୬ ବ୍ରିଟେନ ଫେରନ୍ତାଙ୍କଠାରେ ନୂଆ ଷ୍ଟ୍ରେନ୍‌ ଚିହ୍ନଟ: ସରକାର ଦେଲେ ସୂଚନା

ନୂଆଦିଲ୍ଲୀ,୨୯।୧୨: କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଭାରତରେ ଆତଙ୍କ ଦେଖାଦେଇଛି। ବ୍ରିଟେନ୍‌ରୁ ଫେରିଥିବା ୬ ଜଣଙ୍କଠାରେ ନୂଆ ଷ୍ଟ୍ରେନ୍‌ ଚିହ୍ନଟ ହୋଇଥିବା ଭାରତ ସରକାରଙ୍କ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି। ସେଥିମଧ୍ୟରୁ ବେଙ୍ଗାଲୁରୁ ଲ୍ୟାବ୍‌ରେ ପରୀକ୍ଷା କରାଯାଇଥିବା ୩ ଜଣଙ୍କ ନମୁନା ରହିଛି। ସେହିପରି ହାଇଦ୍ରାବାଦ୍‌ର ଲ୍ୟାବ୍‌ରେ ୨ ଜଣ ଏବଂ ପୁଣେ ଲ୍ୟାବ୍‌ରେ ଜଣଙ୍କ ନମୁନାରେ ନୂଆ ଷ୍ଟ୍ରେନ୍‌ ଥିବା ଚିହ୍ନଟ ହୋଇଛି। ୨୫ ନଭେମ୍ବରରୁ ୨୩ ଡିସେମ୍ବର ମଧ୍ୟରେ ପ୍ରାୟ ୩୩ ହଜାର ଲୋକ ବ୍ରିଟେନ୍‌ରୁ ଭାରତ ଫେରିଛନ୍ତି। ସମସ୍ତଙ୍କୁ ଟ୍ରାକ୍‌ କରାଯାଇ ନମୁନା ପରୀକ୍ଷା କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୧୪ ଜଣଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ଦେଶର ୧୦ଟି ଲ୍ୟାବ୍‌ରେ ବ୍ରିଟେନ୍‌ ଫେରନ୍ତାଙ୍କ ନମୁନା ପରୀକ୍ଷା କରାଯାଉଛି। ସେଥିମଧ୍ୟରେ କୋଲକାତା, ଭୁବନେଶ୍ୱର, ଏନ୍‌ଆଇଭି ପୁଣେ, ସିସିଏସ୍‌ ପୁଣେ, ସିସିଏମ୍‌ବି ହାଇଦ୍ରାବାଦ୍‌, ସିସିଏଫ୍‌ଡ଼ି ହାଇଦ୍ରାବାଦ୍‌, ଇନ୍‌ଷ୍ଟେମ୍‌ ବେଙ୍ଗାଲୁରୁ, ନିମ୍‌ହାନ୍ସ୍‌ ବେଙ୍ଗାଲୁରୁ, ଆଇଜିଆଇବି ଦିଲ୍ଲୀ, ଏନ୍‌ସିଡିସି ଦିଲ୍ଲୀ ଆଦିର ଲ୍ୟାବ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri