ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ ଲୋକମାନେ ଭିନ୍ନ ଭିନ୍ନ ପ୍ରକାରରେ ପାଳନ କରୁଥିବାବେଳେ ପୂଜାରାଣୀ ବେହେରା କର୍କଟ ପୀଡିତଙ୍କ ପାଇଁ କେଶଦାନ କରିଛନ୍ତି । କର୍କଟ ପୀଡିତଙ୍କ ପାଇଁ ମାଗଣାରେ କେଶଦାନ କରିଆସୁଥିବା “ଶୋପଭା ସ୍ବେଚ୍ଛାସେବୀ ଅନୁଷ୍ଠାନ” ସହଯୋଗରେ “କେଶ ଥିଲେ ଦିଅନ୍ତୁ, ନଥିଲେ ନିଅନ୍ତୁ” ଅଭିଯାନରେ ସାମିଲ ହୋଇ କେଶ ଦାନ କରିଛନ୍ତି । ଯାଜପୁର ଜିଲ୍ଲା କୋରାଇ ବ୍ଲକ ଅନ୍ତର୍ଗତ ବନ୍ଦାଳୋ ପଂଚାୟତ ଚୌଧୁରୀ ପାଟଣା ଗାଁର ସନାତନ ବେହେରା ଓ ସାବିତ୍ରୀ ବେହେରାଙ୍କ ବଡ ଝିଅ ପୂଜାରାଣୀ 14 ଇଞ୍ଚ କେଶ ଦାନ କରିଛନ୍ତି । ତେବେ ଏଥିପାଇଁ “ଶୋପଭା” ଅନୁଷ୍ଠାନ ପକ୍ଷରୁ ପୂଜାରାଣୀଙ୍କୁ ପ୍ରଶଂସା କରାଯିବା ସହ ଏକ ପ୍ରମାଣ ପତ୍ର ପ୍ରଦାନ କରାଯାଇଛି। ପୂଜାରାଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଜୟ ମହାକାଳ ଫାଉଣ୍ଡେସନର ଜଣେ ସକ୍ରିୟ ସଦସ୍ୟ ହେବାସହ ଏବେ ସାହିତ୍ୟରେ ପିଜି କରୁଛନ୍ତି । ତେବେ କର୍କଟ ରୋଗୀଙ୍କ ପାଇଁ କେଶ ଦାନ କରି ତାଙ୍କ ମୁହଁରେ ହସ ଫୁଟାଇବାରେ ନିଜକୁ ନିୟୋଜିତ କରିଥିବାରୁ ଖୁବ ଖୁସି ଥିବା କହିଛନ୍ତି ପୂଜାରାଣୀ । ଏଥିପାଇଁ ପୂଜାରାଣୀ ଜୟ ମହାକାଳ ଫାଉଣ୍ଡେସନର ସମସ୍ତ ସଦସ୍ୟ ଏବଂ ଶୋପଭା ଟ୍ରଷ୍ଟର ମୁଖ୍ୟ ହରପ୍ରିୟା ନାୟକ ମ୍ୟାଡ଼ାମଙ୍କୁ ଧନ୍ୟବାଦ ଜଣାଇଛନ୍ତି l ଏହି ମହତ କାର୍ଯ୍ୟପାଇଁ ପୂଜାରାଣୀଙ୍କୁ ଫାଉଣ୍ଡେସନର ସଦସ୍ୟ, ପରିବାରବର୍ଗ, ସାଙ୍ଗସାଥି ଏବଂ ଗ୍ରାମବାସୀ ପ୍ରଶଂସା କରିଛନ୍ତି ।
Posted inଆମ ଜିଲା ଖବର, ଯାଜପୁର View All
ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ
କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…
ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍ପରଙ୍କ ଜୀବନ, ଚାଳକ…
ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…
ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…
ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…
ମଦ ପିଇ ବସ୍ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍ ଆନାଲାଇଜର୍ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍ ସସ୍ପେଣ୍ଡ ସହ…
ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…
ଫାସଡ୍ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍ପର…
ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍ ଶୁକତେଲ ନଦୀ…
ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…
ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…
ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…
ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…
ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ
ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…
Archives

