ନୂଆ ରୂପ ନେଉଛି ବରଗଡ଼, ବିସ୍ଥାପିତଙ୍କ ପାଇଁ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ, ବିଧାୟକ କଲେ …

ବରଗଡ଼,୧୨।୨(ପ୍ରେମାନନ୍ଦ ଖମାରୀ)- ନୂଆ ସରକାର ଆସିବା ପରେ ବରଗଡ଼ ସହରର ନବକଳେବର ହେଉଛି। ଧନୁଯାତ୍ରା ମହୋତ୍ସବରେ ନୂତନତ୍ତ୍ୱ ଆସିଥିବାବେଳେ ସହରର ପ୍ରମୁଖ ସମସ୍ୟା ଯାତାୟାତ, ନର୍ଦ୍ଦମା ଜଳ ନିଷ୍କାସନ(ଡ୍ରେନେଜ୍‌) ଏବଂ ଅନ୍ୟ ସମସ୍ୟାକୁ ଏଡ଼ାଇବା ପାଇଁ ଅଧିକ ଗୁରୁତ୍ୱ ଦିଆଯାଉଛି। ଏହି କ୍ରମରେ ଧନୁଯାତ୍ରା ମଞ୍ଚ, ତୋରଣଠାରୁ ଆରମ୍ଭକରି ସହରରେ ରାସ୍ତା ପ୍ରଶସ୍ତୀକରଣ ଚାଲିଛି। ସହର ମଧ୍ୟରେ ରହିଥିବା ଅନେକ ରାସ୍ତା ପ୍ରଶସ୍ତ ହୋଇଛି। ରାସ୍ତାପାର୍ଶ୍ୱରେ ଡ୍ରେନ କାର୍ଯ୍ୟ ନିର୍ମାଣାଧୀନ ରହିଛି। ଅନ୍ୟପଟେ ରାସ୍ତା ପ୍ରଶସ୍ତୀକରଣ ଏବଂ ଡ୍ରେନ୍‌ ନିର୍ମାଣ ଯୋଗୁ ସହର ରାସ୍ତାପାର୍ଶ୍ୱରେ ରହିଥିବା ଅନେକ ଦୋକାନୀ, ଉଠା ଦୋକାନୀ ସେମାନଙ୍କ ଦୋକାନ ଏବଂ ଜୀବିକା ହରାଇଛନ୍ତି। ତେବେ ବିସ୍ଥାପିତ ହୋଇଥିବା କେହି ବି ଜଣେ ଦୋକାନୀ କିମ୍ବା ଉଠାଦୋକାନୀ ଜୀବିକା ନ ହରାଇବେ, ତାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ସେମାନଙ୍କୁ ଥଇଥାନ କରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇସାରିଛି।

ଏହି ପରିପ୍ରେକ୍ଷୀରେ ସହର ମଧ୍ୟରେ ନୂତନ ସୁପର ମାର୍କେଟ୍‌ କମ୍ପ୍ଲେକ୍ସ ପ୍ରକ୍ରିୟା ଆରମ୍ଭ ହୋଇଛି। ବୁଧବାର ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) ଅଧୀନରେ ୩ କୋଟି ୮୪ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ ହେବାକୁଥିବା ସୁପର ମାର୍କେଟ୍‌ କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ମାର୍କେଟ୍‌ କମ୍ପ୍ଲେକ୍ସର ତଳ ମହଲାର ଉଭୟ ପାର୍ଶ୍ୱରେ ୨୨ କୋଠାଘର ହେବା ସହିତ ଉପର ମହଲାରେ ଏକ ହଲ୍‌ ହେବ ଏବଂ ସେହି ହଲ୍‌ ସାଧାରଣ ଜନତା ତଥା ବ୍ୟାଙ୍କ ସୁବିଧା ପାଇଁ ଉପଲବ୍ଧ ହେବ। ବିସ୍ଥାପିତଙ୍କୁ ଥଇଥାନ ପାଇଁ ଏହା ଏକ ସୁଯୋଗ ସୃଷ୍ଟି କରାଯାଇଛି। ତେବେ ଯେଉଁମାନଙ୍କ ତ୍ୟାଗ ପାଇଁ ଆଜି ରାସ୍ତା ପ୍ରଶସ୍ତୀକରଣ ହେବା ସହିତ ବରଗଡ଼ ସହର ନୂଆଁରୂପ ନେଇଛି, ସେମାନଙ୍କୁ ଥଇଥାନ ପାଇଁ ଏଠାରେ ପ୍ରାଥମିକତା ଦିଆଯିବ ବୋଲି ବିଧାୟକ ଷଡ଼ଙ୍ଗୀ କହିଛନ୍ତି। ଏଭଳି ଥଇଥାନ ବ୍ୟବସ୍ଥାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।
ତେବେ ଏହି ନୂତନ ମାର୍କେଟ୍‌ କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ ଅବସରରେ ବୁଧବାର ସନ୍ଧ୍ୟାରେ ଏକ ସମାରୋହ ହୋଇଥିଲା। ଏହି ଅବସରରେ ସ୍ଥାନୀୟ ଗାନ୍ଧୀଛକ ନିକଟ କଲ୍ୟାଣ ମଣ୍ଡପରୁ ପ୍ରସ୍ତାବିତ ନୂତନ ମାର୍କେଟ୍‌ କମ୍ପ୍ଲେକ୍ସକୁ ଏକ ବିଶାଳ ଶୋଭାଯାତ୍ରା ହୋଇଥିଲା। ଶୋଭାଯାତ୍ରାରେ ସ୍ଥାନୀୟ ଲୋକେ ବରଗଡ଼ ବିଧାୟକ ଷଡ଼ଙ୍ଗୀଙ୍କୁ ସେଠାକୁ ପାଛୋଟି ନେଇଥିଲେ। ବିଧାୟକ ଷଡ଼ଙ୍ଗୀ ସେଠାରେ ପହଞ୍ଚିବା ପରେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଭିତ୍ତିପ୍ରସ୍ତର ସ୍ଥାପନ ସମୟରେ ଅତିରିକ୍ତ ଜିଲାପାଳ ତଥା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷା ମଧୁଛନ୍ଦା ସାହୁ, ସମ୍ପାଦକ ଗୋବିନ୍ଦ ନାଗ, ସଭ୍ୟ ସୁକାନ୍ତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ରାସ୍ତା ପ୍ରଶସ୍ତୀକରଣ ଏବଂ ଡ୍ରେନ୍‌ ନିର୍ମାଣରେ ଯେଉଁମାନେ ବିସ୍ଥାପିତ ହେଉଛନ୍ତି, ସେମାନଙ୍କୁ ନିଶ୍ଚିତଭାବେ ଥଇଥାନ କରାଯିବ ଏବଂ ବରଗଡ଼ ସହରର ବିକାଶରେ ସମସ୍ତେ ସହଯୋଗ କରିବା ପାଇଁ ବିଧାୟକ ଷଡ଼ଙ୍ଗୀ ସମସ୍ତଙ୍କୁ ନିବେଦନ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri