ମାଓବାଦୀ ଦମନ ପାଇଁ ନୂଆ ରଣନୀତି

ଭୁବନେଶ୍ୱର,୪।୧୦ (ବ୍ୟୁରୋ): ମାଓବାଦୀଙ୍କୁ ନିପାତ କରିବା ପାଇଁ ପ୍ରସ୍ତୁତ ହେଉଛି ନୂଆ ରଣନୀତି। ଏଥିପାଇଁ ଆବଶ୍ୟକ ସମସ୍ତ ସହଯୋଗ କେନ୍ଦ୍ର ସରକାର ଯୋଗାଇ ଦେବେ। ଶନିବାର ଭୁବନେଶ୍ୱରଠାରେ ଓଡ଼ିଶାର ମାଓବାଦୀ ମୁକାବିଲା ରଣନୀତିର ସମୀକ୍ଷା କରିବାବେଳେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବରିଷ୍ଠ ସୁରକ୍ଷା ପରାମର୍ଶଦାତା କେ.ବିଜୟ କୁମାର ଏହି ପ୍ରତିଶ୍ରୁତି ଦେଇଛନ୍ତି। ଏନେଇ ରାଜ୍ୟ ଗୋଇନ୍ଦା ମୁଖ୍ୟାଳୟଠାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ତାଙ୍କ ସହ ଓଡ଼ିଶା ଗସ୍ତରେ ଆସିଥିବା ସିଆର୍‌ପିଏଫ୍‌ ଡିଜି ଏ.ପି. ମାହେଶ୍ୱରୀ ମଧ୍ୟ ଉକ୍ତ ବୈଠକରେ ଯୋଗଦେଇଥିଲେ। ରାଜ୍ୟରେ ବର୍ତ୍ତମାନର ମାଓବାଦୀଙ୍କ ସ୍ଥିତି ବାବଦରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା। ମାଓବାଦୀ ପ୍ରଭାବକୁ ପ୍ରତିହତ କରିବା ପାଇଁ ନିଆଯାଇଥିବା ପଦକ୍ଷେପର ଅଗ୍ରଗତି, ନୂଆ ରଣକୌଶଳ, କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳର ପୁନଃ ମୁତୟନ, ରାଜ୍ୟ ପୋଲିସ ଓ କେନ୍ଦ୍ରୀୟ ପୋଲିସ ବଳ ମଧ୍ୟରେ ଉଚିତ ସମନ୍ବୟ ରକ୍ଷା ଏବଂ ଏକ୍ଷେତ୍ରରେ ଆବଶ୍ୟକ ସହାୟତା ଓ ସହଯୋଗ ସଂକ୍ରାନ୍ତରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେବା ସହ କେତେକ ନିଷ୍ପତ୍ତି ହୋଇଥିଲା।
ରାଜ୍ୟର ଅତି ମାଓବାଦୀ ପ୍ରବଣ ଅଞ୍ଚଳରେ କେନ୍ଦ୍ରୀୟ ସୁରକ୍ଷା ବଳ (ସିଆର୍‌ପିଏଫ୍‌) ସହଯୋଗରେ ମାଓବାଦୀ ଦମନ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରାଯିବାକୁ ନିଷ୍ପତ୍ତି ହୋଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲାରେ ସିଆର୍‌ପିଏଫ୍‌ର ପୁନଃ ମୁତୟନ ପ୍ରସଙ୍ଗକୁ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ଏହାସହ ଏହି ସବୁ ଜିଲାରେ ମାଓବାଦୀଙ୍କ ଗତିବିଧି ନେଇ ଆଲୋଚନା ହେବା ପରେ ଏଥିଲାଗି କେନ୍ଦ୍ର ସରକାର ଆର୍ଥିକ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛନ୍ତି ବୋଲି ବିଜୟ କୁମାର ସୂଚନା ଦେଇଥିଲେ। ସେ କହିଲେ, ଆନ୍ଧ୍ର ଓ ଓଡ଼ିଶା ପୋଲିସ ମଧ୍ୟରେ ଥିବା ଉତ୍ତମ ସମନ୍ବୟକୁ କେନ୍ଦ୍ର ସରକାର ପ୍ରଶଂସା କରିଛନ୍ତି। ମାଓବାଦୀ ଦମନ କ୍ଷେତ୍ରରେ ପୂର୍ବରୁ ଦୁଇ ରାଜ୍ୟର ପୋଲିସ ପରସ୍ପର ମଧ୍ୟରେ ଉତ୍ତମ ସମନ୍ବୟ ଯୋଗୁ ଯଥେଷ୍ଟ ସଫଳତା ମଳିଛି। ତେଣୁ ଏହି ଢାଞ୍ଚାରେ ସିଆର୍‌ପିଏଫ୍‌ ସହ ରାଜ୍ୟ ପୋଲିସ ସମନ୍ବୟ ରକ୍ଷା କରି ଓଡ଼ିଶାରେ ମାଓବାଦୀ ଦମନ କାର୍ଯ୍ୟକୁ ଆଗେଇ ନେବା ପାଇଁ ବୈଠକରେ ସ୍ଥିର ହୋଇଛି। ଏହି ବୈଠକରେ ଓଡ଼ିଶା ଡିଜିପି ଅଭୟ, ସିଆର୍‌ପିଏଫ୍‌ ସ୍ପେଶାଲ ଡିଜି କୁଲଦୀପ ସିଂହ, ବିଏସ୍‌ଏଫ ଏଡିଜି ଏସ୍‌.ଏଲ୍‌ ଥାଓସେସ୍‌, ଓଡ଼ିଶା ଗୋଇନ୍ଦା ବିଭାଗ ନିର୍ଦ୍ଦେଶକ ଆର୍‌.କେ. ଶର୍ମା ଓ ଆଇଜି (ଅପରେଶନ୍‌) ଅମିତାଭ୍‌ ଠାକୁର ଉପସ୍ଥିତ ରହି ଦୁଇ କେନ୍ଦ୍ରୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri