ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ନିର୍ବାଚନରେ ବିନୋଦ କୁମାର ସାହୁ ୟୁନିୟନର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସେହିପରି ଉପସଭାପତି ଭାବେ ଏସ୍‌.ଚକ୍ରପାଣି ରେଡ୍ଡୀ ନିର୍ବାଚିତ ହୋଇଛନ୍ତି। ଜି. ଡମ୍ବୁରୁ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହୋଇଥିବା ବେଳେ ବି. ହରିବନ୍ଧୁ କାର୍ଯ୍ୟକାରୀ ସମ୍ପାଦକ ଏବଂ ବଟକୃଷ୍ଣ ପାଣିଗ୍ରାହୀଙ୍କୁ ଯୁଗ୍ମସମ୍ପାଦକ ଭାବେ ନିର୍ବାଚିତ କରାଯାଇଛି। ଉପଦେଷ୍ଟା ଭାବେ ନୀଳମାଧବ ବିଶୋୟୀ ଓ ଦୁର୍ଯ୍ୟୋଧନ ନାୟକଙ୍କୁ ଚୟନ କରାଯାଇଛି। ସେହିପରି ବଂଶୀଧର ପଢ଼ିଆରୀ କୋଷଧ୍ୟକ୍ଷ ଭାବେ ଦାୟିତ୍ୱ ତୁଲାଇବେ।

ମହାବୀର ପ୍ରସାଦ ପଟ୍ଟନାୟକ, ରଘୁ ରେଡ୍ଡୀ, ସୋମନାଥ ସାହୁ, ଶରତ ଚନ୍ଦ୍ର ଗୌଡ଼, ଦେବରାଜ ସାହୁ, ଡି. ପାତ୍ର, ଜି. ଗଣପତି, ଖଗେଶ୍ୱର ବେହେରା ଏବଂ ଶେଖ ନୂର୍‌ ଆଜାଦ କାର୍ଯ୍ୟନିର୍ବାହୀ ସଦସ୍ୟ ଭାବେ କାର୍ଯ୍ୟରତ ରହିବେ। ୟୁନିୟନର ସଦସ୍ୟଙ୍କ କହିବା ଅନୁଯାୟୀ ଏହି ନିର୍ବାଚନ ପ୍ରକ୍ରିୟା ସର୍ବସମ୍ମତିକ୍ରମେ ବିନା କୌଣସି ଚାପରେ ଏକ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି। ସମସ୍ତେ ବିଶ୍ବାସ ପ୍ରକାଶ କରିଛନ୍ତି ଯେ, ଆଗାମୀ ଦିନରେ ଏହି ନବନିର୍ବାଚିତ ପ୍ରତିନିଧି ଦଳ ପ୍ରତ୍ୟେକ ସମସ୍ୟା ଉପରେ ବିସ୍ତୃତ ଭାବେ ଆଲୋଚନା କରି କର୍ମଚାରୀମାନଙ୍କ ସପକ୍ଷରେ କାର୍ଯ୍ୟ କରିବେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?