ନବମ, ଦଶମ ପାଇଁ ନୂଆ ପରୀକ୍ଷା ପଦ୍ଧତି

ଭୁବନେଶ୍ୱର, ୧୧।୮(ବ୍ୟୁରୋ):କରୋନା ସମୟରେ ନବମ ଓ ଦଶମ ଶ୍ରେଣୀ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ନୂଆ ପରୀକ୍ଷା ପଦ୍ଧତି ଯୋଜନା କରିଛି। ୨୦୨୧-୨୨ ଶିକ୍ଷାବର୍ଷ ଜୁଲାଇରୁ ଏହା ଆରମ୍ଭ ହୋଇ ଏପ୍ରିଲରେ ସରିବ। ଏହି ଶିକ୍ଷାବର୍ଷକୁ ଦୁଇ ଟର୍ମରେ ଭାଗ କରାଯାଇଛି। ପ୍ରଥମ ଟର୍ମ ଜୁଲାଇରୁ ନଭେମ୍ବର ଓ ଦ୍ୱିତୀୟ ଟର୍ମ ଡିସେମ୍ବରରୁ ଏପ୍ରିଲ ଯାଏ ଚାଲିବ। ପ୍ରତି ଟର୍ମରେ ୫୦ ପ୍ରତିଶତ ପିଲା ପାଠ ପଢ଼ିବେ ଓ ପରୀକ୍ଷା ଦେବେ। ବୋର୍ଡ ସିଧାସଳଖ ଏହି ପରୀକ୍ଷା କରାଇବ। ତେବେ ପାଠ୍ୟକ୍ରମ କେତେ ରହିବ ଓ କ’ଣ ରୂପରେଖ ହେବ ସେନେଇ ବୋର୍ଡ ଖୁବ୍‌ଶୀଘ୍ର ବିଜ୍ଞପ୍ତି ଜାରି କରିବ।
ସ୍କୁଲରେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ନେଇ ସମୟ ସମୟରେ ଆଭ୍ୟନ୍ତରୀଣ ମୂଲ୍ୟାୟନ (ଇଣ୍ଟରନାଲ ଆସେସମେଣ୍ଟ) କରାଯିବ। ମୋଟ୍‌ ୪ଟି ଆଭ୍ୟନ୍ତରୀଣ ମୂଲ୍ୟାୟନ କରାଯିବ। ଅର୍ଥାତ୍‌ ପ୍ରତି ଟର୍ମ ଭିତରେ ଦୁଇଟି ଆଭ୍ୟନ୍ତରୀଣ ମୂଲ୍ୟାୟନ କରାଯିବାର ବ୍ୟବସ୍ଥା ହେଉଛି। ଉଭୟ ନବମ ଓ ଦଶମ ଶ୍ରେଣୀ ପାଇଁ ଏହି ମୂଲ୍ୟାୟନ ହେବ। ଦଶମ ଶ୍ରେଣୀ ପାଇଁ ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରେ ପ୍ରଥମ ଆଭ୍ୟନ୍ତରୀଣ ମୂଲ୍ୟାୟନ, ନଭେମ୍ବର ପ୍ରଥମ ସପ୍ତାହରେ ଦ୍ୱିତୀୟ, ଜାନୁୟାରୀ ଦ୍ୱିତୀୟ ସପ୍ତାହରେ ତୃତୀୟ ଓ ମାର୍ଚ୍ଚ ଦ୍ୱିତୀୟ ସପ୍ତାହରେ ଚତୁର୍ଥ ଆଭ୍ୟନ୍ତରୀଣ ମୂଲ୍ୟାୟନ କରାଯିବ ବୋଲି ସୂଚନା ମିଳିଛି। ସୂଚନାଯୋଗ୍ୟ, କରୋନା ପାଇଁ ଚଳିତବର୍ଷ ବିଦ୍ୟାଳୟଗୁଡ଼ିକରେ ପରୀକ୍ଷା ବାତିଲ ହୋଇଥିଲା। ଏହାପରେ ସ୍ବତନ୍ତ୍ର ମୂଲ୍ୟାୟନ ପଦ୍ଧତିରେ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଫଳ ପ୍ରକାଶ କରାଗଲା। ତେବେ ଆଗକୁ ଯେପରି ଏଭଳି ଅସୁବିଧା ନ ଉପୁଜେ ସେଥିପାଇଁ ନୂଆ ପରୀକ୍ଷା ପଦ୍ଧତି କାର୍ଯ୍ୟକାରୀ କରିବାକୁ ଯୋଜନା ହୋଇଛି। ବୋର୍ଡ ନବମ ଓ ଦଶମ ଶ୍ରେଣୀ ପାଇଁ ନୂଆ ପରୀକ୍ଷା ପଦ୍ଧତି ଯୋଜନା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?