ପିପିଲି ରାଜନୀତିରେ ନୂଆ ମୋଡ, ଜଣାପଡିଲା କାହିଁକି ରୁଦ୍ରଙ୍କ ସ୍ତ୍ରୀ କରିଛନ୍ତି ନାମାଙ୍କନ

ପୁରୀ,୮।୫: ନିର୍ବାଚନୀ ମଇଦାନରେ ସ୍ବାମୀ-ସ୍ତ୍ରୀ ଲଢେଇ। ଏପରି ଅନେକ ଘଟଣା ପୂର୍ବରୁ ସାମ୍ନାକୁ ଆସିିଥିବାବେଳେ ଏପରି ଘଟଣା ରାଜ୍ୟ ରାଜନୀତିରେ ହଟଚମଟ ସୃଷ୍ଟି କରିଛି। ପିପିଲି ବିଧାୟକ ରୁଦ୍ର ପ୍ରତାପ ମହାରଥୀଙ୍କ ସ୍ତ୍ରୀ ଜାଗୃତି ପଣ୍ଡା ମଇଦାନକୁ ଓହ୍ଲାଇଛନ୍ତି। ଆଉ ତା’ ବି ସ୍ବାମୀଙ୍କ ବିରୋଧରେ। ଅର୍ଥାତ୍‌ ଜାଗୃତି ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଯାହା ରାଜନୈତିକ ମହଲରେ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି। ରୁଦ୍ର ନିଜେ ବିଜେଡି ଟିକେଟ୍‌ରେ ପ୍ରାର୍ଥୀ ହୋଇଥିବାବେଳେ ଜାଗୃତି ସ୍ବାଧୀନ ଭାବେ ମଇଦାନକୁ ଓହ୍ଲାଇଛନ୍ତି। ତେବେ ଜାଗୃତି କାହିଁକି ସ୍ବାଧୀନ ପ୍ରାର୍ଥୀ ଭାବେ ସ୍ବାମୀଙ୍କ ବିରୋଧରେ ଲଢିବାକୁ ଚାହୁଁଛନ୍ତି, ସେ ନେଇ ମୁହଁ ଖୋଲିନାହାନ୍ତି। କହିରଖୁଛୁ କି, ରୁଦ୍ର ଗତ ୩ତାରିଖରେ ନାମାଙ୍କନ ଭରିଥିବାବେଳେ ଜାଗୃତି ମେ ୬ରେ ନାମାଙ୍କନ ଦାଖଲ କରିଛନ୍ତି।

ଜାଗୃତି ସୋମବାର ନାମାଙ୍କନ ପତ୍ର ଦାଖଲ କରିଥିଲେ। ମଙ୍ଗଳବାର ଏ କଥା ଜଣାପଡିବା ପରେ ଏହାକୁ ନେଇ ରାଜ୍ୟ ରାcଜନୀତିରେ ଜୋର ଚର୍ଚ୍ଚା ଚାଲିଛି। ତେବେ ଏହାର କାରଣ ଜଣାପଡି ନ ଥିବାବେଳେ ଏନେଇ ମୁହଁ ଖୋଲିଛନ୍ତି ରୁଦ୍ର। ସେ କହିଛନ୍ତି, ଜାଗୃତି ୯ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ। ରୁଦ୍ର ଆହୁରି କହିଛନ୍ତି, ଯଦି କୌଣସି କାରଣରୁ ପ୍ରାର୍ଥୀପତ୍ର ନାକଚ ହୋଇଯାଏ ତାହାକୁ ନଜରରେ ରଖି ସ୍ତ୍ରୀ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହା ପଛରେ ଅନ୍ୟ କୌଣସି କାରଣ ନାହିଁ। ପୂର୍ବରୁ ବାପା ପ୍ରଦୀପ ମହାରଥୀଙ୍କ ସମୟରେ ମଧ୍ୟ ଏପରି ହେଉଥିଲା। ଅନ୍ୟଜଣେ ଏପରି ପ୍ରାର୍ଥୀପତ୍ର ଦାଖଲ କରୁଥିଲେ ଏବଂ ପରେ ପ୍ରତ୍ୟାହାର କରି ନେଉଥିଲେ।

ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି କି, ଜାଗୃତି ରାଜନୀତିରେ ଆଗ୍ରହ ରଖୁଥିଲେ । ଉପନିର୍ବାଚନ ହେଉ କି ପଞ୍ଚାୟତ ନିର୍ବାଚନ, ପ୍ରଚାର ବେଳେ ସ୍ବାମୀଙ୍କ ସହ ବୁଲୁଥିଲେ। ତେବେ ଏଥର ନିର୍ବାଚନରେ ସେ ଲଢିବାକୁ ଚାହୁଁଥିବାବେଳେ ତାଙ୍କୁ କୌଣସି ଦଳରୁ ଟିକେଟ ନ ମିଳିବାରୁ ସେ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢିବାକୁ ନାମାଙ୍କନ ଭରିଛନ୍ତି। ଏନେଇ ସମ୍ପୂର୍ଣ୍ଣ ଚିତ୍ର ସାମ୍ନାକୁ ଆସି ନାହିଁ। କିନ୍ତୁ ରୁଦ୍ରଙ୍କ ଅନୁସାରେ ତାଙ୍କ ପ୍ରାର୍ଥୀପତ୍ର ନାକଚ ହୋଇଯିବାର ଆଶଙ୍କା ରହିଥିବାରୁ ତାଙ୍କ ସ୍ତ୍ରୀ ପ୍ରାର୍ଥୀପତ୍ର ଦାଖଲ କରିଥିବା ସେ ସ୍ପଷ୍ଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

ଉତ୍କଟ ହେବାକୁ ଯାଉଛି ଗ୍ୟାସ ସଙ୍କଟ, ୧୪.୨ କିଲୋଗ୍ରାମ ସିଲିଣ୍ଡରରେ ଆଗକୁ ମିଳିବ ମାତ୍ର ଏତିକି କିଲୋ ଗ୍ୟାସ! ପ୍ରସ୍ତୁତ ହେଲାଣି ‘ପ୍ଲାନ ବି’

ନୂଆଦିଲ୍ଲୀ,୨୩।୩: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ହେତୁ ହର୍ମୁଜ ପ୍ରଣାଳୀ ଅବରୋଧ ହେବା ଯୋଗୁ ଭାରତର ତୈଳ ଏବଂ ଗ୍ୟାସ ଯୋଗାଣ ଗୁରୁତର ଭାବରେ ବାଧାପ୍ରାପ୍ତ…

ଭାଜପାରେ ଯୋଗଦେବେ କି ରାଘବ ଚଢା: ସବୁ ଖୋଲି କହିଦେଲେ ସଂଜୟ ସିଂହ

ନୂଆଦିଲ୍ଲୀ,୨୩।୩: ଆମ ଆଦମୀ ପାର୍ଟି (ଆପ)ର ଏମ୍‌ପି ରାଘବ ଚଢା ଦଳ ଛାଡ଼ିବେ ବୋଲି ଜୋରସୋରରେ ଚର୍ଚ୍ଚା ଛାଲିଛି। ଦଳୀୟ କାର୍ଯ୍ୟକ୍ରମଗୁଡ଼ିକରେ ତାଙ୍କର ଦୀର୍ଘ ଅନୁପସ୍ଥିତି, ମଦ…

ବିବାଦୀୟ ସ୍ଥାନରେ ବାସନ୍ତୀ ପୂଜା ବନ୍ଦ:୧୬୩ ଧାରା ଜାରିକଲେ ପ୍ରଶାସନ,ଅଶାନ୍ତ ହେଉଛି…             

ଭୋଗରାଇ, ୩।୪ ( ପ୍ରଦୀପ ଦାସ ): ରାତି ପାହିଲେ ମଧୁ ପାର୍ବଣ । ମା ବାସନ୍ତୀ ଦେବୀଙ୍କ ଷଷ୍ଠୀ  ପୂଜା । ସବୁଠି ମାଙ୍କ ଆରାଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri