୬ ଜିଲାରେ ନୂଆ ଏସ୍‌ପି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୮ ଜଣଙ୍କ ବଦଳି ଓ ନୂଆ ଦାୟିତ୍ୱ ନେଇ ଶୁକ୍ରବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ରୀୟ ଡେପୁଟେଶନରେ ଥିବା ୧୯୯୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଏସ୍‌. ଦେବଦତ୍ତ ସିଂଙ୍କୁ ଓଡ଼ିଶା ଫେରାଇ ଅଣାଯାଇ ପୋଲିସ ମୁଖ୍ୟାଳୟରେ ଆଇଜି ଭାବେ ନିଯୁକ୍ତ କରାଯାଇଛି। ସେହିପରି ୬ଜିଲା ନୂଆ ଏସ୍‌ପି ପାଇଛି। ଜଗତ୍‌ସିଂହପୁର ଏସ୍‌ପି ଥିବା ୨୦୦୮ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପ୍ରକାଶ ଆର୍‌ଙ୍କୁ ଭିଜିଲାନ୍ସ ବିଭାଗକୁ ବଦଳି କରାଯାଇଥିବାବେଳେ ଏସ୍‌ଓଜି କମାଣ୍ଡାଣ୍ଟ୍‌ ଥିବା ୨୦୦୯ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ଅଖିଳେଶ୍ୱର ସିଂଙ୍କୁ ଜଗତ୍‌ସିଂହପୁର ଏସ୍‌ପି ଦାୟିତ୍ୱ ମିଳିଛି। ମୟୂରଭଞ୍ଜ ଏସ୍‌ପି ଥିବା ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପି.ଏସ୍‌. ପରଷୋତ୍ତମ ଦାସଙ୍କୁ ନବରଙ୍ଗପୁର ଏସ୍‌ପି ଓ ନୂଆପଡା ଏସ୍‌ପି ଥିବା ୨୦୧୫ ବ୍ୟାଚ୍‌ର ରାହୁଲ ଜୈନଙ୍କୁ ବଦଳି କରାଯାଇ ବରଗଡ଼ ଏସ୍‌ପି ଭାବେ ଅବସ୍ଥାପିତ କରାଯାଇଛି। ପୋଲିସ ମୁଖ୍ୟାଳୟରେ ଏଆଇଜି ଭାବେ କାର୍ଯ୍ୟରତ ୨୦୧୫ ବ୍ୟାଚ୍‌ର ପ୍ରତ୍ୟୁଷ ଦିବାକରଙ୍କୁ ନୂଆପଡା ଏସ୍‌ପି, ମାଲକାନଗିରି ଏସ୍‌ପି ଥିବା ୨୦୧୬ ବ୍ୟାଚ୍‌ର କେ.ଆର୍‌.ଦ୍ୟାନଦେଓଙ୍କୁ ମୟୂରଭଞ୍ଜ ଏସ୍‌ପି ଓ ନବରଙ୍ଗପୁର ଏସ୍‌ପି ଥିବା ୨୦୧୭ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପି.ଏସ୍‌. ମୀନାଙ୍କୁ ମାଲକାନଗିରି ଏସ୍‌ପି ଭାବେ ନିଯୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri