ନୂତନ ପ୍ରଜାତିର ଆମ୍ଫିପୋଡ ଚିହ୍ନଟ: ପ୍ରଥମ ଥର…

ବ୍ରହ୍ମପୁର,୭ା୩(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ନୂତନ ପ୍ରଜାତିର ଉଭୟଚର ପ୍ରାଣୀ ଛୋଟ ଚିଙ୍ଗୁଡ଼ି ଆମ୍ଫିପୋଡ ଚିହ୍ନଟ ହୋଇଛି। ଗତ ଅକ୍ଟୋବରରେ ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗର ଗବେଷକ ଶ୍ରୀରାଜ ନାହାକ, ଗୀତାଞ୍ଜଳି ଭୋଇ ଓ ସୁମନ ପାତ୍ର ଗବେଷଣା ପାଇଁ ଆର୍ଯ୍ୟପଲ୍ଲୀ ସମୁଦ୍ର ବେଳାଭୂମିକୁ ଯାଇଥିବା ବେଳେ ସେଠାରୁ ଏହି ପ୍ରଜାତିର ଆମ୍ଫିପୋଡକୁ ଏକ ପଥୁରିଆ ଅଞ୍ଚଳରୁ ପାଇଥିଲେ। ଏହାକୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସାମୁଦ୍ରିକ ବିଜ୍ଞାନ ବିଭାଗର ପରୀକ୍ଷାଗାରକୁ ଆଣି ବିଭିନ୍ନ ପରୀକ୍ଷା ନିରୀକ୍ଷା କରାଯାଇଥିଲା। ବିଭାଗର ପରୀକ୍ଷାଗାରର ମୁଖ୍ୟ ସହକାରୀ ପ୍ରାଧ୍ୟାପକ ଶେଷଦେବ ପାତ୍ର ନିରୀକ୍ଷକ ଭାବେ ରହିଥିଲେ। ପୂର୍ବରୁ ଏହି ପ୍ରଜାତିର ଆମ୍ଫିପୋଡ ମାଲେସିଆରୁ ଚିହ୍ନଟ ହୋଇଥିବା ବେଳେ ଏହାର ନାମକରଣ ଷ୍ଟିନୋଥୋଇ ଲୋରି ରହିଥିଲା। ବର୍ତ୍ତମାନ ଭାରତୀୟ ଉପକୂଳରେ ଏହା ପ୍ରଥମ ଥର ଚିହ୍ନଟ ହୋଇଥିବାରୁ ନାମକରଣ ଷ୍ଟିନୋଥୋଇ ଲୋରି ରହିଛି। ଏହି ପ୍ରଜାତିମାନେ ପଥରିଆ ସ୍ଥାନ ଏବଂ ଉଭୟ ଜଳ ଓ ସ୍ଥଳରେ ସନ୍ତସନ୍ତିଆ ସ୍ଥାନରେ ରହିଥାନ୍ତି। ଏମାନେ ଶିଉଳି, ପଚି ଯାଇଥିବା ଜିନିଷକୁ ଖାଦ୍ୟ ଭାବେ ଗ୍ରହଣ କରନ୍ତି। ଛୋଟ ମାଛ, କଙ୍କଡା, ପକ୍ଷୀ ଓ ସାମୁଦ୍ରିକ ପ୍ରାଣୀ ଏମାନଙ୍କୁ ଖାଦ୍ୟ ରୂପେ ଗ୍ରହଣ କରନ୍ତି। କେମ୍ବ୍ରିଜ ବିଶ୍ୱବିଦ୍ୟାଳୟର ପତ୍ରିକା ଜୋନାଲ ଅଫ ଦ ମେରାଇନ ବାୟୋଲୋଜି ଆସୋସିଏଶନରେ ଏହା ପ୍ରକାଶିତ ହୋଇଛ। ଏନେଇ ସହକାରୀ ପ୍ରାଧ୍ୟାପକ ଶେଷଦେବ ପାତ୍ର କହିଛନ୍ତି, ଗବେଷଣା ପାଇଁ ଓଡ଼ିଶା ରାଜ୍ୟ ଉଚ୍ଚ ଶିକ୍ଷା ପରିଷଦର ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଇନୋଭେଶନ ଏକ୍ସଟ୍ରାୟୁରାଲ ପ୍ରୋଗ୍ରାମ (ଏମ୍‌ଆର୍‌ଆଇପି) ଦ୍ୱାରା ଅନୁଦାନ ମିଳିଥିବାରୁ ଗବେଷିକା ଗବେଷକମାନେ ଆଣି ଏହାର ପରୀକ୍ଷା ନିରୀକ୍ଷା କରିଥିଲେ। ଏହା ଭିନ୍ନ ପ୍ରଜାତିର ହୋଇଥିବାରୁ ଏହା ଉପରେ ଅଧିକ ଗବେଷଣା କରି ତଥ୍ୟ ସଂଗ୍ରହ କରାଯିବ ବୋଲି ସେ କହିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri