କୋରାପୁଟରୁ କେସିଙ୍ଗା ଦେଇ ଚାଲିବ ନୂତନ ଟ୍ରେନ, ରେଳ ମନ୍ତ୍ରୀ ଓ ଏମପିଙ୍କୁ ଧନ୍ୟବାଦ ଜଣାଇଲେ ଅଞ୍ଚଳବାସୀ

କେସିଙ୍ଗା,୧୩ା୫:(ତୁମେଶ୍ୱର ସାହୁ): କେସିଙ୍ଗାରୁ ସିଧା ଭୁବନେଶ୍ୱରକୁ ଟ୍ରେନ ନଥିବାରୁ ବହୁବାର କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ଓ ଜେଡ ଏସ ଏସର ସଦସ୍ୟ ଡ଼ାହେମସାଗର ସାହା ରେଳମନ୍ତ୍ରୀ ଓ କଳାହାଣ୍ଡି ଏମ୍ ପିଙ୍କୁ ଦାବି ପତ୍ର ଜଣାଇଥିଲେ । କିନ୍ତୁ କଳାହାଣ୍ଡି ଏମପି ମାଲବିକା ଦେବୀ ରେଳମନ୍ତ୍ରୀ ଅଶ୍ଵନି ବୈଷ୍ଣବଙ୍କୁ ଦିଲ୍ଲୀ ବାସ ଭବନରେ ଗତ ଏପ୍ରିଲ ୨୨ତାରିଖରେ ସାକ୍ଷାତ କରି ଭୁବନେଶ୍ୱରରୁ କୋରାପୁଟ ଭୟା ସମ୍ବଲପୁର, ଟିଟିଲାଗଡ, କେସିଙ୍ଗା ଦେଇ କୋରାପୁଟକୁ ନୂତନ ଟ୍ରେନ ଚାଲିବାକୁ ଦାବି କରିଥିଲେ । ଦାବି ପତ୍ର ଦେବାର ୨୩ ଦିନ ମଧ୍ୟରେ କାର୍ଯ୍ୟ କରି ହେଲା ।

ବର୍ତ୍ତମାନ ରେଳ ବିଭାଗ ପୁରୀ ଠାରୁ କୋରାପୁଟ ଚାଳିବା ପାଇଁ ମଞ୍ଜୁର କରିଥିବାରୁ ଅଞ୍ଚଳବାସୀ ରେଳ ମନ୍ତ୍ରୀ ଓ କଳାହାଣ୍ଡି ଏମପିଙ୍କୁ ଧନ୍ୟବାଦ ଜଣାଇଛନ୍ତି । କିନ୍ତୁ ଦାବି ପତ୍ର ଦେବାର ୨୩ଦିନ ମଧ୍ୟରେ ପୁରୀ -ଭୁବନେଶ୍ୱରରୁ କୋରାପୁଟକୁ ନୂତନ ଟ୍ରେନ ନ୧୮୪୦୭-୧୮୪୦୮ମଞ୍ଜୁର କରିଥିବାରୁ ସମଗ୍ର ପଶ୍ଚିମ ଓଡିଶାବାସୀଙ୍କ ସମେତ କେସିଙ୍ଗାବାସୀ ରେଳମନ୍ତ୍ରୀ ଓ କଳାହାଣ୍ଡି ଏମପି ମାଲବିକା ଦେବୀ ଧନ୍ୟବାଦ ଜଣାଇଛନ୍ତି ।

ଏହି ଟ୍ରେନ ଦିନବେଳା ଚାଲିବ । ଏହା ପୁରୀ ଠାରୁ ପ୍ରତ୍ୟେକ ସପ୍ତାହର ସୋମବାର, ଗୁରୁବାର ଓ ଶନିବାର ଚାଲିବ । କୋରାପୁଟରୁ ମଙ୍ଗଳବାର, ଶୁକ୍ରବାର ଓ ଶନିବାର ସାପ୍ତାହିକ ତିନି ଦିନ ଚାଲିବା ପାଇଁ ମିନିଷ୍ଟ୍ରି ଅଫ ରେଲୱେର ଡ଼ାଇରେକ୍ଟର ଅଫ କୋଚ୍ ସଞ୍ଜୟ ଆର.ନିଲମଙ୍କ ଚିଟି ନ ୧୩.୫.୨୬/ସିସି ୧୪୫/୨୦୨୬ଅନୁସାରେ ଏହି ପୁରୀ କୋରାପୁଟ ଟ୍ରେନକୁ ମଞ୍ଜୁର କରିଛନ୍ତି । ଏହି ଟ୍ରେନ ରେ ୧୮ଟି ବଗି ରହିଛି । ଘୋଷଣା ହୋଇଥିଲେ ହେଁ କେବେ ଚାଲିବ ତାକୁ ଅଞ୍ଚଳବାସୀ ଅପେକ୍ଷା କରି ରହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?