କୁସ୍ତି ଯୋଦ୍ଧା ଯୌନଶୋଷଣ ମାମଲାରେ ନୂଆ ମୋଡ଼

ନୂଆଦିଲ୍ଳୀ, ୯ା୬: ଭାରତୀୟ ରେସଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ଆସିଛି ନୂଆ ମୋଡ। ନାବାଳିକା ଅଭିଯୋଗ କାରିଣୀଙ୍କ ପିତା ନଜର ମତ ବଦଳାଇବା ସହିତ ଚାପରେ ଆସି ଏମିତି ଅଭିଯୋଗ କରିଥିଲେ ବୋଲି ସ୍ବୀକାର କରିଛନ୍ତି। ବିଗତ ୩ ମାସ ଧରି ରେସ୍‌ଲରଙ୍କ ପକ୍ଷରୁ ନୂଆଦିଲ୍ଲୀର ଯନ୍ତର ମନ୍ତର ଠାରେ ଆନ୍ଦୋଳନ କରାଯାଉଥିବା ବେଳେ ଦେଶ ଓ ବିଦେଶର ଅନେକ ବୁଦ୍ଧିଜୀବୀ ମଧ୍ୟ ଏହାକୁ ବିରୋଧ କରିଥିଲେ। ତେବେ ବର୍ତ୍ତମାନ ସତ ବାହାରକୁ ଆସିବା ଦରକାର ବୋଲି ପୀଡିତାଙ୍କ ପିତା କହିଛନ୍ତି। ଗତ ବର୍ଷ ୧୭ ବର୍ଷରୁ କମ୍‌ ମହିଳା ଏସିଆନ୍‌ ଚାମ୍ପିୟନଶିପ୍‌ ଟ୍ରାଏଲ୍ସରେ ତାଙ୍କ ଝିଅ ପରାଜିତ ହେବା ପରେ ଉତ୍‌କ୍ଷିପ୍ତ ହୋଇ ସେ ଏଭଳି ନିଷ୍ପତ୍ତି ନେଇଥିବା ପ୍ରକାଶ କରିଥିଲେ। ସରକାର ଏହି ମାମଲାରେ ତଦନ୍ତ ପାଇଁ ଘୋଷଣା ମଧ୍ୟ କରିଛନ୍ତି। ରେଫରୀଙ୍କ ଭୁଲ ନିଷ୍ପତ୍ତି କାରଣରୁ ଝିଅର ଏକ ବର୍ଷର ପରିଶ୍ରମ ଖରାପ ହୋଇ ଯାଇଥିଲା। ମନ ମଧ୍ୟରେ ଥିବା ଦ୍ୱେଷ କାରଣରୁ ସେ ବ୍ରିଜ୍‌ଭୂଷଣଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଏପରିକି ବ୍ରିଜ୍‌ ଭୂଷଣଙ୍କ ବିରୋଧରେ ତାଙ୍କୁ ପ୍ରବର୍ତ୍ତାଇ ଯାଇଥିଲା ବୋଲି ମଧ୍ୟ ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ମହିଳା ରେସଲରଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ବ୍ରିଜଭୂଷଣଙ୍କ ନାମରେ ମାମଲା ରୁଜୁ କରାଯାଇଥିଲା। ୭ ଜଣ ମହିଳା ଆଥଲେଟ ଅଭିଯୋଗ ଆଣିଥିବା ବେଳେ ଏହା ମଧ୍ୟରେ ଜଣେ ନାବାଳିକା ଥିଲେ। ତେବେ ବର୍ତ୍ତମାନ ନାବାଳିକାଙ୍କ ଅଭିଯୋଗ ପ୍ରତ୍ୟାହାର ହେବା ସହିତ ଖେଳାଳି ମାନେ ମଧ୍ୟ କାର୍ଯ୍ୟରେ ଯୋଗ ଦେଲେଣି।


Enter your email to get our daily news in your inbox.

All Right Reserved By Dharitri.Com

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri