ଏନ୍‌ଏସି ରାଜନୀତିରେ ନୂଆମୋଡ଼: ନୀଳଗିରି ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ଥାବ

ନୀଳଗିରି, ୬।୮(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସିରେ ରାଜନୀତି ନୂଆ ମୋଡ଼ ନେଇଛି। ନୀଳଗିରିର ବିଧାୟକ ସନ୍ତୋଷ ଖଟୁଆ, ଭାଜପା ଜିଲା ସଭାପତି ଉମାକାନ୍ତ ମହାପାତ୍ର, ଏମ୍‌ପିଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ ଏବଂ ନୀଳଗିରି ଏନ୍‌ଏସିର ୯ଜଣ କାଉନସିଲର ବାଲେଶ୍ୱର ଜିଲାପାଳ ଆଶିଷ ଠାକରେଙ୍କୁ ସୋମବାର ଭେଟି ଅଧ୍ୟକ୍ଷା ଅମ୍ବିକା ଦାସଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଅଧ୍ୟକ୍ଷା ଦାସ ପଦବୀ ଗ୍ରହଣ କରିବାର ୨ ବର୍ଷରୁ ଅଧିକ ସମୟ ହୋଇଥିଲେ ହେଁ ସେ ନିଜ ଦାୟିତ୍ୱରେ ଅବହେଳା ପ୍ରଦର୍ଶନ କରିବା ସହ ବିଭିନ୍ନ ୱାର୍ଡ ପ୍ରତି ପକ୍ଷପାତିତା ମନୋଭାବ ପୋଷଣ କରିଥିବା ଉକ୍ତ ଅନାସ୍ଥା ପ୍ରସ୍ତାବରେ ଦର୍ଶାଯାଇଛି। ଏହି ଅନାସ୍ଥା ପ୍ରସ୍ତାବରେ ୧୧ଜଣ କାଉନସିଲରଙ୍କ ଦସ୍ତଖତ ରହିଛି। ଏହାକୁ ନେଇ ଭାଜପା ଶିବିରରେ ରାଜନୈତିକ ତତ୍ପରତା ଦେଖିବାକୁ ମିଳିଛି।
ଏନଏସିର ୧୩ଟି କାଉନସିଲର ପଦବୀ ମଧ୍ୟରୁ ବିଜେଡି ୮ଟି ହାତେଇ ଏକାକୀ ସଂଖ୍ୟାଗରିଷ୍ଠ ଦଳ ହୋଇଥିବା ବେଳେ ବିଜେଡିର ଅମ୍ବିକା ଦାସ ଅଧ୍ୟକ୍ଷା ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ମାତ୍ର ୨୦୨୪ ନିର୍ବାଚନରେ ଦଳ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇଥିଲା। କିଛି ଦିନ ପୂର୍ବରୁ ଏନ୍‌ଏସିର ୬ଜଣ ବିଜେଡି କାଉନସିଲର ଏବଂ ଜଣେ ସ୍ବାଧୀନ କାଉନସିଲର ଭାଜପାରେ ସାମିଲ ହୋଇଥିଲେ। ରବିବାର ୧୦ନଂ. ୱାର୍ଡ଼ର କାଉନସିଲର ଗୌରାଙ୍ଗ ବିନ୍ଧାଣି ଭାଜପାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?