Posted inଖେଳ

‘ଓଡ଼ିଶାରୁ ବାହାରିବେ ନୂତନ କ୍ରୀଡ଼ା ପ୍ରତିଭା’

କଟକ, ୨୮ା୨(ଶିଳ୍ପା ପ୍ରିୟଦର୍ଶିନୀ): ଐତିହାସିକ ବାରବାଟୀ ଷ୍ଟାଡିୟମର ରୂପାନ୍ତରିକରଣ ଏବଂ ନବୀକରଣ ପାଇଁ ମଙ୍ଗଳବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି ।
ଏହି ଅବସରରେ ବାରବାଟୀ ଷ୍ଟାଡିୟମ ପରିସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। କାର୍ଯ୍ୟକ୍ରମରେ ଅତିଥି ଭାବେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା, ଆଇପିଏଲର ଚେୟାରମ୍ୟାନ ଅରୁଣ ସିଂ ଧୁମାଲ, ଓସିଏ କୋଚ ଦିନେଶ ମୋଙ୍ଗିଆ, ଟିମ ଇଣ୍ଡିଆ ପୂର୍ବତନ ଖେଳାଳ ଇର୍ଫାନ ପଠାନ, ଦେବାଶିଷ ମହାନ୍ତି, ଶିବ ସୁନ୍ଦର ଦାସ, ପ୍ରଜ୍ଞାନ ଓଝା, ମହିଳା କୋଚ ସାଗତିକା ରଥ, ଆନ୍ତର୍ଜାତିକ ମହିଳା ଖେଳାଳୀ ରସନାରା ପରବିନ୍‌, ମାଧୁରୀ ମେହଟା, ଓସିଏ ଟେକ୍ନିକାଲ ମୁଖ୍ୟ ଭେଙ୍କେଟ ରାଓ ଓ ଅଲିମ୍ପିଆନ ଅନୁରାଧା ବିଶ୍ୱାଳ ମଂଚାସୀନ ରହିଥିଲେ। ଅନ୍ୟପଟେ ଉକ୍ତ ଅବସରରେ ମେୟର ସୁବାସ ସିଂ, ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ, ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ, କଟକ ସଦର ବିଧାୟକ ଚନ୍ଦ୍ରସାରଥୀ ବେହେରା, ଚୌଦ୍ୱାର-କଟକ ବିଧାୟକ ସୌଭିକ ବିଶ୍ୱାଳ, ବିଜେଡି ନଗର ସଭାପତି ମଧୁସୂଦନ ସାହୁ, ନିରାମୟ ଉପଦେଷ୍ଟା ଡ. ରଞ୍ଜନ ବିଶ୍ୱାଳ ଉପସ୍ଥିତ ରହିଥିଲେ। ରାଜ୍ୟରେ କ୍ରୀଡା ଖାସ କରି କ୍ରିକେଟର ବିକାଶ ହେବାକୁ ଯାଉଛି, ବହୁ ସଂଖ୍ୟାର ନୂତନ କ୍ରୀଡା ପ୍ରତିଭା ଜନ୍ମ ନେବେ ଓ ସମସ୍ତଙ୍କ ସ୍ବପ୍ନ ଏବେ ସାକାର ହେବ ବୋଲି ନିଜ ବକ୍ତବ୍ୟରେ କହିଥିଲେ ତୁଷାରକାନ୍ତି ବେହେରା। ସେହିପରି ପୂର୍ବତନ ଖେଳାଳୀ ଇର୍ଫାନ ପଠାନ ଏପରି ଯୋଜନା ପାଇଁ ଓଡିଶା କ୍ରିକେଟ ଆସୋସିଏସନ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ। ଆଜି ଯେଉଁ କ୍ରିକେଟ ଏକାଡେମୀ ଉଦଘାଟନ କରାଯାଇଛି ଆଗାମୀ ଦିନରେ ଅଧିକ ଖେଳାଳି ସାମ୍ନାକୁ ଆସିବେ ବୋଲି କହିଥିଲେ ଦେବାଶିଷ ମହାନ୍ତି। ସେହିପରି ଓସିଏ ସଭାପତି ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ବିଶ୍ୱର ଆକର୍ଷଣ ଷ୍ଟାଡିଅମ ହେବା ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲି ଯାହାକି ଆଜି ସତରେ ପୂରଣ ହୋଇ ପାରିଛି ବୋଲି ସେ କହିଥିଲେ। ପୂର୍ବତନ ଓସିଏ ସମ୍ପାଦକ ଆଶୀର୍ବାଦ ବେହେରା କହିଛନ୍ତି ଯେ, ଖୁବ କମ ସମୟରେ ବାରବାଟୀ ଷ୍ଟାଡିଅମର ନବୀକରଣ କାର୍ଯ୍ୟ ଶେଷ ହେବ। କାର୍ଯ୍ୟକ୍ରମ ଶେଷରେ ଉପସ୍ଥିତ ସମସ୍ତ ଅତିଥିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

ଭାଜପା ଜ଼ିଲା ଉପସଭାପତିଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ତାଲା ଭାଙ୍ଗି ୭୦ ଭରି ସୁନା,୨ ଲକ୍ଷ ଟଙ୍କା ଲୁଟ

ଗୁଣପୁର,୨୭/୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁର ଥାନା ଅନ୍ତର୍ଗତ କେନ୍ଦୁଗୁଡ଼ା ଗ୍ରାମରେ ଏକ ଲୁଟ ଘଟଣା ସାମ୍ନାକୁ ଆସିଛି। ଘର ବନ୍ଦ ଥିବାର ସୁଯୋଗ ନେଇ କଳା କନା…

ଧରିତ୍ରୀ ପ୍ରଭାବ…କାଇଁଚପୁର ପଞ୍ଚାୟତକୁ ଗଡ଼ିଲା ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓଙ୍କୁ କୃତଜ୍ଞତା

ଗଞ୍ଜାମ,୨୭।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତକୁ ଗଡୁନଥିଲା ମୁଖ୍ୟମନ୍ତ୍ରୀ ବସ୍ । ଏନେଇ ଶନିବାର ଧରିତ୍ରୀରେ ଖବର ପ୍ରସାରଣ ହୋଇଥିଲା । ଯାହାକୁ…

ବିଦ୍ୟୁତ ଖୁଣ୍ଟକୁ ପିଟିଲା ସ୍କୁଲ ଭ୍ୟାନ୍‌: ଆଉ ତା’ପରେ ଘଟିଲା…

ଗୁଣପୁର,୨୭।୭(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ଗୁଣପୁର ସହରରେ ଥିବା ଲଣ୍ଡନ କିଡ୍ସ ନାମକ ଏକ ଘରୋଇ ସ୍କୁଲରୁ ପିଲାଙ୍କୁ ସ୍କୁଲ ଭ୍ୟାନ୍‌ଟି ନେଇ ଯାଉଥିବାବେଳେ କୌଣସି କାରଣବଶତଃ ବିକ୍ରମପୁର…

ଦୀର୍ଘ ୧୫ ବର୍ଷ ଧରି ମରାମତି ହେଉନାହିଁ ରାସ୍ତା, ରାଜରାସ୍ତାକୁ ଓହ୍ଲାଇବା ଚେତାବନୀ ଦେଲେ ଅଞ୍ଚଳବାସୀ

ଧାମନଗର,୨୭।୭( ସନ୍ତୋଷ କୁମାର ମହାପାତ୍ର): ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ସ୍ଥିତ ବାଇଦିପୁର ଗ୍ରାମ ( ୱାର୍ଡ ନଂ ୩) ମୁଖ୍ୟ ରାସ୍ତା ଦୀର୍ଘ ବର୍ଷ ହେବ…

ଗାଁକୁ ଆସୁନି ନେଟୱାର୍କ, ରାସ୍ତାକୁ ଓହ୍ଲାଇଲେ ଗ୍ରାମବାସୀ

ଖଜୁରିପଡ଼ା,୨୭ା୭(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଗୁଦାରି ଗାଁରେ ଦୀର୍ଘ ଦିନ ହେବ ନେଟୱାର୍କ ସମସ୍ୟା ଲାଗିରହିଛି। ଏହି ଗାଁଟି ଫୁଲବାଣୀ ସହରଠାରୁ ମାତ୍ର ୨ କିଲୋମିଟିର ଦୂରରେ…

ସ୍କୁଲରେ ପଶିଲା ସାପ, ଆଉ ତା’ପରେ…

ବଡ଼ଗାଁ,୨୭ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ତୁଡାଲଗା ପଞ୍ଚାୟତର ଜାଙ୍ଗଲି ପ୍ରାଥମିକ ବିଦ୍ୟାଳୟ କୋଠରୀରେ ଥିବା ୨ଟି ସାପକୁ ଉଦ୍ଧାର କରାଯାଇ ଜଙ୍ଗଲରେ ଛଡାଯାଇଛି।…

ଇସ୍ତଫା ଦିଅନ୍ତୁ ଗଣଶିକ୍ଷା ମନ୍ତ୍ରୀ: ଗର୍ଜିଲା ସିପିଆଇ

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ): ଭାରତୀୟ କମ୍ୟୁନିଷ୍ଟ ପାର୍ଟି ଗଞ୍ଜାମ ଜିଲା କମିଟି ପକ୍ଷରୁ ଦିଲ୍ଲୀସ୍ଥିତ ଜନ୍ତରମନ୍ତରଠାରେ ହୋଇଥିବା ଯୁବଛାତ୍ର ଆନ୍ଦୋଳନର ସଫଳତା ପରିପ୍ରେକ୍ଷୀରେ ଦେଶର ଅଗଣିତ ଛାତ୍ରୀଛାତ୍ର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri