ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା ଜଣାପଡିଛି। ଏହି ଘଟଣାର ପର୍ଦ୍ଦାଫାଶ କଲା ଜିଆରପି। ଶିଶୁ ପୁତ୍ରକୁ ଚୋରି କରି ପ୍ରଥମ ସ୍ତ୍ରୀକୁ ଦେଇଥିଲେ ବାପା। ଅଭିଯୁକ୍ତ ବାପାଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି।

ସୂଚନାଯୋଗ୍ୟ, ନୟାଗଡ଼ ଜିଲା ରଣପୁର ଥାନା ଅଧୀନ କଳାମାଟିଆ ଗ୍ରାମର ପ୍ରଶାନ୍ତ ପ୍ରଧାନ, ସ୍ତ୍ରୀ ଚିନୁଲତା ପରିଡ଼ା ଓ ତାଙ୍କ ୪ମାସର ଶିଶୁପୁତ୍ର ଟ୍ରେନ ଯୋଗେ ତାମିଲନାଡୁ ଯିବାର ଥିଲା। ତେଣୁ ସେମାନେ ପ୍ରଥମେ କାଳୁପଡ଼ାଘାଟ ଷ୍ଟେଶନରେ ପହଞ୍ଚି ଡିଏମ୍‌ୟୁ ଟ୍ରେନ ଯୋଗେ ମଙ୍ଗଳବାର ରାତିରେ ନିରାକାରପୁର ଷ୍ଟେଶନକୁ ଆସିଥିଲେ। ବୁଧବାର ସକାଳେ ସେମାନେ ଟ୍ରେନ ଯୋଗେ ତାମିଲନାଡୁ ଯାଇଥାନ୍ତେ। ପ୍ରଶାନ୍ତ, ଚିନୁଲତା ଓ ଶିଶୁପୁତ୍ର ନିରାକାରପୁର ଷ୍ଟେଶନର ୩ ନମ୍ବର ପ୍ଲାଟ୍‌ଫର୍ମରେ ଥିବା ପାଦଚଲା ଶିିଡ଼ି ତଳେ ବିଶ୍ରାମ ନେଉଥିବାବେଳେ ସେମାନଙ୍କୁ ନିଦ ଲାଗିଯାଇଥିଲା। ସେହି ସୁଯୋଗରେ ମା’ ପାଖରୁ ଶିଶୁପୁତ୍ରକୁ କୌଣସି ଦୁର୍ବୃତ୍ତ ଚୋରାଇ ନେଇଯାଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଏକ ମାମଲା (ନଂ. ୩୧/୨୬) ରୁଜୁ କରି ରେଳଷ୍ଟେଶନ ସଂଲଗ୍ନ ଅଞ୍ଚଳରେ ଲାଗିଥିବା ସିସିଟିଭିଗୁଡ଼ିକର ଫୁଟେଜ୍‌ ଯାଞ୍ଚ ସହ ତଦନ୍ତ ଜାରି ରଖିଥିଲା।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri