କରୋନାର ନୂଆ ଭାରିଆଣ୍ଟକୁ ନେଇ ପୁଣି ଚିନ୍ତାରେ ବିଶ୍ୱ

କେପ୍‌ଟାଉନ/ନୂଆଦିଲ୍ଲୀ,୨୬।୧୧: ଦକ୍ଷିଣ ଆଫ୍ରିକାରେ କରୋନାର ନୂତନ ଭାରିଆଣ୍ଟ ଚିହ୍ନଟ ହୋଇଛି । ଏହି ଭାରିଆଣ୍ଟ ଦୃତଗତିରେ ବ୍ୟାପୁଛି । ଗବେଷଣା ପରେ ବୈଜ୍ଞାନିକମାନେ କରିଛନ୍ତି ଯେ, ଡେଲଟା ଭାରିଆଣ୍ଟଠୁ ଏହା ସାଂଘାତିକ ହୋଇପାରେ। ଏନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ବର୍ତ୍ତମାନ ଦକ୍ଷିଣ ଆଫ୍ରିକାରେ ପ୍ରତିଦିନ ୧୨ ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଅଧିକାଂଶ ଲୋକଙ୍କଠାରେ ଏହି ନୂତନ ଭାରିଆଣ୍ଟ ଚିହ୍ନଟ ହୋଇଥିବା ଜଣାପଡିଛି। ଦକ୍ଷିଣ ଆଫ୍ରିକାରୁ ହଂକଂ ଯାଇଥିବା କିଛି ଲୋକଙ୍କ ମଧ୍ୟରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଛି । ଏହାର ବୈଜ୍ଞାନିକ ନାମକରଣ ବି.୧.୧.୫୨୯ ରଖାଯାଇଛି। ଏହି ନୂଆ ଷ୍ଟ୍ରେନ ପାଇଁ ଭାରତ ସରକାର ସତର୍କ କରାଇଛନ୍ତି। ପ୍ରତ୍ୟେକ ବିମାନବନ୍ଦରରେ ସ୍କ୍ରିନିଂ, ଟେଷ୍ଟିଂ, ଟ୍ରାକିଂକୁ କଡାକଡି କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟର ଗାଇଡ୍‌ଲାଇନ ଅନୁସାରେ ନିୟମ ପାଳନ କରିବାକୁ ଜନସାଧାରଣଙ୍କୁ କୁହାଯାଇଛି। କେହି ସଂକ୍ରମିତ ଚିହ୍ନଟ ହେଲେ ସେମାନଙ୍କୁ ତୁରନ୍ତ ସଂଘରୋଧରେ ରଖିବାକୁ ସ୍ବାସ୍ଥ୍ୟମନ୍ତ୍ରାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

ସେହିପରି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ମଧ୍ୟ ସମସ୍ତ ଦେଶକୁ ଏହି ସମ୍ପର୍କରେ ସୂଚନା ଦେବା ସହ ସତର୍କ ରହିବାକୁ ପରାମର୍ଶ ଦେଇଛି। ତେବେ ସଂକ୍ରମଣକୁ ରୋକିବାକୁ ଯାତାୟତ କଟକଣାକୁ କଡାକଡି କରାଯିବାର ଆବଶ୍ୟକତା ରହିଥିବା ବୋଲି ଭାରତ ସରକାରଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

ହର୍ମୁଜ ସଙ୍କଟ ମଧ୍ୟରେ ୪ ଇରାନୀ ଟ୍ୟାଙ୍କରକୁ ଭାରତରେ ପ୍ରବେଶ ଅନୁମତି, ସିକ୍କା ବନ୍ଦରରେ…

ନୂଆଦିଲ୍ଲୀ,୧୧ା୪: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ର ଅନୁରୋଧରେ ଭାରତର ଜାହାଜ ଚଳାଚଳ ମନ୍ତ୍ରଣାଳୟ ଇରାନୀ ତୈଳ ନେଇଯାଉଥିବା ୪ଟି ଆମେରିକା ଦ୍ୱାରା ଅନୁମୋଦିତ ଟ୍ୟାଙ୍କରକୁ ଗୁଜରାଟର ସିକ୍କା ବନ୍ଦରରେ ଡକିଂ…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଆଣିବା ପାଇଁ ମଧ୍ୟସ୍ଥତା କରୁଛି ପାକିସ୍ତାନ, ଯଦି ଇରାନ…

ଓ୍ବାଶିଂଟନ/ଇସଲାମାବାଦ,୧୧ା୪: ଆମେରିକା-ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିର ସମାଧାନ ପାଇଁ ପାକିସ୍ତାନ ମଧ୍ୟସ୍ଥତା କରୁଛି। ଏଥିପାଇଁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ଆମେରିକାର ପ୍ରତିନିଧିମଣ୍ଡଳୀ ସହିତ ପାକସ୍ତାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri