ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା । ଏହି ଖବର ସାରା ରାଜ୍ୟରେ ଚର୍ଚ୍ଚିତ ହୋଇଥିଲା। ତାଙ୍କ ନାଁରେ ଗୋଳନ୍ଥରା ଥାନାରେ ୪ଟି ମାମଲା ଓ ବୈଦ୍ୟନାଥପୁର ଥାନାରେ ଗୋଟିଏ ମାମଲା ରୁଜୁ ହୋଇଥିଲା । ଏହି ମାମଲାଗୁଡ଼ିକର କ୍ରାଇମବ୍ରାଞ୍ଚ ତଦନ୍ତ କରାଯାଇ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରାଯିବା ସହ ଜେଲ ଯିବାକୁ ପଡିଥିଲା ।

ଏହି ମାମଲାର ବିଚାର ବ୍ରହ୍ମପୁର ସ୍ଥିତ ସ୍ବତନ୍ତ୍ର ଜେଏମ୍‌ଏଫ୍‌ସି କୋର୍ଟରେ ଚାଲୁଛି । ଏବେ ଏହି ମାମଲା ପୁଣିଥରେ ଚର୍ଚ୍ଚାକୁ ଆସିଛି। ତାଙ୍କ ବିରୋଧରେ ହୋଇଥିବା ୫ ମାମଲା ମଧ୍ୟରୁ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିବା ସମସ୍ତ ୪ ଅଭିଯୋଗକାରୀ ନିଜ ମାମଲାରୁ ଓହରିଯିବାକୁ କୋର୍ଟରେ ଶନିବାର ସତ୍ୟପାଠ ଦାଖଲ କରିଛନ୍ତି । ଏହି ଅଭିଯୋଗକାରୀମାନେ ବ୍ୟକ୍ତିଗତ କାରଣରୁ ଯଥା ପୂର୍ବ ଭୁଲ ବୁଝାମଣା, ଭୁଲ ରାଜନୈତିକ ବୁଝାମଣା ଓ ସ୍ବାସ୍ଥ୍ୟ ସମସ୍ୟାରୁ ମାମଲା ଲଢିବାକୁ ଚାହୁଁନଥିବା ନିଜ ଓକିଲ ଶିଶିର କୁମାର ପାଢୀ ଓ ପୀତବାସ ପଣ୍ଡାଙ୍କ ଜରିଆରେ କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ।

ଗୋଳନ୍ଥରା ଥାନା ଅନ୍ତର୍ଗତ ଚିକରଡାର ପ୍ରଶାନ୍ତ କରଙ୍କ ଭାଇ ପାଇଁ ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ପ୍ରଦୀପ ପାଣିଗ୍ରାହୀ ୩ ଲକ୍ଷ ଟଙ୍କା ନେଇଥିବା ପ୍ରଶାନ୍ତ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ । ସେହିପରି କେଲୁଆପଲ୍ଲୀର ପ୍ରଭାତ କୁମାର ନାୟକଙ୍କ ଭାଇଙ୍କୁ ଚାକିରି ଦେବାକୁ କହି ପ୍ରଦୀପ ୫ ଲକ୍ଷ ନେଇଥିବା ଅଭିଯୋଗ ହୋଇଥିଲା। ଗୁଣୁପୁର ବଡସାହିର ଲକ୍ଷ୍ମୀନାରାୟଣ ନାୟକ ଓ ମାଝିଗାଁର ବି. ଶିବ ପାତ୍ରଙ୍କଠାରୁ ମଧ୍ୟ ପ୍ରଦୀପ ଚାକିରି କରାଇଦେବାକୁ କହି ଯଥାକ୍ରମରେ ୬ ଲକ୍ଷ ଓ ୪ ଲକ୍ଷ ଟଙ୍କା ନେଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ବିଚାର ବେଳେ ପ୍ରଦୀପ ବିଭିନ୍ନ ସମୟରେ କୋର୍ଟରେ ହାଜର ହେବା ସହ ତାଙ୍କ ନାମରେ ଚାର୍ଜଫ୍ରେମ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?