବନିମ୍ନ ୧ ଲକ୍ଷ ଟଙ୍କାର ଶପିଂ ଉପରେ ଗ୍ରାହକଙ୍କୁ କିଣାମୂଲ୍ୟର ଅଧା ଦାମ୍‌ରେ ୦% ପ୍ରତିଶତ ଗଢ଼ା ମୂଲ୍ୟ ଅଫର ପ୍ରଦାନ କରାଯାଉଛି। କଲ୍ୟାଣ ଜୁଏଲର୍ସରେ ବିକ୍ରି କରାଯାଉଥିବା ଗହଣାଗୁଡ଼ିକ ବିଆଇଏସ୍‌ ହଲ୍‌ମାର୍କର ଏବଂ ଏକାଧିକ ଶୁଦ୍ଧତା ପରୀକ୍ଷା ଦେଇ ଗତିକରେ। ଗ୍ରାହକମାନେ କଲ୍ୟାଣ ଜୁଏଲର୍ସର ୪-ସ୍ତରୀୟ ଆସ୍ୟୁରାନ୍ସ ସାର୍ଟିଫିକେଟ୍‌ ପାଇବେ, ଯାହା ଶୁଦ୍ଧତା, ଗହଣାର ଜୀବନବ୍ୟାପୀ ମରାମତି, ସମ୍ପୂର୍ଣ୍ଣ ଉପତ୍ାଦ ବିବରଣୀ, ଏକ୍ସଚେଞ୍ଜ୍‌ ଓ ବାଏ ବ୍ୟାକ୍‌ ନୀତିରେ ସ୍ବଚ୍ଛତା ଆଦିର ଗ୍ୟାରେଣ୍ଟି ପ୍ରଦାନ କରୁଛି ବୋଲି କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri