ସାଇବର ଠକଙ୍କ ନୂଆ ଉପାୟ: ଜେଲ ଦଣ୍ଡାଦେଶ ଭୟ ଦେଖାଇ ଡାକ୍ତରଙ୍କଠୁ ଲୁଟି ନେଲେ ସାଢେ ୫ ଲକ୍ଷ ଟଙ୍କା

ହିଞ୍ଜିଳିକାଟୁ, ୧୦।୧୨(ଦ୍ବିତୀକୃଷ୍ଣ ପଣ୍ଡା): ସାଇବର ଠକଙ୍କ ଠାରୁ ସଜାଗ ରହିବା ପାଇଁ ପୁଲିସ ପ୍ରଶାସନ ପକ୍ଷରୁ ଜନସଚେତନତା ଜାରି ରହିଛି। ହେଲେ ଦିନକୁ ଦିନ ସାଇବର ଠକଙ୍କ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧି ପାଉଛି। ଦିନକୁ ଦିନ ସାଇବର ଠକମାନେ ନୂତନ ଜ୍ଞାନକୌଶଳ ଗ୍ରହଣ କରି ଲୋକଙ୍କୁ ଭିନ୍ନ ଭିନ୍ନ ଉପାୟରେ ଲୁଟି ନେଉଥିବା ନିତିଦିନିଆ ଘଟଣା ପାଲଟିଛି। ଉଚ୍ଚତମ ନ୍ୟାୟାଳୟ ଓ ମୁଖ୍ୟ ବିଚାରପତିଙ୍କ ଅବିକଳ କାର୍ଯ୍ୟାଳୟ ଭିଡିଓ ପ୍ରସାରିତ କରି ପରିବାରର ସମସ୍ତ ସଦସ୍ୟଙ୍କୁ ଜେଲ ଦଣ୍ଡ ଭୋଗିବାର ଭୟ ଦେଖାଇ ଜୈନିକ ଅବସରପ୍ରାପ୍ତ ଡାକ୍ତରଙ୍କ ଠାରୁ ସାଇବର ଠକ ସାଢେ ୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏଭଳି ଏକ ଘଟଣା ମଙ୍ଗଳବାର ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସମରଝୋଳ ଗ୍ରାମରେ ଘଟିଥିବା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ ହୋଇଛି।
ପ୍ରକାଶ ଯେ, ମହାରାଷ୍ଟ୍ର ମୁମ୍ବାଇ ଅଞ୍ଚଳର ଜୈନିକ ସାଇବର ଠକ ସୋମବାର ରାତିରେ ହିଞ୍ଜିଳି ଥାନା ସମରଝୋଳ ଗ୍ରାମର ଅବସରପ୍ରାପ୍ତ ଡାକ୍ତର ନରେନ୍ଦ୍ର କୁମାର ମହାନ୍ତିଙ୍କ ମୋବାଇଲ ଫୋନକୁ ଏକ ଅଜଣା ହ୍ବାଟସଅପ ଅଡିଓ କଲ ଆସିଥିଲା। ଡାକ୍ତର ମହାନ୍ତି କଲ ରିସିଭ କରିବା ପରେ ସାଇବର ଠକ ଜଣଙ୍କ ନିଜକୁ ଜଣେ ଉଚ୍ଚତମ ନ୍ୟାୟାଳୟର ବରିଷ୍ଠ ଆଇନଜୀବି ବୋଲି ପରିଚୟ ଦେଇଥିଲେ। ମୁମ୍ବାଇ ଏୟାର୍‌ ଲାଇନ ମନି ଲେଡିଙ୍ଗଠାରେ ଜମିଜମା ସମ୍ବନ୍ଧୀୟ ଠକେଇରେ ସଂପୃକ୍ତି ଥିବା ନେଇ ସାଇବର ଠକ ଜଣଙ୍କ ଅବସରପ୍ରାପ୍ତ ଡାକ୍ତରଙ୍କୁ କହିଥିଲେ। ପରେ ଭିଡିଓ କଲ ରିସିଭ କରିବାକୁ କହି ଭିଡିଓ କଲ ମାଧ୍ୟମରେ ଉଚ୍ଚତମ ନ୍ୟାୟାଳୟ ଓ ମୁଖ୍ୟ ବିଚାରପତିଙ୍କ ଅବିକଳ କାର୍ଯ୍ୟାଳୟ ରହିଥିବା ଭଳି ଏକ ଭିଡିଓ ପ୍ରଦର୍ଶିତ କରିଥିଲେ। ଦଣ୍ଡ ସ୍ବରୁପ ଡାକ୍ତରଙ୍କୁ ସାଢେ ୬ ଲକ୍ଷ ଟଙ୍କା ଦାବି କରିଥିଲେ। ଦାବି ମୁତାବକ ଅର୍ଥ ରାଶି ଜମା ନ କଲେ ପରିବାରର ସମସ୍ତ ସଦସ୍ୟଙ୍କୁ ଜେଲ ଦଣ୍ଡ ଭୋଗିବାର ଭୟ ଦେଖାଇଥିଲେ।
ଅବସରପ୍ରାପ୍ତ ଡାକ୍ତର ଜଣଙ୍କ ଉଚ୍ଚତମ ନ୍ୟାୟାଳୟକୁ ଦେଖି ଭୟଭୀତ ହୋଇପଡିଲେ। ସାଇବର ଠକ ଜଣଙ୍କ ପଠାଇଥିବା ଏକାଉଣ୍ଟ ନମ୍ବରରେ ମଙ୍ଗଳବାର ସକାଳେ ବ୍ରହ୍ମପୁର ଷ୍ଟେଟ ବ୍ୟାଙ୍କରେ ସାଢେ ୫ ଲକ୍ଷ ଟଙ୍କା ଜମା କରିଥିଲେ। ପରବର୍ତ୍ତୀ ସମୟରେ ସାଇବର ଠକ ଜଣଙ୍କ ପୁର୍ନବାର ଅଧିକ ଟଙ୍କା ଜମା କରିବାକୁ ନିର୍ଦ୍ଦେଶ ଦେଇଥିଲେ। ନଚେତ୍‌ ପରିବାର ବର୍ଗଙ୍କୁ ଜେଲ ଦଣ୍ଡାଦେଶର ଭୟ ଦେଖାଇଥିଲେ। ମଙ୍ଗଳବାର ସନ୍ଧ୍ୟାରେ ଡାକ୍ତରଙ୍କ ପୁଅ ଗାଁକୁ ଆସି ଘଟଣା ସମ୍ପର୍କରେ ଜାଣିବା ପରେ ଘଟଣା ନେଇ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ – ୧୦୦୫/୨୪ ରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଛି। ହିଞ୍ଜିଳି ପୋଲିସ ସାଇବର ଥାନା ସହିତ ଯୋଗାଯୋଗ କରି ଘଟଣାର ଖୋଳତାଡ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?