ଖୁବ୍‌ଶୀଘ୍ର ନୂଆ ଅବକାରୀ ନୀତି:ବିଷାକ୍ତ ମଦ କାରବାର ରୋକିବାକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨ (ଅନୁରାଧା ମହାରଣା):ରାଜ୍ୟରେ ନୂଆ ଅବକାରୀ ନୀତି ୨୦୨୫-୨୬ ଖୁବ୍‌ଶୀଘ୍ର ପ୍ରସ୍ତୁତ ହେବ। ଏନେଇ ଫର୍ଚ୍ୟୁନ୍‌ ଟାଓ୍ବାରସ୍ଥିତ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅବକାରୀ ବିଭାଗ କମିଶନର ତଥା ଶାସନ ସଚିବ ଗୁହା ପୁନମ ତାପସ କୁମାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିଷାକ୍ତ ମଦ୍ୟପାନଜନିତ ମୃତ୍ୟୁ କିମ୍ବା ଅସୁସ୍ଥତାକୁ ସରକାର କୌଣସି ପରିସ୍ଥିତିରେ ଗ୍ରହଣ କରି ପାରିବେ ନାହିଁ। ଏହିଭଳି ବେଆଇନ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିସମୂହଙ୍କୁ କଡ଼ା ଦଣ୍ଡବିଧାନ ଲାଗି ରାଜ୍ୟ ସରକାର ପ୍ରାଥମିକତା ଦେଉଥିବା ବୈଠକରେ ମତ ପ୍ରକାଶ ପାଇଛି। ବୈଠକରେ ଅନ୍ତର୍ଜାତୀୟ ସ୍ପିରିଟ୍‌ ଆଣ୍ଡ୍‌ ଓ୍ବାଇନ୍‌ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆର ପ୍ରତିନିଧି ମଣ୍ଡଳି, ମଦ ପ୍ରସ୍ତୁତି ସଂଘର ସିଇଓ, ବିଦେଶୀ ମଦ ବିକ୍ରୟ ସଂଘ ପ୍ରତିନିଧି, ହୋଟେଲ ଓ ରେଷ୍ଟୁରାଣ୍ଟ ସଂଘ କର୍ମକର୍ତ୍ତା, ଦେଶୀ ମଦ ଦୋକାନୀସମୂହ, ଇଥାନଲ ଓ ମିଥାନଲ୍‌ ପ୍ରସ୍ତୁତକାରୀଙ୍କ ସମେତ ପଞ୍ଚାୟତିରାଜ, ଶିଳ୍ପ, ପର୍ଯ୍ୟଟନ, ଉଦ୍ୟାନ କୃଷି ଏ ବଂ ଅର୍ଥ ବିଭାଗର ନୋଡ଼ାଲ ଅଧିକାରୀଙ୍କୁ ନେଇ ବିଭିନ୍ନ ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏକ ସଶକ୍ତ ଇକୋସିଷ୍ଟମ୍‌ ବିକଶିତ କରି ଦାୟିତ୍ୱପୂର୍ଣ୍ଣ ମଦ୍ୟ ପାନକୁ ଗୁରୁତ୍ୱ ଦିଆଯିବାସହ ସମସ୍ତଙ୍କ ସ୍ବାସ୍ଥ୍ୟକୁ ପ୍ରାଧାନ୍ୟ, ରାଜସ୍ବ ହାନି ହ୍ରାସ ନେଇ ବୈଠକରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଥିଲା। ଏଥିସହିତ ଦେଶୀ ଓ ବିଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି, ମୂଲ୍ୟ ନିର୍ଦ୍ଧାରଣ, ଟିକସ ଢାଞ୍ଚାର ନବୀକରଣ, ବିଭିନ୍ନ ବିଭାଗ ସହ ସମନ୍ବୟ, ସଡ଼କ ସୁରକ୍ଷା, ହୋଟେଲ ଶିଳ୍ପ, ବେଆଇନ ମଦ କାରବାର ରୋକିବାକୁ ଗୁରୁତ୍ୱାରୋପ କରାଯାଇଥିଲା। ବୈଠକରେ ଅବକାରୀ କମିଶନର ନରସିଂହ ଭୋଳ, ଓଏସ୍‌ବିସି ଏମ୍‌ଡି ଅମ୍ବର କର, ସିଜିଏମ୍‌ ମାନସ ସ୍ବାଇଁ, ଜିଏମ୍‌ ସଞ୍ଜୟ ରାଉତଙ୍କ ସମେତ ବିଭିନ୍ନ ବିଭାଗର ନୋଡାଲ ଅଧିକାରୀ ଓ ପ୍ରତିନିଧିମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୪ ମନ୍ଦିରରୁ ଏକାବେଳକେ ଚୋରି କଲେ ଦୁର୍ବୃତ୍ତ: ନେଇଗଲେ …

ଆନନ୍ଦପୁର,୩୦।୧(ସୁଶାନ୍ତ କୁମାର ସାହୁ): ଏକ ସାଙ୍ଗରେ ଚାରୋଟି ମନ୍ଦିରର ଚୋରି। ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ ଦେବା ଦେବୀଙ୍କ ସୁନା ରୁପା ଅଳଙ୍କାର। ସହ ଦାନ ବାକ୍ସ।…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri