ଆଜିଠୁ ନୂଆ ସୁଭଦ୍ରା ଆବେଦନ: ଜାଣନ୍ତୁ କେମିତି କରିବେ

ଭୁବନେଶ୍ୱର,୧ା୪(ସୁଚିସ୍ମିତା ସାହୁ):ସୁଭଦ୍ରା ଯୋଜନାରେ ନୂଆ ଆବେଦନକାରୀମାନେ ଏପ୍ରିଲ ୧ ବୁଧବାରଠାରୁ ପଞ୍ଜୀକରଣ କରିପାରିବେ। ସୁଭଦ୍ରା ପୋର୍ଟାଲ ମାଧ୍ୟମରେ ଏପ୍ରିଲ ୩୦ ପର୍ଯ୍ୟନ୍ତ ନୂତନ ଆବେଦନ କରାଯାଇପାରିବ। ଆବେଦନକାରୀଙ୍କ ବୟସ ୨୦୨୬ ଏପ୍ରିଲ ୧ ସୁଦ୍ଧା ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ। ଯୋଗ୍ୟ ବିବେଚିତ ହିତାଧିକାରୀମାନେ ୨୦୨୬-୨୭ ଆର୍ଥିକ ବର୍ଷରୁ ଯୋଜନାର ଅବଧି ପର୍ଯ୍ୟନ୍ତ ବାର୍ଷିକ ଦୁଇଟି କିସ୍ତିରେ ମୋଟ ୧୦,୦୦୦ ଟଙ୍କାର ସହାୟତା ରାଶି ପାଇବେ ବୋଲି ମହିଳା ଓ ଶିଶୁ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁ ମହିଳାମାନେ ପୂର୍ବରୁ ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନ ଥିବେ, ସେମାନେ ହିଁ କେବଳ ଏହି ସମୟସୀମା ଭିତରେ ନୂତନ ଭାବେ ଆବେଦନ କରିପାରିବେ। ପୂର୍ବରୁ ଆବେଦନ କରିଥିବା ମହିଳାଙ୍କ ଆବେଦନକୁ ଗ୍ରହଣ କରାଯିବନାହିଁ। ଆବେଦନ ପାଇଁ ଫର୍ମଗୁଡ଼ିକ ସମସ୍ତ ଅଙ୍ଗନୱାଡ଼ି କେନ୍ଦ୍ର ଏବଂ ସିଡିପିଓ କାର୍ଯ୍ୟାଳୟରେ ସମ୍ପୂର୍ଣ୍ଣ ନିଃଶୁଳ୍କ ଭାବେ ପାଇପାରିବେ। ନୂତନ ଆବେଦନଗୁଡ଼ିକ ସାଧାରଣ ସେବା କେନ୍ଦ୍ର ଏବଂ ଆମ ସେବା କେନ୍ଦ୍ର ମାଧ୍ୟମରେ ସୁଭଦ୍ରା ପୋର୍ଟାଲ ଜରିଆରେ ପଞ୍ଜୀକୃତ କରିପାରିବେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?