Posted inଖେଳ

‘ଓଡ଼ିଶାରୁ ବାହାରିବେ ନୂତନ କ୍ରୀଡ଼ା ପ୍ରତିଭା’

କଟକ, ୨୮ା୨(ଶିଳ୍ପା ପ୍ରିୟଦର୍ଶିନୀ): ଐତିହାସିକ ବାରବାଟୀ ଷ୍ଟାଡିୟମର ରୂପାନ୍ତରିକରଣ ଏବଂ ନବୀକରଣ ପାଇଁ ମଙ୍ଗଳବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।
ଏହି ଅବସରରେ ବାରବାଟୀ ଷ୍ଟାଡିୟମ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। କାର୍ଯ୍ୟକ୍ରମରେ ଅତିଥି ଭାବେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ଆଇପିଏଲର ଚେୟାରମ୍ୟାନ ଅରୁଣ ସିଂ ଧୁମାଲ, ଓସିଏ କୋଚ ଦିନେଶ ମୋଙ୍ଗିଆ, ଟିମ ଇଣ୍ଡିଆ ପୂର୍ବତନ ଖେଳାଳ ଇର୍ଫାନ ପଠାନ, ଦେବାଶିଷ ମହାନ୍ତି, ଶିବ ସୁନ୍ଦର ଦାସ, ପ୍ରଜ୍ଞାନ ଓଝା, ମହିଳା କୋଚ ସାଗତିକା ରଥ, ଆନ୍ତର୍ଜାତିକ ମହିଳା ଖେଳାଳୀ ରସନାରା ପରବିନ୍‌, ମାଧୁରୀ ମେହଟା, ଓସିଏ ଟେକ୍ନିକାଲ ମୁଖ୍ୟ ଭେଙ୍କେଟ ରାଓ ଓ ଅଲିମ୍ପିଆନ ଅନୁରାଧା ବିଶ୍ୱାଳ ମଂଚାସୀନ ରହିଥିଲେ। ଅନ୍ୟପଟେ ଉକ୍ତ ଅବସରରେ ମେୟର ସୁବାସ ସିଂ, ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, କଟକ ସଦର ବିଧାୟକ ଚନ୍ଦ୍ରସାରଥୀ ବେହେରା, ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ, ବିଜେଡି ନଗର ସଭାପତି ମଧୁସୂଦନ ସାହୁ, ନିରାମୟ ଉପଦେଷ୍ଟା ଡ. ରଞ୍ଜନ ବିଶ୍ୱାଳ ଉପସ୍ଥିତ ରହିଥିଲେ। ରାଜ୍ୟରେ କ୍ରୀଡା ଖାସ କରି କ୍ରିକେଟର ବିକାଶ ହେବାକୁ ଯାଉଛି, ବହୁ ସଂଖ୍ୟାର ନୂତନ କ୍ରୀଡା ପ୍ରତିଭା ଜନ୍ମ ନେବେ ଓ ସମସ୍ତଙ୍କ ସ୍ବପ୍ନ ଏବେ ସାକାର ହେବ ବୋଲି ନିଜ ବକ୍ତବ୍ୟରେ କହିଥିଲେ ତୁଷାରକାନ୍ତି ବେହେରା। ସେହିପରି ପୂର୍ବତନ ଖେଳାଳୀ ଇର୍ଫାନ ପଠାନ ଏପରି ଯୋଜନା ପାଇଁ ଓଡିଶା କ୍ରିକେଟ ଆସୋସିଏସନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଆଜି ଯେଉଁ କ୍ରିକେଟ ଏକାଡେମୀ ଉଦଘାଟନ କରାଯାଇଛି ଆଗାମୀ ଦିନରେ ଅଧିକ ଖେଳାଳି ସାମ୍ନାକୁ ଆସିବେ ବୋଲି କହିଥିଲେ ଦେବାଶିଷ ମହାନ୍ତି। ସେହିପରି ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ବିଶ୍ୱର ଆକର୍ଷଣ ଷ୍ଟାଡିଅମ ହେବା ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲି ଯାହାକି ଆଜି ସତରେ ପୂରଣ ହୋଇ ପାରିଛି ବୋଲି ସେ କହିଥିଲେ। ପୂର୍ବତନ ଓସିଏ ସମ୍ପାଦକ ଆଶୀର୍ବାଦ ବେହେରା କହିଛନ୍ତି ଯେ, ଖୁବ କମ ସମୟରେ ବାରବାଟୀ ଷ୍ଟାଡିଅମର ନବୀକରଣ କାର୍ଯ୍ୟ ଶେଷ ହେବ। କାର୍ଯ୍ୟକ୍ରମ ଶେଷରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri