ଆନ୍ତଃ ରାଜ୍ୟ ପରିଷଦ ଷ୍ଟାଣ୍ଡିଂ କମିଟିରେ ନବୀନ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଆନ୍ତଃ ରାଜ୍ୟ ପରିଷଦର ଷ୍ଟାଣ୍ଡିଂ କମିଟିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାମିଲ କରାଯାଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଏଥିରେ ଅଧ୍ୟକ୍ଷ ଥିବାବେଳେ ୧୩ ଜଣ ସଦସ୍ୟ ଅଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ପ୍ରକାଶିତ ଗେଜେଟ୍‌ ବିଜ୍ଞପ୍ତିରେ ଏ ନେଇ ଉଲ୍ଲେଖ କରାଯାଇଛି। ଆନ୍ତଃ ରାଜ୍ୟ ପରିଷଦ ସଚିବାଳୟର ୨୦୧୯ ଅଗଷ୍ଟ ୯ ବିଜ୍ଞପ୍ତି ଏବଂ ପ୍ରଧାନମନ୍ତ୍ରୀଙ୍କ ଅନୁମୋଦନକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି। କମିଟିରେ କେନ୍ଦ୍ର କ୍ୟାବିନେଟର ୪ ମନ୍ତ୍ରୀଙ୍କ ସହ ୮ ଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି।
ଶାହାଙ୍କ ବ୍ୟତୀତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କମିଟିର ସଦସ୍ୟ ଭାବରେ ଅର୍ଥ ଓ କର୍ପୋରେଟ ମନ୍ତ୍ରୀ ନିର୍ମଳା ସୀତାରାମନ, କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ସାମାଜିକ ନ୍ୟାୟ ତଥା ସଶକ୍ତୀକରଣ ମନ୍ତ୍ରୀ ବୀରେନ୍ଦ୍ର କୁମାର, ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱାତ ଏହି କମିଟିର ସଦସ୍ୟ ଅଛନ୍ତି। ଏହାଛଡ଼ା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନ୍‌ମୋହନ ରେଡ୍ଡୀ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତା ବିଶ୍ୱଶର୍ମା, ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ୍‌, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ କମିଟିର ସଦସ୍ୟ ଅଛନ୍ତି। ଆନ୍ତଃ ରାଜ୍ୟ ପରିଷଦରେ କୌଣସି ବିଷୟ ବିଚାରକୁ ନିଆଯିବା ପୂର୍ବରୁ କେନ୍ଦ୍ର-ରାଜ୍ୟ ସମ୍ପର୍କ ସମ୍ବନ୍ଧୀୟ ସମସ୍ତ ବିଷୟ ଏହି କମିଟି ତର୍ଜମା କରେ। ଆନ୍ତଃ ରାଜ୍ୟ ସମ୍ପର୍କ ଦୃଢ଼ୀଭୂତ କରିବା ପାଇଁ ପରିଷଦର ସୁପାରିସ ଉପରେ ନିଷ୍ପତ୍ତି ନିଆଯାଏ। ଏଗୁଡ଼ିକର କାର୍ଯ୍ୟକାରିତା ଉପରେ ମଧ୍ୟ କମିଟି ତଦାରଖ କରେ। ଆବଶ୍ୟକ ହେଲେ ସମ୍ପୃକ୍ତ ବିଷୟ ଉପରେ କମିଟି ବିଚାରବିମର୍ଶ କରିବାବେଳେ ନିର୍ଦ୍ଦିଷ୍ଟ କ୍ଷେତ୍ରର ବିଶିଷ୍ଟ ବିଶେଷଜ୍ଞ ଏବଂ ବ୍ୟକ୍ତିବିଶେଷଙ୍କର ମଧ୍ୟ ପରାମର୍ଶ ନିଆଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri