ଛାତ୍ରୀ ଗଣବଳାତ୍କାର ମାମଲାର ନୂଆ ମୋଡ଼: ସ୍କୁଲରେ ଯାଞ୍ଚ କଲେ ୩ ଜଣିଆ ଟିମ୍‌

ରାଜକନିକା,୨୩ା୨(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳର ଏକ ସ୍କୁଲର ଜଣେ ୧୩ ବର୍ଷିଆ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା ଦିନକୁ ଦିନ ନୂଆ ମୋଡ଼ ନେବାରେ ଲାଗିଛି। ସୋମବାର ଜିଲା ଉପଶିକ୍ଷା ଅଧିକାରୀ ଶୁଭସ୍ମିତା ତ୍ରିପାଠୀ, ଦିପ୍ତୀ ନାୟକ ଓ ରାଜକନିକା ମଣ୍ଡଳ ଶିକ୍ଷା ଅଧିକାରୀ ରତିକାନ୍ତ ସେନାପତି ସମ୍ପୃକ୍ତ ସ୍କୁଲରେ ପହଞ୍ଚି ବିଭିନ୍ନ ଦିଗକୁ ନେଇ ଯାଞ୍ଚ କରି ଫେରି ଆସିଥିବା ଜଣାପଡିଛି।

ସୂଚନାଯୋଗ୍ୟ, ସ୍କୁଲର ଜଣେ ଛାତ୍ରୀଙ୍କୁ ସ୍କୁଲର ୩ ଶିକ୍ଷକ, ଜଣେ ପିଅନ ଓ ସେମାନଙ୍କୁ ଜଣେ ଶିକ୍ଷୟିତ୍ରୀଙ୍କ ସହଯୋଗରେ ଗଣବଳାତ୍କାର ଅଭିଯୋଗ ନେଇ ଶନିବାର ଜଣାପଡ଼ିଥିଲା। ପରେ ସମ୍ପୃକ୍ତ ସ୍କୁଲରେ ପୋଲିସ ପହଞ୍ଚି ସନ୍ଦେହରେ ୫ ଜଣଙ୍କୁ ଥାନାକୁ ଉଠାଇ ଆଣିଥିଲା। ରବିବାର ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଅନ୍ୟପକ୍ଷେ ସ୍କୁଲକୁ ବଦନାମ କରିବାକୁ ଏପରି ମସୁଧା ହୋଇଥିବା ନେଇ ରବିବାର ଅଭିଭାବକମାନେ ଥାନା ଘେରାଉ କରିଥିଲେ। ଅଭିଯୁକ୍ତମାନଙ୍କୁ ନିର୍ଦ୍ଦୋଷ ବୋଲି ଦାବି କରି ସେମାନଙ୍କୁ ଛାଡି ଦିଆଯାଉ ବୋଲି ଦାବି କରିଥିଲେ।

ଘଟଣାସ୍ଥଳରେ ପଟ୍ଟାମୁଣ୍ଡାଇ ଏସ୍‌ଡିପିଓ ସୁଶାନ୍ତ ପାତ୍ର ପହଞ୍ଚି ଆନ୍ଦୋଳନକାରୀମାନଙ୍କୁ ବୁଝାଶୁଝା ସହ ଆଇନକୁ ହାତକୁ ନ ନେବାକୁ ପରାମର୍ଶ ଦେବା ସହ ତଦନ୍ତରେ ସହଯୋଗ କରିବାକୁ କହିବାରୁ ଘେରାଉ ହଟିଥିଲା।

ଅନ୍ୟପକ୍ଷେ ରବିବାର ସାଇଣ୍ଟିଫିକ ଟିମ୍‌ ସମ୍ପୃକ୍ତ ସ୍କୁଲକୁ ଯାଇ ତଦନ୍ତ କରି ଫେରିଥିଲେ। ଏହି ମାମଲା ସମ୍ବେଦନଶୀଳ ହୋଇଥିବାରୁ ଏହାକୁ ରେଡଫ୍ଲାଗ ଘୋଷଣା କରାଯାଇ କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର କରାଯାଇଛି। ଗତ ୩ ଦିନ ଧରି ରାଜ୍ୟରେ ଏହି ସ୍ପର୍ଷକାତର ଘଟଣା ହଟଚମଟ ସୃଷ୍ଟି କରିଛି। ଏହି ଘଟଣା ଏବେ ଜାତୀୟ ଗଣମାଧ୍ୟମରେ ପ୍ରସାରିତ ହେବା ଏବଂ ରେଡଫ୍ଲାଗ ଘୋଷଣା ପରେ ୬୦ ଦିନ ପରେ ଘଟଣାର ଚାର୍ଜସିଟ ଦାଖଲ ହେବ ବୋଲି ଜଣାପଡିଛି।

କଂଗ୍ରେସ ଓ ବିଜେଡିର ଘଟଣାକୁ ନିନ୍ଦା କରି ଦୋଷୀଙ୍କୁ କଠୋର ଦଣ୍ଡ ବିଧାନ ପାଇଁ ଦାବି କରିଥିବା ବେଳେ ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ଅଭିଯୋଗ କରିଛନ୍ତି। ବଳାତ୍କାର, ନାବାଳିକା ଯୌନ ନିର୍ଯାତନା ଭଳି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଇ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନା ଫର୍ମ? କାହିଁକି ସଂନ୍ୟାସ ନେବାକୁ ଚାହୁଁନାହାନ୍ତି ରୋହିତ, ଶାମି-ଭୁବନେଶ୍ୱର; ସାମ୍ନାକୁ ଆସିଲା ଚାଞ୍ଚଲ୍ୟକର ଦାବି!

ନୂଆଦିଲ୍ଲୀ,୨।୯: ଭାରତୀୟ କ୍ରିକେଟ୍‌ର ଅଭିଜ୍ଞ ଖେଳାଳି ରୋହିତ ଶର୍ମା, ମହମ୍ମଦ ଶାମି ଓ ଭୁବନେଶ୍ୱର କୁମାରଙ୍କ କ୍ୟାରିୟର ଶେଷ ହେବାକୁ ଯାଉଛି ଏବଂ ଚୟନକର୍ତ୍ତାମାନେ ସେମାନଙ୍କଠାରୁ ଆଗକୁ…

ଭ୍ୟାନ୍‌ରେ ଆସି ପୋଷା କୁକୁରକୁ ଲୁହାଛଡ଼ରେ ଆକ୍ରମଣ କରି ଚୋରି ଘଟଣାର ପର୍ଦ୍ଦାଫାଶ: ସିସିଟିଭି ଫୁଟେଜ୍‌ରୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ନୀଳମାଧବ ମିଶ୍ରଙ୍କ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ ମରାମତି ଦୋକାନରୁ ହୋଇଥିବା ଚୋରି ଘଟଣାର ପର୍ଦ୍ଦାଫାଶ…

ICCର ବଡ଼ ଘୋଷଣା; ଭାରତରେ ହେବ ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫି! ଏହି ୨ ସହରରେ ଖେଳାଯିବ ମ୍ୟାଚ୍

ନୂଆଦିଲ୍ଲୀ,୨।୯: ମହିଳା କ୍ରିକେଟ୍‌କୁ ନେଇ ICC ବଡ଼ ଘୋଷଣା କରିଛି । ପ୍ରଥମ ମହିଳା ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରିବ ଭାରତ । ପୂର୍ବରୁ ଏହି ଟୁର୍ଣ୍ଣାମେଣ୍ଟ…

ସୁନା ଦେଇ ଟଙ୍କା ନେଲେ, ମୂଳଧନ ଫେରାଇ ମାଗିବାରୁ ମିଳିଲାନି ଅଳଙ୍କାର: ୭୧ ବର୍ଷୀୟ ବୃଦ୍ଧଙ୍କ ଅଭିଯୋଗ ପରେ…

ପାରଳାଖେମୁଣ୍ଡି,୨ା୯(ଗିରିଧାରୀ ପରିଛା): ସୁନା ଅଳଙ୍କାର ବନ୍ଧକ ରଖି ୫ ଲକ୍ଷ ଟଙ୍କା ଋଣ ନେବା ପରେ, ସୁଧ ଓ ମୂଳଧନ ଟଙ୍କା ଫେରସ୍ତ କରିବାରୁ ଅଳଙ୍କାର ଫେରାଇବାକୁ…

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକା ପତ୍ନୀଙ୍କ ସହ ସମ୍ପର୍କ…

ଥିରୁଭାନନ୍ତପୁରମ,୨।୯: ନାବାଳିକାଙ୍କ ସୁରକ୍ଷା ମାମଲାରେ କେରଳ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଆଇନ ଓ ଶିଶୁଙ୍କ ସୁରକ୍ଷାଠାରୁ କୌଣସି ଧାର୍ମିକ…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri