କନ୍‌ଷ୍ଟେବଲ ପୋଡ଼ିହେବା ଘଟଣାର ନୂଆଁମୋଡ଼

ବ୍ରହ୍ମପୁର,୮ା୬(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ଅଧୀନ ବିଜିପୁର ସୁନ୍ଦରନଗର ପୋଲିସ କଲୋନିରେ କନ୍‌ଷ୍ଟେବଲ ଆଶୁତୋଷ ମୃଦଙ୍ଗିଆ ପୋଡ଼ି ହେବା ଘଟଣାରେ ତାଙ୍କ କନ୍‌ଷ୍ଟେବଲ ସ୍ତ୍ରୀ ଓ ଶାଳକଙ୍କ ନାଁରେ ହତ୍ୟା ଉଦ୍ୟମ ମାମଲା ରୁଜୁ ହୋଇଛି।

ଗତ ୫ ତାରିଖ ରାତି ସାଢ଼େ ୯ଟାରେ କ୍ୱାର୍ଟର୍ସ ଆଗରେ ଆଶୁତୋଷଙ୍କ ଦେହରେ ନିଆଁ ଲାଗିଥିବା ଦେଖାଯାଇଥିଲା। ଭାଇଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ହତ୍ୟା ଉଦ୍ୟମ କରାଯାଇଛି ବୋଲି ଆଶୁତୋଷଙ୍କ ଭଉଣୀ ନିବେଦିତା ଟାଉନ ଥାନାରେ ଅଭିଯୋଗ କରିଥିଲେ।

ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ହତ୍ୟା ଉଦ୍ୟମ ମାମଲା ମାମଲା(ନଂ.୨୪୭/୨୬) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ମାଜିଷ୍ଟ୍ରେଟ ଓ ଡାକ୍ତରଙ୍କ ଉପସ୍ଥିତିରେ ମୃତ୍ୟୁ ସହ ସଂଘର୍ଷ କରୁଥିବା ଆଶୁତୋଷଙ୍କ ବୟାନ ପୋଲିସ ରେକର୍ଡ କରିଛି। ଘଟଣାର ସମସ୍ତ ପାରିପାର୍ଶ୍ୱିକ ଦିଗକୁ ନେଇ ସାଇଣ୍ଟିଫିକ ପଦ୍ଧତିରେ ତଦନ୍ତ ଜାରି ରହଥିବା ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌. ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି।

ବ୍ରହ୍ମପୁର ଏସ୍‌ଡିପିଓ ଘଟଣାର ସୁପରଭିଜନ କରୁଛନ୍ତି। ପୋଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରୁ ଦରପୋଡ଼ା ବୋତଲ, ଦିଆସିଲ, ଆଶୁତୋଷଙ୍କ ମୋବାଇଲ ଫୋନ୍‌ ଓ ବାଇକ ଜବତ କରି ସେ ଦିଗରେ ତଦନ୍ତ କରୁଛି। ସେଠାରୁ ଫିଙ୍ଗରପ୍ରିଣ୍ଟ ମଧ୍ୟ ସଂଗ୍ରହ କରାଯାଇଛି। ପେଟ୍ରୋଲ କିଏ ନେଇଥିଲା, କନ୍‌ଷ୍ଟେବଲଙ୍କ ଦେହରେ ନିଆଁ କିପରି ଲାଗିଥିଲା ତାହା ଜାଣିବା ପାଇଁ ସିସିଟିଭି ଯାଞ୍ଚ କରାଯାଉଛି।

ସନ୍ଧ୍ୟା ନାୟକ ରହୁଥିବା ଘରର ପଡ଼ୋଶୀ ଓ ଉକ୍ତ କଲୋନିରେ ରହୁଥିବା ପୋଲିସ କର୍ମଚାରୀ ଓ ତାଙ୍କ ପରିବାର ଲୋକଙ୍କ ପୃଥକ ଭାବେ ବୟାନ ରେକର୍ଡ କରାଯାଇଛି। ସନ୍ଧ୍ୟା ନାୟକ ଓ ତାଙ୍କ ଭାଇ ଟାଉନ ଥାନାରେ ହାଜର ହୋଇ ନିଜର ବୟାନ ଦେଇଛନ୍ତି। ବୟାନର ସତ୍ୟତାକୁ ତଦନ୍ତ କରାଯାଉଛି। ଆବଶ୍ୟକ ପଡ଼ିଲେ କ୍ରାଇମବ୍ରାଞ୍ଚର ସହାୟତା ନିଆଯିବ ବୋଲି ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଆରଟିଆଇ (RTI) ର ବଡ଼ ତଥ୍ୟ, ୭ ବର୍ଷରେ ପ୍ରଧାନମନ୍ତ୍ରୀଙ୍କ ମେକଅପ ପାଇଁ ଖର୍ଚ୍ଚ ହୋଇଛି ଏତିକି କୋଟି ଟଙ୍କା

ଜେରୁଜେଲମ,୧୨।୯: ଇସ୍ରାଏଲରେ, ୨୦୧୯ ମସିହାରୁ ଅଗଷ୍ଟ ୨୦୨୬ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କେଶ ସଜ୍ଜା (hairstyling) ଏବଂ ମେକଅପ ପାଇଁ ପ୍ରାୟ ୪,୭୦,୦୦୦ ଡଲାର (ପାଖାପାଖି ୪ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?