ନୂଆ ଆକ୍ରାନ୍ତ-ମୃତକଙ୍କ ସଂଖ୍ୟା ପୁଣି କମିଲା…

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଲଗାତାର ୫ ଦିନ ଧରି ୨ ଲକ୍ଷରୁ କମ୍‌ ରହିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ସୋମବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୨ ହଜାର ୭୩୪ ଥିବାବେଳେ କରୋନା ମୃତକଙ୍କ ସଂଖ୍ୟା ୩,୧୨୮ ଥିଲା। ମଙ୍ଗଳବାର ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ପୁଣି କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୨୭ ହଜାର ୫୧୦ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୭୯୫ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨ ଲକ୍ଷ ୫୫ ହଜାର ୨୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୮ ଲକ୍ଷ ୯୫ ହଜାର ୫୨୦ଜଣ ଚିକିତ୍ସିତ ହେଉଛନ୍ତି। ଅଧିକ ସଂଖ୍ୟକ ଆକାନ୍ତଙ୍କ ମୃତ୍ୟୁ ଘଟୁ ଥିବାରୁ ଅନ୍ତିମ ସଂସ୍କାର ପାଇଁ ସମସ୍ୟା ଦେଖାଦେଇଛି। ଶ୍ମଶାନରେ ମୃତକଙ୍କ ପରିବାର ସଦସ୍ୟଙ୍କୁ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଛି। ବର୍ତ୍ତମାନ ସୁଦ୍ଧା ୨୧ କୋଟି ୬୦ ଲକ୍ଷ ୪୬ ହଜାର ୬୩୮ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୪ କୋଟି ୬୭ ଲକ୍ଷ ୯୨ ହଜାର ୨୫୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri