Posted inଜାତୀୟ

ସୈନ୍ୟ କମାଣ୍ଡର୍ସ ସମ୍ମଳନୀରେ ଏଲଏସି ପାଇଁ ନୂଆ ରଣନୀତି…

ନୂଆଦିଲ୍ଲୀ,୬।୧୧ : ପୂର୍ବ ଲଦାଖରେ ଥିବା ବାସ୍ତବିକ ନିୟନ୍ତ୍ରଣ ରେଖା (ଏଲଏସି) ରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତ-ଚାଇନା ସମ୍ପର୍କ ଉପରେ ଏକ ନୂତନ ରଣନୀତି ପ୍ରସ୍ତୁତ କରାଯାଉଛି। ସୋମବାରଠାରୁ ଦିଲ୍ଲୀରେ ଆରମ୍ଭ ହେବାକୁ ଥିବା ପାଞ୍ଚ ଦିନିଆ ମିଲିଟାରୀ କମାଣ୍ଡର୍ସ ସମ୍ମିଳନୀରେ ଏହି କାର୍ଯ୍ୟ ଯୋଜନା ଉପରେ ନିଷ୍ପତ୍ତି ନିଆଯିବ। ଏହା ସହିତ ସୁରକ୍ଷା ଦୃଷ୍ଟିକୋଣରେ ବୃଦ୍ଧି ପାଉଥିବା ବୈଷୟିକ ଚ୍ୟାଲେଞ୍ଜର ମୁକାବିଲା ପାଇଁ ଏକ ବ୍ଲୁ ପ୍ରିଣ୍ଟ ମଧ୍ୟ ପ୍ରସ୍ତୁତ ହେବ ।

ପ୍ରତିରକ୍ଷା ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ନଭେମ୍ବର ୭ ରୁ୧ ୧ ପର୍ଯ୍ୟନ୍ତ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେଙ୍କ ନେତୃତ୍ୱରେ ସମସ୍ତ କମାଣ୍ଡର, ସାମରିକ ବ୍ୟାପାର ବିଭାଗ ତଥା ପ୍ରତିରକ୍ଷା ବିଭାଗର ମୁଖ୍ୟ ତଥା ବରିଷ୍ଠ ଅଧିକାରୀମାନେ ସୁରକ୍ଷାର ବିଭିନ୍ନ ଦିଗ ଉପରେ ଆଲୋଚନା କରିବେ। ଏହି ସମ୍ମିଳନୀରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମଧ୍ୟ ସମ୍ବୋଧିତ କରିବେ।

ଏହା ସହିତ ସେନା, ବାୟୁସେନା ଏବଂ ନୌସେନା ମୁଖ୍ୟଙ୍କ ସହ ପୃଥକ ବୈଠକ ହେବ। ବର୍ଷକୁ ଦୁଇଥର ଆୟୋଜିତ ଏହି ସମ୍ମିଳନୀ ପ୍ରଶାସନିକ-ରଣନୀତିକ ନୀତି ଏବଂ ରଣନୀତି ସ୍ଥିର କରିବା ପାଇଁ ଏକ ଉଚ୍ଚ ସ୍ତରୀୟ ଫୋରମ ଭାବେ କାର୍ଯ୍ୟ କରିଥାଏ। ସେନା ଉତ୍ପାଦନ, ମାନବ ସମ୍ବଳ ଏବଂ ପ୍ରଶିକ୍ଷଣରେ ଆତ୍ମନିର୍ଭରଶୀଳତା ନେଇ ନୂତନ ନୀତିଗତ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରଣାଳୟ ସୂଚନା ଦେଇଛି। ଏହି ସମ୍ମିଳନୀରେ ସେନାର ତିନି ବିଭାଗର ଅଧିକାରୀମାନେ ମଧ୍ୟ ରୁଷିଆ-ୟୁକ୍ରେନ ଯୁଦ୍ଧ ଉପରେ ଅଧ୍ୟୟନ ଉପରେ ଦୀର୍ଘ ସମୟ ଆଲୋଚନା କରିବାକୁ ଯୋଜନା କରୁଛନ୍ତି। ପୂର୍ବ ଲଦାଖର ସାମ୍ପ୍ରତିକ ପରିସ୍ଥିତି ସହିତ ସମୁଦ୍ରରେ ଚାଇନାର କାର୍ଯ୍ୟକଳାପ ଉପରେ ଏକ ଆକ୍ସନ ପ୍ଲାନ ମଧ୍ୟ ପ୍ରସ୍ତୁତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri