ଖୁବ୍‌ଶୀଘ୍ର ନୂଆ ଅବକାରୀ ନୀତି:ବିଷାକ୍ତ ମଦ କାରବାର ରୋକିବାକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨ (ଅନୁରାଧା ମହାରଣା):ରାଜ୍ୟରେ ନୂଆ ଅବକାରୀ ନୀତି ୨୦୨୫-୨୬ ଖୁବ୍‌ଶୀଘ୍ର ପ୍ରସ୍ତୁତ ହେବ। ଏନେଇ ଫର୍ଚ୍ୟୁନ୍‌ ଟାଓ୍ବାରସ୍ଥିତ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅବକାରୀ ବିଭାଗ କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିଷାକ୍ତ ମଦ୍ୟପାନଜନିତ ମୃତ୍ୟୁ କିମ୍ବା ଅସୁସ୍ଥତାକୁ ସରକାର କୌଣସି ପରିସ୍ଥିତିରେ ଗ୍ରହଣ କରି ପାରିବେ ନାହିଁ। ଏହିଭଳି ବେଆଇନ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିସମୂହଙ୍କୁ କଡ଼ା ଦଣ୍ଡବିଧାନ ଲାଗି ରାଜ୍ୟ ସରକାର ପ୍ରାଥମିକତା ଦେଉଥିବା ବୈଠକରେ ମତ ପ୍ରକାଶ ପାଇଛି। ବୈଠକରେ ଅନ୍ତର୍ଜାତୀୟ ସ୍ପିରିଟ୍‌ ଆଣ୍ଡ୍‌ ଓ୍ବାଇନ୍‌ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆର ପ୍ରତିନିଧି ମଣ୍ଡଳି, ମଦ ପ୍ରସ୍ତୁତି ସଂଘର ସିଇଓ, ବିଦେଶୀ ମଦ ବିକ୍ରୟ ସଂଘ ପ୍ରତିନିଧି, ହୋଟେଲ ଓ ରେଷ୍ଟୁରାଣ୍ଟ ସଂଘ କର୍ମକର୍ତ୍ତା, ଦେଶୀ ମଦ ଦୋକାନୀସମୂହ, ଇଥାନଲ ଓ ମିଥାନଲ୍‌ ପ୍ରସ୍ତୁତକାରୀଙ୍କ ସମେତ ପଞ୍ଚାୟତିରାଜ, ଶିଳ୍ପ, ପର୍ଯ୍ୟଟନ, ଉଦ୍ୟାନ କୃଷି ଏ ବଂ ଅର୍ଥ ବିଭାଗର ନୋଡ଼ାଲ ଅଧିକାରୀଙ୍କୁ ନେଇ ବିଭିନ୍ନ ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏକ ସଶକ୍ତ ଇକୋସିଷ୍ଟମ୍‌ ବିକଶିତ କରି ଦାୟିତ୍ୱପୂର୍ଣ୍ଣ ମଦ୍ୟ ପାନକୁ ଗୁରୁତ୍ୱ ଦିଆଯିବାସହ ସମସ୍ତଙ୍କ ସ୍ବାସ୍ଥ୍ୟକୁ ପ୍ରାଧାନ୍ୟ, ରାଜସ୍ବ ହାନି ହ୍ରାସ ନେଇ ବୈଠକରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଏଥିସହିତ ଦେଶୀ ଓ ବିଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି, ମୂଲ୍ୟ ନିର୍ଦ୍ଧାରଣ, ଟିକସ ଢାଞ୍ଚାର ନବୀକରଣ, ବିଭିନ୍ନ ବିଭାଗ ସହ ସମନ୍ବୟ, ସଡ଼କ ସୁରକ୍ଷା, ହୋଟେଲ ଶିଳ୍ପ, ବେଆଇନ ମଦ କାରବାର ରୋକିବାକୁ ଗୁରୁତ୍ୱାରୋପ କରାଯାଇଥିଲା। ବୈଠକରେ ଅବକାରୀ କମିଶନର ନରସିଂହ ଭୋଳ, ଓଏସ୍‌ବିସି ଏମ୍‌ଡି ଅମ୍ବର କର, ସିଜିଏମ୍‌ ମାନସ ସ୍ବାଇଁ, ଜିଏମ୍‌ ସଞ୍ଜୟ ରାଉତଙ୍କ ସମେତ ବିଭିନ୍ନ ବିଭାଗର ନୋଡାଲ ଅଧିକାରୀ ଓ ପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri