Posted inରାଜ୍ୟ

ନବଦାସ ହତ୍ୟାକାଣ୍ଡରେ ନୂଆ ମୋଡ, ଗୋପାଳ ନୁହେଁ ଇଏ ମାରିଥିଲେ! ରାଜ୍ୟରେ ଚହଳ

ଭୁବନେଶ୍ୱର,୧୭।୧: ନବଦାସ ହତ୍ୟା ଘଟଣାରେ ନୂଆମୋଡ। ପୂର୍ବତନ ମନ୍ତ୍ରୀ ନବଦାସ ହତ୍ୟାକାଣ୍ଡରେ ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ତଥ୍ୟ। ଘଟଣାକୁ ନେଇ ଅଭିଯୁକ୍ତ ପୋଲିସ ଏଏସଆଇ ଗୋପାଳ ଦାସଙ୍କ ଓକିଲ ନରେଶ ନାୟକ ଦେଇଛନ୍ତି ବଡ଼ ସୂଚନା।

ସେ କହିଛନ୍ତି, ଏହା ଗୋଟିଏ ପ୍ରି ପ୍ଲାନିଂ ମର୍ଡର। ସେଦିନ ଗୋପାଳ ୩ଥର ବ୍ଲାଙ୍କ୍‌ ଫାୟାରିଂ କରିଥିଲେ। ବାଣ ଫୁଟିବା ଶଦ୍ଦ ହେବାରୁ ବ୍ଲାଙ୍କ ଫାୟାରିଂ କରିଥିଲେ। ଅନ୍ୟ କେହି ସ୍ନାଇପର ଦୂରରେ ଥାଇ ଗୁଳି କରିଥାଇପାରନ୍ତି। ନବଙ୍କ ସାର୍ଟ ମିଳି ନ ଥିବାରୁ ସନ୍ଦେହ ଦୃଢୀଭୂତ ହେଉଛି। ପୋଲିସ ଚାର୍ଜସିଟ୍‌ରେ ରକ୍ତଭିଜା ସାର୍ଟ ମିସିଂ ଥିବାରୁ ସନ୍ଦେହ ହେଉଛି। ଗୋପାଳଙ୍କ ଗୁଳିରେ ସୁଟ୍‌ ହୋଇନି। ଚାପରେ ପଡି ଗୋପାଳ ମାରିଥିବା କହିଛନ୍ତି।

ଅନ୍ୟପଟେ ହତ୍ୟା ଘଟଣାରେ ସିବିଆଇ ତଦନ୍ତ ନେଇ ଗୁରୁବାର ମୁହଁ ଖୋଲଥିଲେ ପୂର୍ବତନ ବିଧାୟିକା ଓ ନବଦାସଙ୍କ ଝିଅ ଦୀପାଳି ଦାସ ଓ ତାଙ୍କ ଭାଇ ବିଶାଳ ଦାସ। ବାସଭବନରେ ବୁଧବାର ସାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦୀପାଳି କହିଛନ୍ତି, ବର୍ତ୍ତମାନ ଭାଜପା ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ଭାଜପା ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri