Posted inଜାତୀୟ

ଆଇଟି ଇଞ୍ଜିନିୟରଙ୍କୁ ବଳାତ୍କାର ଘଟଣାରେ ନୂଆ ଟ୍ବିଷ୍ଟ୍‌: ସବୁ ପ୍ଲାନ୍‌ ରଚିଥିଲେ ଯୁବତୀ

ପୁଣେ,୫ା୭:ମହାରାଷ୍ଟ୍ରର ପୁଣେ ସହର କୋନ୍ଧଓ୍ବା ଅଞ୍ଚଳରେ ଥିବା ଏକ ହାଉସିଂ ସୋସାଇଟିରେ ବୁଧବାର ରାତିରେ ମହିଳା ଆଇଟି ଇଞ୍ଜିନିୟରଙ୍କୁ ବଳାତ୍କାର ଘଟଣାରେ ଅଭିଯୁକ୍ତ ଜଣକ ଅପରିଚିତ ନ ଥିଲେ। ସେ ଯୁବତୀଙ୍କ ବନ୍ଧୁ ବୋଲି ପୋଲିସ ଶୁକ୍ରବାର କହିଛି। ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖିଥିବାବେଳେ ଯୁବତୀଙ୍କ ବୟାନକୁ ନେଇ ସନ୍ଦେହ ବ୍ୟକ୍ତ କରିଛି। କୋରିଅର ଡେଲିଭରି ଏଜେଣ୍ଟ ପରିଚୟ ଦେଇ ଯୁବକ ଜଣଙ୍କ ଘରେ ପଶିଥିବା ୨୨ ବର୍ଷୀୟା ଯୁବତୀ ଅଭିଯୋଗ କରିଥିଲେ। ତେବେ ଯୁବତୀ ନିଜେ ଉକ୍ତ ଯୁବକଙ୍କ ସହ ସେଲ୍‌ଫି ନେଇ ପରେ ତାକୁ ଏଡିଟ୍‌ କରିଥିଲେ ଓ ନିଜ ଫୋନ୍‌ରେ ଧମକପୂର୍ଣ୍ଣ ବାର୍ତ୍ତା ଟାଇପ୍‌ କରିଥିଲେ ବୋଲି ପୋଲିସ କମିଶନର ଅମିତେଶ କୁମାର କହିଛନ୍ତି। ଯୁବତୀଙ୍କୁ ବେହୋସ କରିବା ପାଇଁ ରସାୟନ ବ୍ୟବହାର କରାଯାଇଥିବା ଅଭିଯୋଗ ମଧ୍ୟ ମିଛ। ଯୁବତୀ କ’ଣ ପାଇଁ ବଳାତ୍କାର ଅଭିଯୋଗ ଆଣିଲେ, ପୋଲିସ ତାହାର ତଦନ୍ତ କରୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା…

୫ ବର୍ଷ ଦୂରର କଥା….ବିଜୟଙ୍କ ଉପରେ ବର୍ଷିଲେ ଷ୍ଟାଲିନ, ୩ରୁ୬ ମାସରେ ଖେଳ ଶେଷ

ଚେନ୍ନାଇ,୨୯।୬: ତାମିଲନାଡୁ ରାଜନୀତିରେ ବୟାନବାଜି ତୀବ୍ର ହୋଇଛି । ରବିବାର ଦିନ ଡିଏମକେ ମୁଖ୍ୟ ଏମ୍ କେ ଷ୍ଟାଲିନ୍ ବିଜୟଙ୍କ ନେତୃତ୍ୱାଧୀନ ସରକାରର ସ୍ଥିରତା ଉପରେ ପ୍ରଶ୍ନ…

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

ଭାରତ ବିପକ୍ଷରେ ଐତିହାସିକ ବିଜୟ ପରେ ଆୟର୍ଲାଣ୍ଡକୁ ଲାଗିଲା ଶକ୍ତ ଝଟ୍‌କା

ନୂଆଦିଲ୍ଲୀ,୨୯।୬: ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ଜିତି ଆୟର୍ଲାଣ୍ଡ ସିରିଜ କବ୍ଜା କରିଥିଲା। ପ୍ରଥମ ଥର ପାଇଁ ଆୟର୍ଲାଣ୍ଡ କୌଣସି ଫର୍ମାଟରେ ଟିମ ଇଣ୍ଡିଆ ବିପକ୍ଷରେ ସିରିଜ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

୧ ଜୁଲାଇରୁ ବନ୍ଦ ହୋଇଯିବ ୧୦, ୨୦, ୫୦ ଓ ୧୦୦ ଟଙ୍କିଆ ନୋଟ୍‌? ଜାଣନ୍ତୁ କଣ କହିଲେ ସରକାର

ନୂଆଦିଲ୍ଲୀ,୨୯।୬: ସୋସିଆଲ ମିଡିଆରେ ଏବେ ଏକ ପୋଷ୍ଟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଏକ ପୋଷ୍ଟର ସେୟାର କରାଯାଇଛି। ଏହି ପୋଷ୍ଟରରେ ‘ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର’ର ଲୋଗୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri