ଛାତ୍ରୀଙ୍କୁ ଅସଦାଚରଣ କରିବା ମାମଲାରେ ନୂଆମୋଡ଼: ଥାନାରେ ଏତଲା ଦେଲେ ପ୍ରଧାନଶିକ୍ଷକଙ୍କ ସ୍ତ୍ରୀ, ନ୍ୟାୟ ନ ମିଳିଲେ…

ଭବାନୀପାଟଣା/ ଜୁନାଗଡ, ୪ ।୯ (ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅନ୍ତର୍ଗତ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ତୁଲେନ୍ଦ୍ର ମେହେର ସ୍ଥାନୀୟ ସ୍କୁଲର ଛାତ୍ରୀଙ୍କୁ ଅସଦାଚରଣ କରିବା ମାମଲାରେ ବୁଧବାର ଜୁନାଗଡ଼ ପୋଲିସ ପୋକ୍‌ସୋ ଆକ୍ଟରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏପଟେ ପ୍ରଧାନଶିକ୍ଷକ ମେହେରଙ୍କ ଗିରଫ ପରେ ସ୍ଥାନୀୟ ଶିକ୍ଷା ବିଭାଗ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିଲମ୍ବିତ କରିଥିଲା। ଗୁରୁବାର ଏହି ଘଟଣାର ନୂଆମୋଡ଼ ଦେଖିବାକୁ ମିଳିଛି । ପ୍ରଧାନଶିକ୍ଷକ ମେହେରଙ୍କ ସ୍ତ୍ରୀ ସୁମିତ୍ରା ମେହେର ତାଙ୍କ ସ୍ବାମୀଙ୍କୁ ମିଥ୍ୟା ଅଭିଯୋଗରେ ଫସାଯାଇଥିବା ନେଇ ଜୁନାଗଡ଼ ଥାନାରେ ଏକ ଏତଲା ଦେଇଛନ୍ତି। ଏହି ଏତଲାରେ ସେ ସ୍କୁଲର ୩ ଜଣ ସହକାରୀ ଶିକ୍ଷକ ଯିଶୁ ଗୋପାଳ, ସାମନ୍ତ ମେହେର ଓ ଓମ ମେହେର ମିଶି ସ୍କୁଲର ଛୋଟ
ଛୋଟ ଝିଅମାନଙ୍କ ମାଧ୍ୟମରେ ଉପରୋକ୍ତ ମିଥ୍ୟା ଅଭିଯୋଗ ଆଣି ମୋ ସ୍ବାମୀଙ୍କୁ ଫସାଇଥିବା ସେ ଅଭିଯୋଗ ଆଣିଛନ୍ତି । ସହକାରୀ ଶିକ୍ଷକ ଯିଶୁ ଗୋପାଲ ସ୍କୁଲର ଜଣେ ଶିକ୍ଷୟତ୍ରୀଙ୍କ ସହ ଖରାପ ସମ୍ପର୍କ ଥିବା ଜାଣି ମୋ ସ୍ବାମୀ ଶିକ୍ଷା ବିଭାଗକୁ ଜଣାଇ ଉକ୍ତ ଶିକ୍ଷୟିତ୍ରୀଙ୍କୁ ଅନ୍ୟତ୍ର ସ୍କୁଲକୁ ବଦଳି
କରି ଦେଇଥିଲେ । ଯାହାର ବ୍ୟକ୍ତିଗତ ରାଗ ରଖି ସହକାରୀ ଶିକ୍ଷକ ଗୋପାଲ ଓ ଅନ୍ୟ ୨ ଶିକ୍ଷକ ମିଶି ମୋ ସ୍ବାମୀଙ୍କୁ କର୍ମ କ୍ଷେତ୍ରରେ ମାନସିକ ନିର୍ଯାତନା ଦେବା ସହ ଫସାଇବାକୁ ଚେଷ୍ଟା କରୁଥିଲେ। ଗତ ୨୫
ତାରିଖ ସ୍କୁଲର ଝିଅଙ୍କୁ ମୋ ସ୍ବାମୀ ଅସଦାଚରଣ କରିବା ନେଇ ଜୁନାଗଡ଼ ବିଇଓଙ୍କୁ ଡାକ ମାଧ୍ୟମରେ ଅଭିଯୋଗ କରିଥିଲେ । ସେହିପରି ମଙ୍ଗଳବାର ଗ୍ରାମର କେତେକ ବ୍ୟକ୍ତିଙ୍କୁ ଧରି ସେମାନେ ମୋ ସ୍ବାମୀଙ୍କୁ ସ୍କୁଲରେ ମରଣାନ୍ତକ ଆକ୍ରମଣ କରିଥିଲେ । ଏହାସହ ସମ୍ମାନହାନୀ କରିବା ପାଇଁ ତାଙ୍କୁ ଚପଲ ମାଳ ମଧ୍ୟ ପିନ୍ଧାଇ
ଅସଦାରଣ କରିଥିଲେ । ତେଣୁ ଏହି ଘଟଣାର ତଦନ୍ତ କରି ଉପରୋକ୍ତ ସହକାରୀ ଶିକ୍ଷକ ଓ ସାମିଲ ଥିବା ଗ୍ରାମର କିଛି ବ୍ୟକ୍ତିଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଦାବି କରିଛନ୍ତି । ସେହିପରି ପୋଲିସ
ଉପଯୁକ୍ତ ନ୍ୟାୟ ଦେଇ ନ ପାରିଲେ ଆତ୍ମହତ୍ୟା କରିବାକୁ ବାଧ୍ୟହେବି ବୋଲି ସେ ଚେତାବନୀ ଦେଇଛନ୍ତି । ସୁମିତ୍ରାଙ୍କ ଅଭିଯୋଗ ପରେ ଜୁନାଗଡ଼ ପୋଲିସ ଉପରୋକ୍ତ ୩ ଶିକ୍ଷକ ସମେତ ସମୁଦାୟ ୬ ଜଣଙ୍କ ନାମରେ ଏକ ମାମଳା ନଂ (୫୮୦/୨୫ ) ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଏ ନେଇ ଜୁନାଗଡ଼ ଆଇଆଇସି ଶେଷରେ ବେହେରାଙ୍କୁ ପଚାରିବାରୁ ଘଟଣାର ତଦନ୍ତ ଚାଲିଛି ବୋଲି କହିଥିଲେ। ସେହିପରି ଏହି ଘଟଣାକୁ ନେଇ ଜୁନାଗଡ଼ ବିଇଓଙ୍କ ପଚାରିବାରୁ ଥାନାରୁ ଉକ୍ତ ଶିକ୍ଷକଙ୍କ ନାମରେ ଲିଖିତ ଅଭିଯୋଗ ପତ୍ର ଆସିବା ପରେ କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Budget 2026: ବଜେଟ ଭାଷଣରେ ଆସୁଥିବା କଷ୍ଟକର ଶବ୍ଦର ସରଳ ଅର୍ଥ ଜାଣନ୍ତିକି? ବୁଝନ୍ତୁ…

ନୂଆଦିଲ୍ଲୀ,୩୧।୧: ୧ ଫେବୃଆରୀ, ୨୦୨୬ ରେ ଉପସ୍ଥାପିତ ହେବାକୁ ଥିବା କେନ୍ଦ୍ରୀୟ Budget କେବଳ ଦେଶର ଅର୍ଥନୈତିକ ଦିଗ ନିର୍ଣ୍ଣୟ କରିବ ନାହିଁ ବରଂ ସାଧାରଣ ଲୋକଙ୍କ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri