ନୂଆ ରୂପରେ ଟ୍ରାଫିକ୍‌ ଥାନା-୨

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ଟ୍ରାଫିକ ଥାନା-୨ ନୂଆ ରୂପ ପାଇଛି। ପୂର୍ବରୁ ଚନ୍ଦ୍ରଶେଖରପୁରରେ ଏହି ଥାନା ଥିବାବେଳେ ଗୁରୁବାର ପାତ୍ରପଡ଼ାଠାରେ ଦୁଇ ମହଲା ବିଶିଷ୍ଟ ନୂତନ କୋଠାକୁ ଉଦ୍‌ଘାଟନ କରାଯାଇଛି। ପୂର୍ବାହ୍ନରେ ପୋଲିସ ଡିଜି ସୁନିଲ ବଂଶଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି କୋଠାକୁ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ଓପିଏଚ୍‌ଡବ୍ଲ୍ୟୁସିର ପରିଚାଳନା ନିର୍ଦ୍ଦେଶକ ସଂଜୀବ ପଣ୍ଡା, ଅତିରିକ୍ତ ପୋଲିସ କମିଶନର ଉମାଶଙ୍କର ଦାଶ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ, ଟ୍ରାଫିକ ଡିସିପି ଠାକୁର ପ୍ରସାଦ ପାତ୍ରଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ। ପ୍ରାୟ ୨ କୋଟି ଟଙ୍କା ବ୍ୟୟରେ ଏହି କୋଠା ନିର୍ମିତ ହୋଇଛି। ତେବେ ଟ୍ରାଫିକ ଥାନା-୨ କାର୍ଯ୍ୟକାରୀ ହେଉଥିବା ଚନ୍ଦ୍ରଶେଖପୁରସ୍ଥିତ ସ୍ଥାନରେ ଏକ ଫାଣ୍ଡି କାର୍ଯ୍ୟକାରୀ ହେବ ବୋଲି କୁହାଯାଇଛି।
ସୂଚନା ଅନୁଯାୟୀ, ଟ୍ରାଫିକ ଥାନା-୨ ଅଧୀନରେ ୧୧ଟି ଟି ଥାନା ରହିଛି। ସେଗୁଡ଼ିକ ମଧ୍ୟରୁ ଇମ୍‌ଫୋଭ୍ୟାଲି, ଜଟଣୀ, ତମାଣ୍ଡୋ, ଖଣ୍ଡଗିରି, ଭରତପୁର, ଚନ୍ଦକା, ନୟାପଲ୍ଲୀ, ମୈତ୍ରୀ ବିହାର, ଚନ୍ଦ୍ରଶେଖରପୁର, ନନ୍ଦନକାନନ ଓ ଇମ୍‌ଫୋସିଟି ଥାନା ରହିଛି। ଭୁବନେଶ୍ୱରର ସୀମା ବୃଦ୍ଧିକୁ ନଜରରେ ରଖି ଏହି ଥାନାକୁ ସ୍ଥାନାନ୍ତର କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ୨୦୨୧ ଆରମ୍ଭରୁ ରାଜ୍ୟ ଆରକ୍ଷୀ ଗୃହ ନିର୍ମାଣ ଓ କଲ୍ୟାଣ ନିଗମ ପକ୍ଷରୁ ଏହି କୋଠାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଉଲ୍ଲଖଯୋଗ୍ୟ, ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାରେ ୨ଟି ଟ୍ରାଫିକ ଥାନା ଥିବା ବେଳେ ଟ୍ରାଫିକ ଥାନା-୧ ଏଜି ଛକରେ କାର୍ଯ୍ୟ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ପରିଚିତଙ୍କ ହାତରେ ପଦବୀ

ଭବିଷ୍ୟତରେ କାର୍ଯ୍ୟକୁ ସୁଚାରୁରୂପେ ସଞ୍ଚାଳନକରିବା ପାଇଁ ସବୁଠାରୁ ନିରାପଦ ଉପାୟ ଉପରେ ଆନ୍ଧ୍ରପ୍ରଦେଶ ନିଷ୍ପତ୍ତି ନେଇଥିବା ଜଣାଯାଇଛି। ଏଥିରେ ଏହାର ଶ୍ରେଷ୍ଠ ବାବୁମାନଙ୍କ ପାଇଁ ରହୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri