ଆନ୍ତଃ ରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟିରେ ନବୀନ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଆନ୍ତଃ ରାଜ୍ୟ ପରିଷଦର ଷ୍ଟାଣ୍ଡିଂ କମିଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାମିଲ କରାଯାଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏଥିରେ ଅଧ୍ୟକ୍ଷ ଥିବାବେଳେ ୧୩ ଜଣ ସଦସ୍ୟ ଅଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ପ୍ରକାଶିତ ଗେଜେଟ୍‌ ବିଜ୍ଞପ୍ତିରେ ଏ ନେଇ ଉଲ୍ଲେଖ କରାଯାଇଛି। ଆନ୍ତଃ ରାଜ୍ୟ ପରିଷଦ ସଚିବାଳୟର ୨୦୧୯ ଅଗଷ୍ଟ ୯ ବିଜ୍ଞପ୍ତି ଏବଂ ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି। କମିଟିରେ କେନ୍ଦ୍ର କ୍ୟାବିନେଟର ୪ ମନ୍ତ୍ରୀଙ୍କ ସହ ୮ ଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି।
ଶାହାଙ୍କ ବ୍ୟତୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କମିଟିର ସଦସ୍ୟ ଭାବରେ ଅର୍ଥ ଓ କର୍ପୋରେଟ ମନ୍ତ୍ରୀ ନିର୍ମଳା ସୀତାରାମନ, କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ସାମାଜିକ ନ୍ୟାୟ ତଥା ସଶକ୍ତୀକରଣ ମନ୍ତ୍ରୀ ବୀରେନ୍ଦ୍ର କୁମାର, ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱାତ ଏହି କମିଟିର ସଦସ୍ୟ ଅଛନ୍ତି। ଏହାଛଡ଼ା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ୍‌ମୋହନ ରେଡ୍ଡୀ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତା ବିଶ୍ୱଶର୍ମା, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କମିଟିର ସଦସ୍ୟ ଅଛନ୍ତି। ଆନ୍ତଃ ରାଜ୍ୟ ପରିଷଦରେ କୌଣସି ବିଷୟ ବିଚାରକୁ ନିଆଯିବା ପୂର୍ବରୁ କେନ୍ଦ୍ର-ରାଜ୍ୟ ସମ୍ପର୍କ ସମ୍ବନ୍ଧୀୟ ସମସ୍ତ ବିଷୟ ଏହି କମିଟି ତର୍ଜମା କରେ। ଆନ୍ତଃ ରାଜ୍ୟ ସମ୍ପର୍କ ଦୃଢ଼ୀଭୂତ କରିବା ପାଇଁ ପରିଷଦର ସୁପାରିସ ଉପରେ ନିଷ୍ପତ୍ତି ନିଆଯାଏ। ଏଗୁଡ଼ିକର କାର୍ଯ୍ୟକାରିତା ଉପରେ ମଧ୍ୟ କମିଟି ତଦାରଖ କରେ। ଆବଶ୍ୟକ ହେଲେ ସମ୍ପୃକ୍ତ ବିଷୟ ଉପରେ କମିଟି ବିଚାରବିମର୍ଶ କରିବାବେଳେ ନିର୍ଦ୍ଦିଷ୍ଟ କ୍ଷେତ୍ରର ବିଶିଷ୍ଟ ବିଶେଷଜ୍ଞ ଏବଂ ବ୍ୟକ୍ତିବିଶେଷଙ୍କର ମଧ୍ୟ ପରାମର୍ଶ ନିଆଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷର ଭାଣିଜୀଙ୍କୁ ସାଙ୍ଗଙ୍କ ସହ ମିଶି ଗଣବଳାତ୍କାର କଲେ ମାମୁ: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ପାଟନା,୭।୪: ବିହାରର ପାଟନାରେ ଏକ ହୃଦୟବିଦାରକ ଘଟଣା ଘଟିଛି। ଜଣେ ୨୨ବର୍ଷୀୟ ଯୁବକ ତାଙ୍କ ଦୁଇ ବନ୍ଧୁଙ୍କ ସହିତ ମିଶି ନିଜ ତିନି ବର୍ଷର ଭାଣିଜୀଙ୍କୁ ଗଣବଳାତ୍କାର…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ଏହି ଯୋଜନାରେ ଚାଷୀଙ୍କୁ ମିଳିବ ୩ ହଜାର ଟଙ୍କା ପେନସନ: କେବଳ କରିବାକୁ ପଡ଼ିବ ଏହି ଗୋଟିଏ କାମ

ନୂଆଦିଲ୍ଲୀ,୭।୪: ସାରା ଦେଶରେ ଚାଷୀମାନଙ୍କୁ ଆର୍ଥିକ ଭାବରେ ସଶକ୍ତ କରିବା ପାଇଁ, କେନ୍ଦ୍ର ଏବଂ ରାଜ୍ୟ ସରକାର ସେମାନଙ୍କୁ ଆର୍ଥିକ ସୁରକ୍ଷା ପ୍ରଦାନ କରିବା ପାଇଁ ବିଭିନ୍ନ…

ସ୍ବର୍ଗତ ତବଲା ବାଦକ ଲକ୍ଷ୍ମଣଙ୍କ ପରିବାରକୁ ଭେଟିଲେ ବିଧାୟକ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଶିଷ୍ଟ ତବଲା ବାଦକ ସ୍ବର୍ଗତ ଲକ୍ଷଣ କୁମାର ତରାଇଙ୍କ ପରିବାରଙ୍କୁ ଭେଟିଛନ୍ତି ଛତ୍ରପୁର ବିଧାୟକ କୃଷ୍ଣ…

ଯାଜପୁରରେ ଯୁବକଙ୍କୁ ଗୁଳିମାଡ଼, ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଯାଜପୁର ସଦର,୭।୪(ସମର ବିଜୟ ଶରଣ ): ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟର ଫୁଟିଲା ଗୁଳି । ଏହି ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି ।…

ପ୍ରମିଳାଙ୍କ ଘରେ ହଠାତ୍‌ ପହଞ୍ଚିଲେ ଯାଜପୁର ନେତା, ଉପସ୍ଥିତ ଅଛନ୍ତି ଏମାନେ ସବୁ…

ଭୁବନେଶ୍ୱର,୭।୪: ପ୍ରମିଳାଙ୍କ ସରକାରୀ ବାସଭବନରେ ଯାଜପୁର ନେତାଙ୍କ ମେଳିକୁ ନେଇ ରାଜନୀତିରେ ହଇଚଇ। ଭଦ୍ରକ ମଣ୍ଡଳ ଦମ୍ପତିଙ୍କୁ ସସପେଣ୍ଡ ପରେ ଯାଜପୁର ସଂଗଠନକୁ ନେଇ ବୈଠକ ଚାଲିଥିବା…

ଏମିତି ଖେଳ ଖେଳିଲା ଇରାନ, ପବନରେ ଉଡ଼ିଯିବ ଟ୍ରମ୍ପଙ୍କ ମଙ୍ଗଳବାର ବାଲା ଧମକ

ତେହରାନ,୭।୪: ସମ୍ଭାବ୍ୟ ଆମେରିକୀୟ ଆକ୍ରମଣ ବିରୁଦ୍ଧରେ ଇରାନ ତାର ଶକ୍ତି କେନ୍ଦ୍ରଗୁଡ଼ିକୁ ସୁରକ୍ଷିତ ରଖିବା ପାଇଁ ଏକ ନୂତନ ରଣନୀତି ପ୍ରସ୍ତୁତ କରିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ…

ଗୋରୁ ବ୍ୟବସାୟୀଙ୍କ ଘରେ ଚଢାଉ: ଲକ୍ଷ ଲକ୍ଷ ଟଙ୍କା ସହ ଅଳଙ୍କାର ଜବତ

ଖଇରା,୭।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ବାହାନଗା ଅଞ୍ଚଳର ଜଣେ ଗୋରକ୍ଷକ କୃପାସିନ୍ଧୁ ବେହେରା ଗୋରୁ ବ୍ୟବସାୟୀଙ୍କ ଆକ୍ରମଣରେ ମୃତ୍ୟୁବରଣ କରିବା ପରେ ବାଲେଶ୍ବର ଏସପିଙ୍କ ଆକ୍ସନ ମୋଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri