Posted inଖେଳ

ସୂର୍ଯ୍ୟକୁମାର ବିବାଦରେ ନୂଆମୋଡ଼: ୧୦୦ କୋଟି ଟଙ୍କାର ମାନହାନି ମାମଲା ରୁଜ୍ଜୁ

ନୂଆଦିଲ୍ଲୀ,୧୬।୧: ଭାରତୀୟ କ୍ରିକେଟ ଦଳର ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିଷୟରେ ଦିଆଯାଇଥିବା ଏକ ବୟାନ ଅଭିନେତ୍ରୀ ଖୁସି ମୁଖାର୍ଜୀଙ୍କ ପାଇଁ ବଡ଼ ସମସ୍ୟା ସୃଷ୍ଟି କରିଛି। ତାଙ୍କ ସାକ୍ଷାତକାର ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଏହି ମାମଲା ଏବେ ଆଇନଗତ ଲଢ଼େଇ ପର୍ଯ୍ୟନ୍ତ ଯାଇଛି। ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଫୈଜାନ ଅନସାରୀ ଖୁସି ମୁଖାର୍ଜୀଙ୍କ ବିରୋଧରେ ୧୦୦ କୋଟିର ମାନହାନି ମକଦ୍ଦମା ଦାୟର କରିଛନ୍ତି।
ଖୁସି ମୁଖାର୍ଜୀ ଏକ ସାକ୍ଷାତକାରରେ ଦାବି କରିଥିଲେ ଯେ, ସୂର୍ଯ୍ୟକୁମାର ଯାଦବ ତାଙ୍କୁ ବାରମ୍ବାର ମେସେଜ କରିଥିଲେ। ଯଦିଓ ସେ ମାନିଥିଲେ, ସୂର୍ଯ୍ୟକୁମାରଙ୍କ ମଧ୍ୟରେ କେବେ ବି ବ୍ୟକ୍ତିଗତ କିମ୍ବା ପ୍ରେମ ସମ୍ପର୍କ ନ ଥିଲା। ଏହି ବୟାନ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଥିଲା ଏବଂ କ୍ରିକେଟ ପ୍ରଶଂସକମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ।

ମୁମ୍ବାଇର ଜଣେ ବାସିନ୍ଦା ଫୈଜାନ ଅନସାରୀ ଗାଜିପୁର ପୋଲିସ ଷ୍ଟେଶନରେ ଏକ ଲିଖିତ ଅଭିଯୋଗ ଦାଖଲ କରିଛନ୍ତି। ଅନସାରୀ କହିଛନ୍ତି ଯେ, ଖୁସି ମୁଖାର୍ଜୀଙ୍କ ଅଭିଯୋଗ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଜଣେ ଅନ୍ତର୍ଜାତୀୟ କ୍ରିକେଟରଙ୍କ ପ୍ରତିଛବିକୁ କ୍ଷତି ପହଞ୍ଚାଇଛି। ସେ ଦାବି କରିଛନ୍ତିଏପରି ବୟାନ କେବଳ ପ୍ରଚାର ପାଇଁ ଦିଆଯାଇଥିଲା।

ଅନସାରୀ କହିଛନ୍ତି ଯେ, ଅଭିଯୋଗ ଦାୟର କରିବା ପାଇଁ ସେ ବ୍ୟକ୍ତିଗତ ଭାବରେ ମୁମ୍ବାଇରୁ ଗାଜିପୁର ଯାତ୍ରା କରିଥିଲେ। ସେ କହିଛନ୍ତି, ଏପରି ଅଭିଯୋଗ ଜଣେ ଖେଳାଳିଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ପ୍ରତିଛବିକୁ ପ୍ରଭାବିତ କରେ ଏବଂ କୌଣସି ପରିସ୍ଥିତିରେ ଗ୍ରହଣ କରାଯାଇପାରିବ ନାହିଁ।

ଗଣମାଧ୍ୟମ ସହିତ କଥାବାର୍ତ୍ତା କରି ଫୈଜାନ ଅନସାରୀ କହିଛନ୍ତି, ସେ ଏହି ମାମଲାରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଚାହୁଁଛନ୍ତି। ତାଙ୍କ ଅନୁସାରେ, ଖୁସି ମୁଖାର୍ଜୀଙ୍କ ବିରୋଧରେ ଗମ୍ଭୀର ଧାରା ଅନୁଯାୟୀ ଏକ ଏଫଆଇଆର ରୁଜୁ କରାଯିବା ଉଚିତ। ଯଦି ଅଭିଯୋଗ ପ୍ରମାଣିତ ନ ହୁଏ, ତେବେ ଦୋଷୀମାନଙ୍କୁ କଠୋର ଦଣ୍ଡ ଦିଆଯିବା ଉଚିତ। ଏହା କେବଳ ସୂର୍ଯ୍ୟକୁମାର ଯାଦବଙ୍କ ପ୍ରତିଷ୍ଠାର ପ୍ରଶ୍ନ ନୁହେଁ, ବରଂ ସାରା ଦେଶର ଜଣେ ସମ୍ମାନିତ ଖେଳାଳିଙ୍କର।

ଫୈଜାନ ଅନସାରୀ ସ୍ପଷ୍ଟ କରିଛନ୍ତି ଯେ, ସେ ଅଭିନେତ୍ରୀଙ୍କ ବିରୋଧରେ ୧୦୦ କୋଟି ଟଙ୍କାର ମାନହାନି ମକଦ୍ଦମା ଦାୟର କରିଛନ୍ତି। ଯଦି ଖୁସି ମୁଖାର୍ଜୀ ପ୍ରମାଣ ସହିତ ତାଙ୍କ ଦାବିକୁ ପ୍ରମାଣ କରନ୍ତି, ତେବେ ସେ ସାର୍ବଜନୀନ ଭାବରେ କ୍ଷମା ମାଗିବାକୁ ପ୍ରସ୍ତୁତ। ତଥାପି, ଯେପର୍ଯ୍ୟନ୍ତ ଏହା ନ ହୁଏ, ସେ ପଛକୁ ହଟିବେ ନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri