କରୋନା ରୋଗୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇବ ନବଜାତକର ନାଭି: ଜାଣନ୍ତୁ କିପରି…

ମହାମାରୀ କରୋନା ସମଗ୍ର ବିଶ୍ୱରେ ବ୍ୟାପିବା ପରଠାରୁ ଅନେକ ଦେଶ ଏହାର ଟିକା ବାହାର କରିବାରେ ଲାଗିପଡ଼ିଛନ୍ତି। ଅନେକ ଦେଶ ଟିକା ବାହାର କରି ଲୋକଙ୍କ ଉପରେ ପ୍ରୟୋଗ ମଧ୍ୟ କରିସାରିଲାଣି। ବର୍ତ୍ତମାନ ଏକ ଅଧ୍ୟୟନରୁ ଜଣାପଡ଼ିଛି ଯେ, ନବଜାତକର ଗର୍ଭନାଳରେ ଏପରି ଏକ ଅଂଶ ରହିଛି ତାହା ଗୁରୁତର କରୋନା ରୋଗୀଙ୍କୁ ମୃତ୍ୟୁ ମୁଖକୁ ବଞ୍ଚାଇ ପାରିବ। କରୋନାରେ ଆକ୍ରାନ୍ତ ଗୁରୁତର ରୋଗୀଙ୍କୁ ନେଇ ଏହି ପରୀକ୍ଷା ହୋଇଥିଲା, ଯାହାର ଫଳାପଳ ସକାରାତ୍ମକ ରହିଛି।
ମିୟାମି ବିଶ୍ୱବିଦ୍ୟାଳୟର ବୈଜ୍ଞାନିକମାନେ ନବଜାତକଙ୍କ ଗର୍ଭନାଳରେ ଥିବା ଷ୍ଟେମ ସେଲ ଦ୍ୱାରା କରୋନା ରୋଗୀଙ୍କ ଚିକିତ୍କା କରିଥିଲେ। ଏହା ଦ୍ୱାରା ସମସ୍ତ କରୋନା ରୋଗୀ ସୁସ୍ଥ ହୋଇଥିବା ବେଳେ କେବଳ ମାତ୍ର ଜଣଙ୍କର ମୃତ୍ୟୁ ଘଟିଥିଲା। ଏହି ପରୀକ୍ଷା ୮୫ ବର୍ଷରୁ ଊର୍ଦ୍ଧ୍ୱ ବୟଷ୍କଙ୍କୁ ନେଇ କରାଯାଇଥିଲା। ନବଜାତକଙ୍କ ଗର୍ଭନାଳରେ ଥିବା ଷ୍ଟେମ ସେଲ କରୋନା ଭାଇରସକୁ ମାରିଦେଉଥିବା ଏହି ପରୀକ୍ଷାରୁ ସ୍ପଷ୍ଟ ହୋଇଛି। ଗାଟିଏ ଗର୍ଭନାଳରେ ଥିବା ଷ୍ଟେମ ସେଲ୍‌ସ ୧୦ ହଜାର କରୋନା ରୋଗୀଙ୍କୁ ସୁସ୍ଥ କରିବ ବୋଲି କୁହାଯାଉଛି।
ମିୟାମି ବିଶ୍ୱବିଦ୍ୟାଳୟ ବରିଷ୍ଠ ପ୍ରଫେସର କାମିଲୋ ରିକୋର୍ଡି କହିଛନ୍ତି ଯେ, ଏହି ପଦ୍ଧତି କରୋନା ରୋଗୀଙ୍କୁ ଭଲ କରିଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri